< Süleyman'In Özdeyişleri 31 >

1 Massa Kralı Lemuel'in sözleri, Annesinin ona öğrettikleri:
ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
2 “Oğlum, rahmimin ürünü, ne diyeyim? Adaklarımın yanıtı oğlum, ne diyeyim?
ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
3 Gücünü kadınlara, Gençliğini kralları mahvedenlere kaptırma!
ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
4 “Şarap içmek krallara yakışmaz, ey Lemuel, Krallara yakışmaz! İçkiyi özlemek hükümdarlara yaraşmaz.
ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
5 Çünkü içince kuralları unutur, Mazlumun hakkını yerler.
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
6 İçkiyi çaresize, Şarabı kaygı çekene verin.
ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
7 İçsin ki yoksulluğunu unutsun, Artık sefaletini anmasın.
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
8 Ağzını hakkını savunamayan için, Kimsesizin davasını gütmek için aç.
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
9 Ağzını aç ve adaletle yargıla, Mazlumun, yoksulun hakkını savun.”
ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
10 Erdemli kadını kim bulabilir? Onun değeri mücevherden çok üstündür.
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
11 Kocası ona yürekten güvenir Ve kazancı eksilmez.
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
12 Kadın ona kötülükle değil, Yaşamı boyunca iyilikle karşılık verir.
ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
13 Yün, keten bulur, Zevkle elleriyle işler.
ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
14 Ticaret gemileri gibidir, Yiyeceğini uzaktan getirir.
ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
15 Gün ağarmadan kalkar, Ev halkına yiyecek, hizmetçilerine paylarını verir.
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
16 Bir tarlayı gözüne kestirip satın alır, El emeğiyle kazandığı parayla bağ diker.
ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
17 Giyinip kollarını sıvar, Canla başla çalışır.
ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
18 Ticaretinin kârlı olduğunu bilir, Çırası gece boyunca yanar.
ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
19 Eliyle örekeyi tutar, Avucunda iği tutar.
ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
20 Mazluma kollarını açar, Yoksula elini uzatır.
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
21 Kar yağınca ev halkı için kaygılanmaz, Çünkü hepsinin iki kat giysisi vardır.
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
22 Yatak örtüleri dokur, Kendi giysileri ince mor ketendendir.
ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
23 Kocası ülkenin ileri gelenleriyle oturup kalkar, Kent kurulunda iyi tanınır.
ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
24 Kadın diktiği keten giysilerle Ördüğü kuşakları tüccara satar.
ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
25 Güç ve onurla kuşanmıştır, Geleceğe güvenle bakar.
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
26 Ağzından bilgelik akar, Dili iyilik öğütler.
ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
27 Ev halkının işlerini yönetir, Tembellik nedir bilmez.
ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
28 Çocukları önünde ayağa kalkıp onu kutlar, Kocası onu över.
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 “Soylu işler yapan çok kadın var, Ama sen hepsinden üstünsün” der.
“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
30 Çekicilik aldatıcı, güzellik boştur; Ama RAB'be saygılı kadın övülmeye layıktır.
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
31 Ellerinin hak ettiğini verin kendisine, Yaptıkları için kent kurulunda övülsün.
ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।

< Süleyman'In Özdeyişleri 31 >