< Mezmurlar 89 >

1 Ezrahlı Eytan'ın Maskili RAB'bin sevgisini sonsuza dek ezgilerle öveceğim, Sadakatini bütün kuşaklara bildireceğim.
ଇଷ୍ରାହୀୟ ଏଥନ୍‍ର ମସ୍କୀଲ୍‍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।
2 Sevgin sonsuza dek ayakta kalır diyeceğim, Sadakatini gökler kadar kalıcı kıldın.
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
3 Dedin ki, “Seçtiğim adamla antlaşma yaptım, Kulum Davut'a şöyle ant içtim:
“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
4 ‘Soyunu sonsuza dek sürdüreceğim, Tahtını kuşaklar boyunca sürekli kılacağım.’” (Sela)
‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” (ସେଲା)
5 Ya RAB, gökler över harikalarını, Kutsallar topluluğunda övülür sadakatin.
ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
6 Çünkü göklerde RAB'be kim eş koşulur? Kim benzer RAB'be ilahi varlıklar arasında?
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
7 Kutsallar topluluğunda Tanrı korku uyandırır, Çevresindekilerin hepsinden ulu ve müthiştir.
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?
8 Ya RAB, Her Şeye Egemen Tanrı, Senin gibi güçlü RAB var mı? Sadakatin çevreni sarar.
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
9 Sen kudurmuş denizler üzerinde egemenlik sürer, Dalgalar kabardıkça onları dindirirsin.
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
10 Sen Rahav'ı leş ezer gibi ezdin, Güçlü kolunla düşmanlarını dağıttın.
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
11 Gökler senindir, yeryüzü de senin; Dünyanın ve içindeki her şeyin temelini sen attın.
ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
12 Kuzeyi, güneyi sen yarattın, Tavor ve Hermon dağları Sana sevincini dile getiriyor.
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
13 Kolun güçlüdür, Elin kudretli, sağ elin yüce.
ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
14 Tahtın adalet ve doğruluk üzerine kurulu, Sevgi ve sadakat önünsıra gider.
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
15 Ne mutlu sevinç çığlıkları atmasını bilen halka, ya RAB! Yüzünün ışığında yürürler.
ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
16 Gün boyu senin adınla sevinir, Doğruluğunla yücelirler.
ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
17 Çünkü sen onların gücü ve yüceliğisin, Lütfun sayesinde gücümüz artar.
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
18 Kalkanımız RAB'be, Kralımız İsrail'in Kutsalı'na aittir.
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
19 Geçmişte bir görüm aracılığıyla, Sadık kullarına şöyle dedin: “Bir yiğide yardım ettim, Halkın içinden bir genci yükselttim.
ସେସମୟରେ ତୁମ୍ଭେ ଆପଣା ସଦ୍‍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
20 Kulum Davut'u buldum, Kutsal yağımla onu meshettim.
ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
21 Elim ona destek olacak, Kolum güç verecek.
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
22 Düşman onu haraca bağlayamayacak, Kötüler onu ezmeyecek.
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
23 Düşmanlarını onun önünde kıracağım, Ondan nefret edenleri vuracağım.
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
24 Sadakatim, sevgim ona destek olacak, Benim adımla gücü yükselecek.
ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
25 Sağ elini denizin, Irmakların üzerine egemen kılacağım.
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
26 ‘Babam sensin’ diye seslenecek bana, ‘Tanrım, kurtuluşumun kayası.’
ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’
27 Ben de onu ilk oğlum, Dünyadaki kralların en yücesi kılacağım.
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
28 Sonsuza dek ona sevgi göstereceğim, Onunla yaptığım antlaşma hiç bozulmayacak.
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
29 Soyunu sonsuza dek, Tahtını gökler durduğu sürece sürdüreceğim.
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।
30 “Çocukları yasamdan ayrılır, İlkelerime göre yaşamazsa;
ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
31 Kurallarımı bozar, Buyruklarıma uymazsa,
ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
32 İsyanlarını sopayla, Suçlarını dayakla cezalandıracağım.
ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।
33 Ama onu sevmekten vazgeçmeyecek, Sadakatime sırt çevirmeyeceğim.
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।
34 Antlaşmamı bozmayacak, Ağzımdan çıkan sözü değiştirmeyeceğim.
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।
35 Bir kez kutsallığım üstüne ant içtim, Davut'a yalan söylemeyeceğim.
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦଙ୍କୁ ମିଥ୍ୟା କହିବା ନାହିଁ।
36 Onun soyu sonsuza dek sürecek, Tahtı karşımda güneş gibi duracak,
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
37 Göklerde güvenilir bir tanık olan ay gibi Sonsuza dek kalacak.” (Sela)
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” (ସେଲା)
38 Ama sen reddettin, sırt çevirdin, Çok öfkelendin meshettiğin krala.
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
39 Kulunla yaptığın antlaşmadan vazgeçtin, Onun tacını yere atıp kirlettin.
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
40 Yıktın bütün surlarını, Viran ettin kalelerini.
ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ।
41 Yoldan geçen herkes onu yağmaladı, Yüzkarası oldu komşularına.
ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
42 Hasımlarının sağ elini onun üstüne kaldırdın, Bütün düşmanlarını sevindirdin.
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
43 Kılıcının ağzını başka yöne çevirdin, Savaşta ona yan çıkmadın.
ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
44 Görkemine son verdin, Tahtını yere çaldın.
ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
45 Gençlik günlerini kısalttın, Onu utanca boğdun. (Sela)
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। (ସେଲା)
46 Ne zamana dek, ya RAB? Sonsuza dek mi gizleneceksin? Ne zamana dek öfken alev alev yanacak?
ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?
47 Anımsa ömrümün ne çabuk geçtiğini, Ne boş yaratmışsın insanoğlunu!
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!
48 Var mı yaşayıp da ölümü görmeyen, Ölüler diyarının pençesinden canını kurtaran? (Sela) (Sheol h7585)
ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ? (Sheol h7585)
49 Ya Rab, nerede o eski sevgin? Davut'a göstereceğine ant içtiğin o sadık sevgin!
ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
50 Anımsa, ya Rab, kullarının nasıl rezil olduğunu, Bütün halkların hakaretini bağrımda nasıl taşıdığımı, Düşmanlarının hakaretini, ya RAB, Meshettiğin kralın attığı adıma edilen hakaretleri.
ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର।
ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52 Sonsuza dek övgüler olsun RAB'be! Amin! Amin!
ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍‍, ଆମେନ୍‍।

< Mezmurlar 89 >