< Mezmurlar 84 >

1 Müzik şefi için - Gittit üzerine - Korahoğulları'nın mezmuru Ey Her Şeye Egemen RAB, Ne kadar severim konutunu!
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
2 Canım senin avlularını özlüyor, İçim çekiyor, Yüreğim, bütün varlığım Sana, yaşayan Tanrı'ya sevinçle haykırıyor.
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
3 Kuşlar bile bir yuva, Kırlangıç, yavrularını koyacak bir yer buldu Senin sunaklarının yanında, Ey Her Şeye Egemen RAB, Kralım ve Tanrım!
ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4 Ne mutlu senin evinde oturanlara, Seni sürekli överler! (Sela)
ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। (ସେଲା)
5 Ne mutlu gücünü senden alan insana! Aklı hep Siyon'u ziyaret etmekte.
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
6 Baka Vadisi'nden geçerken, Pınar başına çevirirler orayı, İlk yağmurlar orayı berekete boğar.
ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
7 Gittikçe güçlenir, Siyon'da Tanrı'nın huzuruna çıkarlar.
ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
8 Ya RAB, Her Şeye Egemen Tanrı, duamı dinle, Kulak ver, ey Yakup'un Tanrısı! (Sela)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। (ସେଲା)
9 Ey Tanrı, kalkanımıza bak, Meshettiğin krala lütfet!
ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
10 Senin avlularında bir gün, Başka yerdeki bin günden iyidir; Kötülerin çadırında yaşamaktansa, Tanrım'ın evinin eşiğinde durmayı yeğlerim.
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
11 Çünkü RAB Tanrı bir güneş, bir kalkandır. Lütuf ve yücelik sağlar; Dürüstçe yaşayanlardan hiçbir iyiliği esirgemez.
କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
12 Ey Her Şeye Egemen RAB, Ne mutlu sana güvenen insana!
ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

< Mezmurlar 84 >