< Markos 9 >

1 İsa, “Size doğrusunu söyleyeyim” diye devam etti, “Burada bulunanlar arasında, Tanrı Egemenliği'nin güçlü biçimde gerçekleştiğini görmeden ölümü tatmayacak olanlar var.”
ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
2 Altı gün sonra İsa, yanına yalnız Petrus, Yakup ve Yuhanna'yı alarak yüksek bir dağa çıktı. Onların gözü önünde İsa'nın görünümü değişti.
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
3 Giysileri göz kamaştırıcı bir beyazlığa büründü; yeryüzünde hiçbir çamaşırcının erişemeyeceği bir beyazlıktı bu.
ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।
4 O anda Musa'yla İlyas öğrencilere göründü. İsa'yla konuşuyorlardı.
ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
5 Petrus İsa'ya, “Rabbî, burada bulunmamız ne iyi oldu! Üç çardak kuralım: Biri sana, biri Musa'ya, biri de İlyas'a” dedi.
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
6 Ne söyleyeceğini bilmiyordu. Çünkü çok korkmuşlardı.
କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।
7 Bu sırada bir bulut gelip onlara gölge saldı. Buluttan gelen bir ses, “Sevgili Oğlum budur, O'nu dinleyin!” dedi.
ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
8 Öğrenciler birden çevrelerine baktılar, ama bu kez yanlarında İsa'dan başka kimseyi göremediler.
ପୁଣି, ହଠାତ୍‍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
9 Dağdan inerlerken İsa, İnsanoğlu ölümden dirilmeden orada gördüklerini hiç kimseye söylememeleri için onları uyardı.
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।
10 Bu uyarıya uymakla birlikte kendi aralarında, “Ölümden dirilmek ne demek?” diye tartışıp durdular.
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
11 İsa'ya, “Din bilginleri neden önce İlyas'ın gelmesi gerektiğini söylüyorlar?” diye sordular.
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
12 O da onlara şöyle dedi: “Gerçekten de önce İlyas gelir ve her şeyi yeniden düzene koyar. Ama nasıl oluyor da İnsanoğlu'nun çok acı çekeceği ve hiçe sayılacağı yazılmıştır?
ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
13 Size şunu söyleyeyim, İlyas geldi bile, onun hakkında yazılmış olduğu gibi, ona yapmadıklarını bırakmadılar.”
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।
14 Öteki öğrencilerin yanına döndüklerinde, onların çevresinde büyük bir kalabalığın toplandığını, birtakım din bilginlerinin onlarla tartıştığını gördüler.
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।
15 Kalabalık İsa'yı görünce büyük bir şaşkınlığa kapıldı ve koşup O'nu selamladı.
ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।
16 İsa öğrencilerine, “Onlarla ne tartışıyorsunuz?” diye sordu.
ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
17 Halktan biri O'na, “Öğretmenim” diye karşılık verdi, “Dilsiz bir ruha tutulan oğlumu sana getirdim.
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
18 Ruh onu nerede yakalarsa yere çarpıyor. Çocuk ağzından köpükler saçıyor, dişlerini gıcırdatıyor ve kaskatı kesiliyor. Ruhu kovmaları için öğrencilerine başvurdum, ama başaramadılar.”
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
19 İsa onlara, “Ey imansız kuşak!” dedi. “Sizinle daha ne kadar kalacağım? Size daha ne kadar katlanacağım? Çocuğu bana getirin!”
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।
20 Çocuğu kendisine getirdiler. Ruh, İsa'yı görür görmez çocuğu şiddetle sarstı; çocuk yere düştü, ağzından köpükler saçarak yuvarlanmaya başladı.
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।
21 İsa çocuğun babasına, “Bu hal çocuğun başına geleli ne kadar oldu?” diye sordu. “Küçüklüğünden beri böyle” dedi babası.
ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;
22 “Üstelik ruh onu öldürmek için sık sık ateşe, suya attı. Elinden bir şey gelirse, bize yardım et, halimize acı!”
ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।
23 İsa ona, “Elimden gelirse mi? İman eden biri için her şey mümkün!” dedi.
