< Mezmurlar 129 >
1 Hac ilahisi Gençliğimden beri bana sık sık saldırdılar; Şimdi söylesin İsrail:
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ ଗୀତ। “ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;
2 “Gençliğimden beri bana sık sık saldırdılar, Ama yenemediler beni.
ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
3 Çiftçiler saban sürdüler sırtımda, Upuzun iz bıraktılar.”
କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”
4 Ama RAB adildir, Kesti kötülerin bağlarını.
ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।
5 Siyon'dan nefret eden herkes Utanç içinde geri çekilsin.
ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6 Damlardaki ota, Büyümeden kuruyan ota dönsünler.
ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7 Orakçı avucunu, Demetçi kucağını dolduramaz onunla.
ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8 Yoldan geçenler de, “RAB sizi kutsasın, RAB'bin adıyla sizi kutsarız” demezler.
“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।