< Yuhanna 6 >
1 Bundan sonra İsa, Celile –Taberiye– Gölü'nün karşı yakasına geçti.
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ହ୍ରଦର ଆରପାରିକୁ ଗଲେ।
2 Ardından büyük bir kalabalık gidiyordu. Çünkü hastalar üzerinde yaptığı mucizeleri görmüşlerdi.
ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍ଗମନ କରିବାକୁ ଲାଗିଲେ।
3 İsa dağa çıkıp orada öğrencileriyle birlikte oturdu.
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।
4 Yahudiler'in Fısıh Bayramı yakındı.
ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
5 İsa başını kaldırıp büyük bir kalabalığın kendisine doğru geldiğini görünce Filipus'a, “Bunları doyurmak için nereden ekmek alalım?” diye sordu.
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”
6 Bu sözü onu denemek için söyledi, aslında kendisi ne yapacağını biliyordu.
କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
7 Filipus O'na şu yanıtı verdi: “Her birinin bir lokma yiyebilmesi için iki yüz dinarlık ekmek bile yetmez.”
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।
8 Öğrencilerinden biri, Simun Petrus'un kardeşi Andreas, İsa'ya dedi ki, “Burada beş arpa ekmeğiyle iki balığı olan bir çocuk var. Ama bu kadar adam için bunlar nedir ki?”
ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
10 İsa, “Halkı yere oturtun” dedi. Orası çayırlıktı. Böylece halk yere oturdu. Yaklaşık beş bin erkek vardı.
ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।
11 İsa ekmekleri aldı, şükrettikten sonra oturanlara dağıttı. Balıklardan da istedikleri kadar verdi.
ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
12 Herkes doyunca İsa öğrencilerine, “Artakalan parçaları toplayın, hiçbir şey ziyan olmasın” dedi.
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”
13 Onlar da topladılar. Yedikleri beş arpa ekmeğinden artakalan parçalarla on iki sepet doldurdular.
ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।
14 Halk, İsa'nın yaptığı mucizeyi görünce, “Gerçekten dünyaya gelecek olan peygamber budur” dedi.
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
15 İsa onların gelip kendisini kral yapmak üzere zorla götüreceklerini bildiğinden tek başına yine dağa çekildi.
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।
16 Akşam olunca öğrencileri göle indiler.
ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ
17 Bir tekneye binerek gölün karşı yakasındaki Kefarnahum'a doğru yol aldılar. Karanlık basmış, İsa henüz yanlarına gelmemişti.
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18 Güçlü bir rüzgar estiğinden göl kabarmaya başladı.
ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।
19 Öğrenciler beş kilometre kadar kürek çektikten sonra, İsa'nın gölün üstünde yürüyerek tekneye yaklaştığını görünce korktular.
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।
20 Ama İsa, “Korkmayın, benim!” dedi.
କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”
21 Bunun üzerine O'nu tekneye almak istediler. O anda tekne gidecekleri kıyıya ulaştı.
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
22 Ertesi gün, gölün karşı yakasında kalan halk, önceden orada sadece bir tek tekne bulunduğunu, İsa'nın kendi öğrencileriyle birlikte bu tekneye binmediğini, öğrencilerinin yalnız gittiklerini anladı.
ସେ ସ୍ଥାନରେ ଗୋଟିଏ ସାନ ନୌକା ବ୍ୟତୀତ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
23 Rab'bin şükretmesinden sonra halkın ekmek yediği yerin yakınına Taberiye'den başka tekneler geldi.
ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24 Halk, İsa'nın ve öğrencilerinin orada olmadığını görünce teknelere binerek Kefarnahum'a, İsa'yı aramaya gitti.
ଅତଏବ, ଯୀଶୁ କିମ୍ବା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହି ସମସ୍ତ ସାନ ନୌକାଗୁଡ଼ିକରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
25 O'nu gölün karşı yakasında buldukları zaman, “Rabbî, buraya ne zaman geldin?” diye sordular.
ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
26 İsa şöyle yanıt verdi: “Size doğrusunu söyleyeyim, doğaüstü belirtiler gördüğünüz için değil, ekmeklerden yiyip doyduğunuz için beni arıyorsunuz.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।
27 Geçici yiyecek için değil, sonsuz yaşam boyunca kalıcı yiyecek için çalışın. Bunu size İnsanoğlu verecek. Çünkü Baba Tanrı O'na bu onayı vermiştir.” (aiōnios )
କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।” (aiōnios )
28 Onlar da şunu sordular: “Tanrı'nın istediği işleri yapmak için ne yapmalıyız?”
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
29 İsa, “Tanrı'nın işi O'nun gönderdiği kişiye iman etmenizdir” diye yanıt verdi.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”
30 Bunun üzerine, “Görüp sana iman etmemiz için nasıl bir belirti gerçekleştireceksin? Ne yapacaksın?” dediler.
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?
31 “Atalarımız çölde man yediler. Yazılmış olduğu gibi, ‘Yemeleri için onlara gökten ekmek verdi.’”
ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।
32 İsa onlara dedi ki, “Size doğrusunu söyleyeyim, gökten ekmeği size Musa vermedi, gökten size gerçek ekmeği Babam verir.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33 Çünkü Tanrı'nın ekmeği, gökten inen ve dünyaya yaşam verendir.”
କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”
34 Onlar da, “Efendimiz, bizlere her zaman bu ekmeği ver!” dediler.
ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35 İsa, “Yaşam ekmeği Ben'im. Bana gelen asla acıkmaz, bana iman eden hiçbir zaman susamaz” dedi.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
36 “Ama ben size dedim ki, ‘Beni gördünüz, yine de iman etmiyorsunuz.’
କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ୱାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37 Baba'nın bana verdiklerinin hepsi bana gelecek ve bana geleni asla kovmam.
ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38 Çünkü kendi isteğimi değil, beni gönderenin isteğini yerine getirmek için gökten indim.
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।
39 Beni gönderenin isteği, bana verdiklerinden hiçbirini yitirmemem, son gün hepsini diriltmemdir.
ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
40 Çünkü Babam'ın isteği, Oğul'u gören ve O'na iman eden herkesin sonsuz yaşama kavuşmasıdır. Ben de böylelerini son günde dirilteceğim.” (aiōnios )
କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି। (aiōnios )
41 “Gökten inmiş olan ekmek Ben'im” dediği için Yahudiler O'na karşı söylenmeye başladılar.
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
42 “Yusuf oğlu İsa değil mi bu?” diyorlardı. “Annesini de, babasını da tanıyoruz. Şimdi nasıl oluyor da, ‘Gökten indim’ diyor?”
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ପିତାମାତାକୁ ଜାଣୁ ନାହୁଁ? ତେବେ “ମୁଁ ସ୍ୱର୍ଗରୁ ଅବତରଣ କରିଅଛି” ବୋଲି ସେ ଏବେ କିପରି କହୁଅଛି?
43 İsa, “Aranızda söylenmeyin” dedi.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।
44 “Beni gönderen Baba bir kimseyi bana çekmedikçe, o kimse bana gelemez. Bana geleni de son günde dirilteceğim.
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
45 Peygamberlerin yazdığı gibi, ‘Tanrı onların hepsine kendi yollarını öğretecektir.’ Baba'yı işiten ve O'ndan öğrenen herkes bana gelir.
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
46 Bu, bir kimsenin Baba'yı gördüğü anlamına gelmez. Baba'yı sadece Tanrı'dan gelen görmüştür.
କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
47 Size doğrusunu söyleyeyim, iman edenin sonsuz yaşamı vardır. (aiōnios )
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି। (aiōnios )
49 Atalarınız çölde man yediler, yine de öldüler.
ତୁମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
50 Gökten inen öyle bir ekmek var ki, ondan yiyen ölmeyecek.
କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
51 Gökten inmiş olan diri ekmek Ben'im. Bu ekmekten yiyen sonsuza dek yaşayacak. Dünyanın yaşamı uğruna vereceğim ekmek de benim bedenimdir.” (aiōn )
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।” (aiōn )
52 Bunun üzerine Yahudiler, “Bu adam yememiz için bedenini bize nasıl verebilir?” diyerek birbirleriyle çekişmeye başladılar.
ଏଥିରେ ଯିହୁଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?
53 İsa onlara şöyle dedi: “Size doğrusunu söyleyeyim, İnsanoğlu'nun bedenini yiyip kanını içmedikçe, sizde yaşam olmaz.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
54 Bedenimi yiyenin, kanımı içenin sonsuz yaşamı vardır ve ben onu son günde dirilteceğim. (aiōnios )
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। (aiōnios )
55 Çünkü bedenim gerçek yiyecek, kanım gerçek içecektir.
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
56 Bedenimi yiyip kanımı içen bende yaşar, ben de onda.
ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।
57 Yaşayan Baba beni gönderdiği ve ben Baba'nın aracılığıyla yaşadığım gibi, bedenimi yiyen de benim aracılığımla yaşayacak.
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
58 İşte gökten inmiş olan ekmek budur. Atalarınızın yedikleri man gibi değildir. Atalarınız öldüler. Oysa bu ekmeği yiyen sonsuza dek yaşar.” (aiōn )
ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।” (aiōn )
59 İsa bu sözleri Kefarnahum'da havrada öğretirken söyledi.
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହି ସମସ୍ତ କଥା କହିଲେ।
60 Öğrencilerinin birçoğu bunu işitince, “Bu söz çok çetin, kim kabul edebilir?” dediler.
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
61 Öğrencilerinin buna karşı söylendiğini anlayan İsa, “Bu sizi şaşırtıyor mu?” dedi.
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
62 “Ya İnsanoğlu'nun önceden bulunduğu yere yükseldiğini görürseniz...?
ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
63 Yaşam veren Ruh'tur. Beden bir yarar sağlamaz. Sizlere söylediğim sözler ruhtur, yaşamdır.
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
64 Yine de aranızda iman etmeyenler var.” İsa iman etmeyenlerin ve kendisine ihanet edecek kişinin kim olduğunu baştan beri biliyordu.
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
65 “Sizlere, ‘Baba'nın bana yöneltmediği hiç kimse bana gelemez’ dememin nedeni budur” dedi.
ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”
66 Bunun üzerine öğrencilerinin birçoğu geri döndüler, artık O'nunla dolaşmaz oldular.
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
67 İsa o zaman Onikiler'e, “Siz de mi ayrılmak istiyorsunuz?” diye sordu.
ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?”
68 Simun Petrus şu yanıtı verdi: “Rab, biz kime gidelim? Sonsuz yaşamın sözleri sendedir. (aiōnios )
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି; (aiōnios )
69 İman ediyor ve biliyoruz ki, sen Tanrı'nın Kutsalı'sın.”
ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
70 İsa onlara şu karşılığı verdi: “Siz Onikiler'i seçen ben değil miyim? Buna karşın içinizden biri iblistir.”
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”
71 Simun İskariot'un oğlu Yahuda'dan söz ediyordu. Çünkü Yahuda Onikiler'den biri olduğu halde İsa'ya ihanet edecekti.
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।