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
24 Çocuğun babası hemen, “İman ediyorum, imansızlığımı yenmeme yardım et!” diye feryat etti.
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
25 İsa, halkın koşuşup geldiğini görünce kötü ruhu azarlayarak, “Sana buyuruyorum, dilsiz ve sağır ruh, çocuğun içinden çık ve ona bir daha girme!” dedi.
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
26 Bunun üzerine ruh bir çığlık attı ve çocuğu şiddetle sarsarak çıktı. Çocuk ölü gibi hareketsiz kaldı, öyle ki oradakilerin birçoğu, “Öldü!” diyordu.
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।
27 Ama İsa elinden tutup kaldırınca, çocuk ayağa kalktı.
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।
28 İsa eve girdikten sonra öğrencileri özel olarak O'na, “Biz kötü ruhu neden kovamadık?” diye sordular.
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
29 İsa onlara, “Bu tür ruhlar ancak duayla kovulabilir” yanıtını verdi.
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
30 Oradan ayrılmış, Celile bölgesinden geçiyorlardı. İsa hiç kimsenin bunu bilmesini istemiyordu.
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
31 Öğrencilerine öğretirken şöyle diyordu: “İnsanoğlu, insanların eline teslim edilecek ve öldürülecek, ama öldürüldükten üç gün sonra dirilecek.”
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
32 Onlar bu sözleri anlamıyor, İsa'ya soru sormaktan da korkuyorlardı.
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
33 Kefarnahum'a vardılar. Eve girdikten sonra İsa onlara, “Yolda neyi tartışıyordunuz?” diye sordu.
ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
34 Hiç birinden ses çıkmadı. Çünkü yolda aralarında kimin en büyük olduğunu tartışmışlardı.
କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।
35 İsa oturup Onikiler'i yanına çağırdı. Onlara şöyle dedi: “Birinci olmak isteyen en sonuncu olsun, herkesin hizmetkârı olsun.”
ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।
36 Küçük bir çocuğu alıp orta yere dikti, sonra onu kucağına alarak onlara şöyle dedi: “Böyle bir çocuğu benim adım uğruna kabul eden, beni kabul etmiş olur. Beni kabul eden de beni değil, beni göndereni kabul etmiş olur.”
ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
38 Yuhanna O'na, “Öğretmenim” dedi, “Senin adınla cin kovan birini gördük, ama bizi izleyenlerden olmadığı için ona engel olmaya çalıştık.”
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।
39 “Ona engel olmayın!” dedi İsa. “Çünkü benim adımla mucize yapıp da ardından beni kötüleyecek kimse yoktur.
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;
40 Bize karşı olmayan, bizden yanadır.
କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
41 Size doğrusunu söyleyeyim, Mesih'e ait olduğunuz için sizlere bir bardak su veren ödülsüz kalmayacaktır.”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
42 “Kim bana iman eden bu küçüklerden birini günaha düşürürse, boynuna kocaman bir değirmen taşı geçirilip denize atılması kendisi için daha iyi olur.
ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
43 Eğer elin günah işlemene neden olursa, onu kes. Tek elle yaşama kavuşman, iki elle sönmez ateşe, cehenneme gitmenden iyidir. (Geenna g1067)
ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna g1067)
[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] (questioned)
45 Eğer ayağın günah işlemene neden olursa, onu kes. Tek ayakla yaşama kavuşman, iki ayakla cehenneme atılmandan iyidir. (Geenna g1067)
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna g1067)
[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] (questioned)
47 Eğer gözün günah işlemene neden olursa, onu çıkar at. Tanrı'nın Egemenliği'ne tek gözle girmen, iki gözle cehenneme atılmandan iyidir. (Geenna g1067)
ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; (Geenna g1067)
48 ‘Oradakileri kemiren kurt ölmez, Yakan ateş sönmez.’
କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। (questioned)
49 Çünkü herkes ateşle tuzlanacaktır.
ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।
50 Tuz yararlıdır. Ama tuz tuzluluğunu yitirirse, bir daha ona nasıl tat verebilirsiniz? İçinizde tuz olsun ve birbirinizle barış içinde yaşayın!”
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।

< Markos 9 >