< Yeşu 14 >
1 İsrailliler'in Kenan'da mülk edindiği topraklara gelince, bu topraklar Kâhin Elazar, Nun oğlu Yeşu ve İsrail oymaklarının boy başları tarafından miras olarak İsrailliler arasında bölüştürülmüştür.
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,
2 RAB'bin Musa aracılığıyla buyurduğu gibi, paylar dokuz oymakla bir oymağın yarısı arasında kura ile bölüştürüldü.
ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।
3 Çünkü Musa iki oymakla yarım oymağın payını Şeria Irmağı'nın doğusunda vermişti. Ama onlarla birlikte Levililer'e mülkten pay vermemişti.
କାରଣ ମୋଶା ଯର୍ଦ୍ଦନ-ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
4 Yusuf'un soyundan gelenler, Manaşşe ve Efrayim diye iki oymak oluşturuyordu. Levililer'e de yerleşecekleri kentler ve bu kentlerin çevresinde büyük ve küçük baş hayvanlarına ayrılan otlaklar dışında topraktan pay verilmedi.
ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
5 İsrailliler, RAB'bin Musa'ya verdiği buyruğa göre hareket edip ülkeyi paylaştılar.
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
6 Bu arada Yahudaoğulları Gilgal'da bulunan Yeşu'nun yanına geldiler. Kenizli Yefunne oğlu Kalev Yeşu'ya şöyle dedi: “RAB'bin Kadeş-Barnea'da Tanrı adamı Musa'ya senin ve benim hakkımda neler söylediğini biliyorsun.
ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
7 RAB'bin kulu Musa ülkeyi araştırmak üzere beni Kadeş-Barnea'dan gönderdiğinde kırk yaşındaydım. Gördüklerimi ona açık yüreklilikle ilettim.
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
8 Ne var ki, benimle gelmiş olan soydaşlarım halkı korkuya düşürdüler. Ama ben tümüyle Tanrım RAB'bin yolundan gittim.
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
9 Bu nedenle Musa o gün, ‘Tümüyle Tanrım RAB'bin yolundan gittiğin için ayak bastığın topraklar sonsuza dek sana ve oğullarına mülk olacak’ diye ant içti.
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
10 RAB sözünü tuttu, beni yaşattı. İsrailliler çölden geçerken RAB'bin Musa'ya bu sözleri söylediği günden bu yana kırk beş yıl geçti. Şimdi seksen beş yaşındayım.
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।
11 Bugün de Musa'nın beni gönderdiği günkü kadar güçlüyüm. O günkü gibi hâlâ savaşa gidip gelecek güçteyim.
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
12 RAB'bin o gün söz verdiği gibi, bu dağlık bölgeyi şimdi bana ver. Orada Anaklılar'ın yaşadığını ve surlarla çevrili büyük kentleri olduğunu o gün sen de duymuştun. Belki RAB bana yardım eder de, O'nun dediği gibi, onları oradan sürerim.”
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”
13 Yeşu Yefunne oğlu Kalev'i kutsadı ve Hevron'u ona mülk olarak verdi.
ଏଥିରେ ଯିହୋଶୂୟ ତାହାକୁ ଆଶୀର୍ବାଦ କଲେ; ପୁଣି ସେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଅଧିକାରାର୍ଥେ ହିବ୍ରୋଣ ଦେଲେ।
14 Böylece Hevron bugün de Kenizli Yefunne oğlu Kalev'in mülküdür. Çünkü o, tümüyle İsrail'in Tanrısı RAB'bin yolundan gitti.
ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।
15 Hevron'un eski adı Kiryat-Arba'ydı. Arba, Anaklılar'ın en güçlü adamının adıydı. Böylece savaş sona erdi ve ülke barışa kavuştu.
ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।