< Luka 11 >
1 İsa bir yerde dua ediyordu. Duasını bitirince öğrencilerinden biri, “Ya Rab” dedi, “Yahya'nın kendi öğrencilerine öğrettiği gibi sen de bize dua etmesini öğret.”
ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
2 İsa onlara, “Dua ederken şöyle söyleyin” dedi: “Baba, adın kutsal kılınsın. Egemenliğin gelsin.
ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
3 Her gün bize gündelik ekmeğimizi ver.
ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
4 Günahlarımızı bağışla. Çünkü biz de bize karşı suç işleyen herkesi bağışlıyoruz. Ayartılmamıza izin verme.”
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”
5 Sonra şöyle dedi: “Sizlerden birinin bir arkadaşı olur da gece yarısı ona gidip, ‘Arkadaş, bana üç ekmek ödünç ver. Bir arkadaşım yoldan geldi, önüne koyacak bir şeyim yok’ derse, öbürü içerden, ‘Beni rahatsız etme! Kapı kilitli, çocuklarım da yanımda yatıyor. Kalkıp sana bir şey veremem’ der mi hiç?
ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’
ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’
8 Size şunu söyleyeyim, arkadaşlık gereği kalkıp ona istediğini vermese bile, adamın yüzsüzlüğünden ötürü kalkar, ihtiyacı neyse ona verir.
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।
9 “Ben size şunu söyleyeyim: Dileyin, size verilecek; arayın, bulacaksınız; kapıyı çalın, size açılacaktır.
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।
10 Çünkü her dileyen alır, arayan bulur, kapı çalana açılır.
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
11 “Aranızda hangi baba, ekmek isteyen oğluna taş verir? Ya da balık isterse balık yerine yılan verir?
ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?
12 Ya da yumurta isterse ona akrep verir?
କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?
13 Sizler kötü yürekli olduğunuz halde çocuklarınıza güzel armağanlar vermeyi biliyorsanız, gökteki Baba'nın, kendisinden dileyenlere Kutsal Ruh'u vereceği çok daha kesin değil mi?”
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
14 İsa adamın birinden dilsiz bir cini kovuyordu. Cin çıkınca adamın dili çözüldü. Halk hayret içinde kaldı.
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
15 Ama içlerinden bazıları, “Cinleri, cinlerin önderi Baalzevul'un gücüyle kovuyor” dediler.
କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ।
16 Bazıları ise O'nu denemek amacıyla gökten bir belirti göstermesini istediler.
ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।
17 Onların ne düşündüğünü bilen İsa şöyle dedi: “Kendi içinde bölünen ülke yıkılır, kendi içinde bölünen ev çöker.
କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।
18 Şeytan da kendi içinde bölünmüşse, onun egemenliği nasıl ayakta kalabilir? Siz, benim Baalzevul'un gücüyle cinleri kovduğumu söylüyorsunuz.
ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।
19 Eğer ben cinleri Baalzevul'un gücüyle kovuyorsam, sizin adamlarınız kimin gücüyle kovuyor? Sizi bu durumda kendi adamlarınız yargılayacak.
କିନ୍ତୁ ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
20 Ama ben cinleri Tanrı'nın eliyle kovuyorsam, Tanrı'nın Egemenliği üzerinize gelmiş demektir.
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
21 “Tepeden tırnağa silahlanmış güçlü bir adam kendi evini koruduğu sürece, malları güvenlik içinde olur.
ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;
22 Ne var ki, ondan daha güçlü biri saldırıp onu alt ettiğinde güvendiği bütün silahları elinden alır ve mallarını yağmalayarak bölüştürür.
କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।
23 Benden yana olmayan bana karşıdır, benimle birlikte toplamayan dağıtıyor demektir.
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”
24 “Kötü ruh insandan çıkınca kurak yerlerde dolanıp huzur arar. Bulamayınca da, ‘Çıktığım eve, kendi evime döneyim’ der.
“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’
25 Eve gelince orayı süpürülmüş, düzeltilmiş bulur.
ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।
26 Bunun üzerine gider, kendisinden kötü yedi ruh daha alır ve eve girip yerleşirler. Böylece o kişinin son durumu ilkinden beter olur.”
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”
27 İsa bu sözleri söylerken kalabalığın içinden bir kadın O'na, “Ne mutlu seni taşımış olan rahme, emzirmiş olan memelere!” diye seslendi.
ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।
28 İsa, “Daha doğrusu, ne mutlu Tanrı'nın sözünü dinleyip uygulayanlara!” dedi.
ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
29 Çevredeki kalabalık büyürken İsa konuşmaya başladı. “Şimdiki kuşak kötü bir kuşaktır” dedi. “Doğaüstü bir belirti istiyor, ama ona Yunus'un belirtisinden başka bir belirti gösterilmeyecek.
ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
30 Yunus nasıl Ninova halkına bir belirti olduysa, İnsanoğlu da bu kuşak için öyle olacaktır.
କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ।
31 Güney Kraliçesi, yargı günü bu kuşağın adamlarıyla birlikte kalkıp onları yargılayacak. Çünkü kraliçe, Süleyman'ın bilgece sözlerini dinlemek için dünyanın ta öbür ucundan gelmişti. Bakın, Süleyman'dan daha üstün olan buradadır.
ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
32 Ninova halkı, yargı günü bu kuşakla birlikte kalkıp bu kuşağı yargılayacak. Çünkü Ninovalılar, Yunus'un çağrısı üzerine tövbe ettiler. Bakın, Yunus'tan daha üstün olan buradadır.”
ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
33 “Hiç kimse kandil yakıp onu gizli yere ya da tahıl ölçeğinin altına koymaz. Tersine, içeri girenler ışığı görsünler diye onu kandilliğe koyar.
“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
34 Bedenin ışığı gözdür. Gözün sağlamsa, bütün bedenin de aydınlık olur. Gözün bozuksa, bedenin de karanlık olur.
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
35 Öyleyse dikkat et, sendeki ‘ışık’ karanlık olmasın.
ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
36 Eğer bütün bedenin aydınlık olur ve hiçbir yanı karanlık kalmazsa, kandilin seni ışınlarıyla aydınlattığı zamanki gibi, bedenin tümden aydınlık olur.”
ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”
37 İsa konuşmasını bitirince bir Ferisi O'nu evine yemeğe çağırdı. O da içeri girerek sofraya oturdu.
ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
38 İsa'nın yemekten önce yıkanmadığını gören Ferisi şaştı.
କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
39 Rab ona şöyle dedi: “Siz Ferisiler, bardağın ve tabağın dışını temizlersiniz, ama içiniz açgözlülük ve kötülükle doludur.
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
40 Ey akılsızlar! Dışı yapanla içi yapan aynı değil mi?
ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?
41 Siz kaplarınızın içindekini sadaka olarak verin, o zaman sizin için her şey temiz olur.
ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
42 “Ama vay halinize, ey Ferisiler! Siz nanenin, sedefotunun ve her tür sebzenin ondalığını verirsiniz de, adaleti ve Tanrı sevgisini ihmal edersiniz. Ondalık vermeyi ihmal etmeden esas bunları yerine getirmeniz gerekirdi.
କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।
43 Vay halinize, ey Ferisiler! Havralarda en seçkin yerlere kurulmaya, meydanlarda selamlanmaya bayılırsınız.
ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
44 Vay halinize! İnsanların, farkında olmadan üzerlerinde gezindiği belirsiz mezarlara benziyorsunuz.”
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”
45 Kutsal Yasa uzmanlarından biri söz alıp İsa'ya, “Öğretmenim, bunları söylemekle bize de hakaret etmiş oluyorsun” dedi.
ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।
46 İsa, “Sizin de vay halinize, ey Yasa uzmanları!” dedi. “İnsanlara taşınması güç yükler yüklersiniz, kendiniz ise bu yükleri kaldırmak için parmağınızı bile kıpırdatmazsınız.
ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
47 Vay halinize! Peygamberlerin anıtlarını yaparsınız, oysa onları sizin atalarınız öldürmüştür.
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
48 Böylelikle atalarınızın yaptıklarına tanıklık ederek bunları onaylamış oluyorsunuz. Çünkü onlar peygamberleri öldürdüler, siz de anıtlarını yapıyorsunuz.
ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।
49 İşte bunun için Tanrı'nın Bilgeliği şöyle demiştir: ‘Ben onlara peygamberler ve elçiler göndereceğim, bunlardan kimini öldürecek, kimine zulmedecekler.’
ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
50 Böylece bu kuşak, Habil'in kanından tutun da, sunakla tapınak arasında öldürülen Zekeriya'nın kanına değin, dünyanın kuruluşundan beri akıtılan bütün peygamberlerin kanından sorumlu tutulacaktır. Evet, size söylüyorum, bu kuşak sorumlu tutulacaktır.
ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
52 Vay halinize, ey Yasa uzmanları! Bilgi kapısının anahtarını alıp götürdünüz. Kendiniz bu kapıdan girmediniz, girmek isteyenlere de engel oldunuz.”
ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”
53 İsa oradan ayrılınca, din bilginleriyle Ferisiler O'nu şiddetle sıkıştırarak birçok konuda ağzını aramaya başladılar.
ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
54 Ağzından çıkacak bir sözle O'nu tuzağa düşürmek için fırsat kolluyorlardı.
ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।