< Hâkimler 21 >

1 İsrailliler Mispa'da, “Bizden hiç kimse Benyaminoğulları'na kız vermeyecek” diye ant içmişlerdi.
ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”
2 Halk Beytel'e geldi. Akşama dek orada, Tanrı'nın önünde oturup hıçkıra hıçkıra ağladılar.
ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।
3 “Ey İsrail'in Tanrısı RAB!” dediler, “Bugün İsrail'den bir oymağın eksilmesine yol açan böyle bir şey neden oldu?”
ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”
4 Ertesi gün erkenden kalkıp bir sunak yaptılar, orada yakmalık sunular ve esenlik sunuları sundular.
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
5 İsrailliler, “RAB'bin önüne çıkmak üzere toplandığımızda İsrail oymaklarından bize kimler katılmadı?” diye sordular. Çünkü Mispa'da, RAB'bin önünde toplandıklarında kendilerine katılmayanların kesinlikle öldürüleceğine dair ant içmişlerdi.
ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।
6 İsrailliler Benyaminli kardeşleri için çok üzülüyorlardı. “İsrail bugün bir oymağını yitirdi” dediler,
ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
7 “Sağ kalanlara eş olacak kızları bulmak için ne yapsak? Çünkü kızlarımızdan hiçbirini onlara eş olarak vermeyeceğimize RAB'bin adına ant içtik.”
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”
8 Sonra, “Mispa'ya, RAB'bin önüne İsrail oymaklarından kim çıkmadı?” diye sordular. Böylece Yaveş-Gilat'tan toplantıya, ordugaha kimsenin gelmediği ortaya çıktı.
ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
9 Çünkü gelenler sayıldığında Yaveş-Gilat'tan kimsenin olmadığı anlaşılmıştı.
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
10 Bunun üzerine topluluk Yaveş-Gilat halkının üzerine on iki bin yiğit savaşçı gönderdi. “Gidin, Yaveş-Gilat halkını, kadın, çoluk çocuk demeden kılıçtan geçirin” dediler,
ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
11 “Yapacağınız şu: Her erkeği ve erkek eli değmiş her kadını öldüreceksiniz.”
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”
12 Yaveş-Gilat halkı arasında erkek eli değmemiş dört yüz kız bulup Kenan topraklarında bulunan Şilo'daki ordugaha getirdiler.
ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
13 Ardından bütün topluluk Rimmon Kayalığı'ndaki Benyaminoğulları'na aracılar göndererek barış yapmayı önerdi.
ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
14 Bunun üzerine Benyaminoğulları döndü. Topluluk Yaveş-Gilat halkından sağ bırakılan kızları onlara eş olarak verdi. Ama kızların sayısı Benyaminoğulları için yine de yeterli değildi.
ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।
15 İsrail halkı Benyaminoğulları'nın durumuna çok üzülüyordu. Çünkü RAB İsrail oymakları arasında birliği bozmuştu.
ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।
16 Topluluğun ileri gelenleri, “Benyaminoğulları'nın kadınları öldürüldüğüne göre, kalan erkeklere eş bulmak için ne yapsak?” diyorlardı,
ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”
17 “İsrail'den bir oymağın yok olup gitmemesi için sağ kalan Benyaminoğulları'nın mirasçıları olmalı.
ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
18 Biz onlara kızlarımızdan eş veremeyiz. Çünkü Benyaminoğulları'na kız veren her İsrailli lanetlenecek diye ant içtik.”
ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”
19 Sonra, “Bakın, Şilo'da her yıl RAB adına bir şölen düzenleniyor” diye eklediler. Şilo Beytel'in kuzeyinde, Beytel'den Şekem'e giden yolun doğusunda, Levona'nın güneyindedir.
ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
20 Böylece Benyaminoğulları'na, “Gidip bağlarda gizlenin” diye öğüt verdiler,
ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
21 “Gözünüzü açık tutun. Şilolu kızlar dans etmeye kalkınca bağlardan fırlayıp onlardan kendinize birer eş kapın ve Benyamin topraklarına götürün.
ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।
22 Kızların babaları ya da erkek kardeşleri bize yakınmaya gelirse, ‘Benyaminoğulları'nı hatırımız için bağışlayın’ diyeceğiz, ‘Savaşarak aldığımız kızlar hepsine yetmedi. Siz de kendi kızlarınızı isteyerek vermediğinize göre suçlu sayılmazsınız.’”
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”
23 Benyaminoğulları da böyle yaptılar. Kızlar dans ederken her erkek bir kız kapıp götürdü. Kendi topraklarına gittiler, kentlerini onarıp yerleştiler.
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
24 Ardından İsrailliler de oradan ayrılıp kendi topraklarına, oymaklarına, ailelerine döndüler.
ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
25 O dönemde İsrail'de kral yoktu. Herkes kendince doğru olanı yapıyordu.
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।

< Hâkimler 21 >