< Mezmurlar 8 >

1 Müzik şefi için - Gittit üzerine - Davut'un mezmuru Ey Egemenimiz RAB, Ne yüce adın var yeryüzünün tümünde! Gökyüzünü görkeminle kapladın.
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2 Çocukların, hatta emziktekilerin sesiyle Set çektin hasımlarına, Düşmanı, öç alanı yok etmek için.
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3 Seyrederken ellerinin eseri olan gökleri, Oraya koyduğun ayı ve yıldızları,
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, )
4 Soruyorum kendi kendime: “İnsan ne ki, onu anasın, Ya da insanoğlu ne ki, ona ilgi gösteresin?”
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
5 Nerdeyse bir tanrı yaptın onu, Başına yücelik ve onur tacını koydun.
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6 Ellerinin yapıtları üzerine onu egemen kıldın, Her şeyi ayaklarının altına serdin;
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7 Davarları, sığırları, Yabanıl hayvanları,
ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8 Gökteki kuşları, denizdeki balıkları, Denizde kıpırdaşan bütün canlıları.
ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
9 Ey Egemenimiz RAB, Ne yüce adın var yeryüzünün tümünde!
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

< Mezmurlar 8 >