< Hâkimler 6 >
1 İsrailliler yine RAB'bin gözünde kötü olanı yaptılar. RAB de onları yedi yıl süreyle Midyanlılar'ın eline teslim etti.
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2 Midyan boyunduruğu İsrailliler'e öyle ağır geldi ki, dağlarda kendilerine sığınaklar, mağaralar, kaleler yaptılar.
ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
3 Ekin ektikleri vakit, Midyanlılar, Amalekliler ve öbür doğulu halklar topraklarına girip
ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
4 ordugah kurarlardı. Gazze'ye dek ekinleri yok eder, koyun, sığır, eşek gibi geçim kaynağı olan her şeyi alırlardı.
ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।
5 Hayvanları ve çadırlarıyla birlikte çekirge sürüsü gibi gelirlerdi. Adamları, develeri saymak olanaksızdı. Yakıp yıkmak amacıyla toprakları işgal ederlerdi.
କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
6 Midyanlılar İsrail'i öyle yoksul düşürdüler ki, İsrailliler RAB'be yakarmaya başladılar.
ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
7 İsrailliler Midyanlılar'dan ötürü RAB'be yakarınca,
ଏଥିରେ ଇସ୍ରାଏଲ-ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,
8 RAB onlara bir peygamber gönderdi. Peygamber onlara şöyle dedi: “İsrail'in Tanrısı RAB diyor ki, ‘Sizi Mısır'dan ben çıkardım, köle olduğunuz ülkeden ben getirdim.
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;
9 Mısırlılar'ın elinden, size baskı yapanların hepsinin elinden sizi ben kurtardım. Onları önünüzden kovdum, topraklarını size verdim.
ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;
10 Size dedim ki, Ben Tanrınız RAB'bim. Topraklarında yaşadığınız Amorlular'ın ilahlarına tapmayın. Ama sözümü dinlemediniz.’”
ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”
11 RAB'bin meleği gelip Aviezerli Yoaş'ın Ofra Kenti'ndeki yabanıl fıstık ağacının altında oturdu. Yoaş'ın oğlu Gidyon, buğdayı Midyanlılar'dan kurtarmak için üzüm sıkma çukurunda dövüyordu.
ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
12 RAB'bin meleği ona görünerek, “Ey yiğit savaşçı, RAB seninledir” dedi.
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”
13 Gidyon, “Ey Efendim, eğer RAB bizimleyse bütün bunlar neden başımıza geldi?” diye karşılık verdi, “Atalarımız RAB'bin bizi Mısır'dan çıkardığını söylemediler mi? Bize anlattıkları RAB'bin bütün o harikaları nerede? RAB bizi terk etti, Midyanlılar'ın eline teslim etti.”
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।
14 RAB Gidyon'a dönüp, “Kendi gücünle git, İsrail'i Midyanlılar'ın elinden kurtar” dedi, “Seni ben gönderiyorum.”
ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?”
15 Gidyon, “Ey Efendim, ben İsrail'i nasıl kurtarabilirim?” diye karşılık verdi, “Ait olduğum boy Manaşşe oymağının en zayıf boyudur. Ben de ailemin en genç adamıyım.”
ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”
16 RAB, “Ben seninle olacağım” dedi, “Midyanlılar'ı tek bir adamı yener gibi bozguna uğratacaksın.”
ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”
17 Gidyon, “Benden hoşnutsan, benimle konuşanın sen olduğuna dair bana bir belirti göster” dedi,
ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
18 “Lütfen gelip sana adağımı sununcaya, önüne koyuncaya dek buradan ayrılma.” RAB, “Sen dönünceye dek kalırım” diye yanıtladı.
ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।”
19 Gidyon eve gidip bir oğlak kesti, bir efa undan mayasız pide yaptı. Eti sepete, et suyunu tencereye koydu; bunları getirip yabanıl fıstık ağacının altında meleğe sundu.
ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।
20 Tanrı'nın meleği, “Eti ve mayasız pideleri al, şu kayanın üzerine koy. Et suyunu ise dök” dedi. Gidyon söyleneni yaptı.
ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।
21 RAB'bin meleği elindeki değneğin ucuyla ete ve mayasız pidelere dokununca kayadan ateş fışkırdı. Ateş eti ve mayasız pideleri yakıp kül etti. Sonra RAB'bin meleği gözden kayboldu.
ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
22 Gidyon, gördüğü kişinin RAB'bin meleği olduğunu anlayınca, “Eyvah, Egemen RAB! Meleğinin yüzünü gördüm” dedi.
ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।”
23 RAB ona, “Sana esenlik olsun. Korkma, ölmeyeceksin” dedi.
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”
24 Gidyon orada RAB için bir sunak yaptı. Sunağa “Yahve şalom” adını verdi. Sunak bugün de Aviezerliler'in Ofra Kenti'nde duruyor.
ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।
25 Aynı gece RAB, Gidyon'a, “Babanın boğasını, yedi yaşındaki ikinci boğayı al” dedi, “Sonra babanın Baal için yaptırdığı sunağı yık. Sunağın yanındaki Aşera putunu kes.
ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;
26 Tanrın RAB için bu höyüğün üstünde uygun bir sunak yap. İkinci boğayı al, keseceğin Aşera putunun odunlarıyla yakmalık sunu olarak sun.”
ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”
27 Gidyon adamlarından onunu yanına alarak RAB'bin kendisine buyurduklarını yerine getirdi. Ne var ki, ailesinden ve kent halkından korktuğu için bunu gündüz yerine gece yaptı.
ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।
28 Sabah erkenden kalkan kent halkı, Baal'a ait sunağın yıkıldığını, yanındaki Aşera putunun kesildiğini, ikinci boğanın yeni yapılan sunak üzerinde sunulduğunu gördü.
ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।
29 Birbirlerine, “Bu işi kim yaptı?” diye sordular. Araştırıp soruşturduktan sonra, bu işi Yoaş oğlu Gidyon'un yaptığını anladılar.
ତହୁଁ ସେମାନେ ପରସ୍ପର କହିଲେ, “ଏ କଥା କିଏ କରିଅଛି;” ପୁଣି ସେମାନେ ପଚାରି ବୁଝି କହିଲେ, “ଯୋୟାଶ୍ର ପୁତ୍ର ଗିଦିୟୋନ୍ ଏ କଥା କରିଅଛି।”
30 Bunun üzerine Yoaş'a, “Oğlunu dışarı çıkar” dediler, “Ölmesi gerek. Çünkü Baal'ın sunağını yıktı, yanındaki Aşera putunu kesti.”
ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”
31 Yoaş çevresindeki öfkeli kalabalığa, “Baal'ı savunmak size mi düştü?” dedi, “Siz mi onu kurtaracaksınız? Onu savunan şafak sökmeden ölecek. Baal tanrıysa, bırakın kendini savunsun. Yıkılan sunak onun!”
ତହିଁରେ ଯୋୟାଶ୍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”
32 O gün Yoaş, “Baal kendini savunsun, yıkılan sunak onun sunağıdır” diyerek Gidyon'a Yerubbaal adını verdi.
ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ “ଯିରୁବ୍ବାଲ୍” (ବାଲ୍ ବିବାଦ କରୁ) ରଖିଲା।
33 Bu arada Midyanlılar, Amalekliler ve öbür doğulu halklar birleşerek Şeria Irmağı'nı geçtiler, gidip Yizreel Vadisi'nde ordugah kurdular.
ସେସମୟରେ ସମସ୍ତ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ଆପଣାମାନଙ୍କୁ ଏକତ୍ର କଲେ; ପୁଣି ସେମାନେ ପାର ହୋଇ ଯିଷ୍ରିୟେଲର ତଳଭୂମିରେ ଛାଉଣି କଲେ।
34 RAB'bin Ruhu Gidyon'u yönlendirmeye başladı. Gidyon borusunu çalınca Aviezerliler onun çevresinde toplandı.
ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।
35 Gidyon bütün Manaşşe'ye ulaklar göndererek oranın halkını da topladı. Aşer, Zevulun ve Naftali'ye de ulaklar gönderdi. Onlar da onu karşılamaya çıktılar.
ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।
36 Gidyon Tanrı'ya şöyle seslendi: “Söz verdiğin gibi İsrail'i benim aracılığımla kurtaracağın doğruysa,
ଏଉତ୍ତାରେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
37 çiy yalnızca harman yerine koyduğum yün yapağının üzerine düşsün, topraksa kuru kalsın. Böylece, söylediğin gibi İsrail'i benim aracılığımla kurtaracağını bileceğim.”
ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”
38 Ve öyle oldu. Ertesi gün erkenden kalkan Gidyon yapağıyı alıp sıktı. Yapağıdan bir tas dolusu çiy süzüldü.
ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା।
39 Bunun üzerine Gidyon Tanrı'ya şöyle seslendi: “Bana kızma, bir istekte daha bulunmak istiyorum. Yapağıyla bir deneme daha yapmama izin ver. Lütfen bu kez yalnızca yapağı kuru kalsın, topraksa çiyle ıslansın.”
ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।”
40 Tanrı o gece Gidyon'un dediğini yaptı. Yapağı kuru kaldı, toprağın her yanıysa çiyle kaplandı.
ତହୁଁ ପରମେଶ୍ୱର ସେହି ରାତ୍ରି ସେରୂପ କଲେ; କେବଳ ଲୋମ ଉପରେ ଶୁଷ୍କତା ହେଲା ଓ ସମସ୍ତ ଭୂମିରେ କାକର ପଡ଼ିଲା।