< 2 Ahemfo 3 >

1 Ahab babarima Yoram na odii hene wɔ Israel bere a na Yudahene Yehosafat adi ade mfe dunwɔtwe wɔ Yuda no. Odii ade wɔ Samaria mfe dumien.
ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।
2 Ɔyɛɛ Awurade ani so bɔne. Nanso na nʼamumɔyɛ no nte sɛ nʼagya ne ne na de no. Ɔsɛee Baal adum kronkron a nʼagya sii no.
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରିଦେଲେ।
3 Nanso ɔtoaa ahonisom so, sɛnea Nebat babarima Yeroboam dii Israelfo anim ma wɔyɛe no.
ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।
4 Na Moabhene Mesa ne ne nkurɔfo yɛn nguan. Na wotua sonkahiri a ɛyɛ nguamma mpem ɔha ne adwennini mpem ɔha ho nwi ma Israelhene afe biara.
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।
5 Nanso Ahab wu akyi no, Moabhene sɔre tiaa Israelhene.
ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।
6 Enti ɔhene Yoram fii Samaria boaboaa Israel asraafo ano.
ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।
7 Ɔde nkra kɔmaa Yudahene Yehosafat se, “Moabhene asɔre atia me. Wobɛboa me na me ne no ako ana?” Na Yehosafat buae se, “Me ne wo bɛkɔ. Wo ne me yɛ anuanom, me nkurɔfo yɛ wo nkurɔfo, mʼapɔnkɔ yɛ wʼapɔnkɔ.”
ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”
8 Na Yehosafat bisae se, “Ɔkwan bɛn na yɛbɛfa so akɔ?” Yoram buae se, “Yɛbɛtoa wɔn afi Edom sare so.”
ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”
9 Edomhene ne nʼakofo kɔkaa wɔn ho. Na asraafo dɔm abiɛsa no bɔɔ nsra twaa wɔn ho besii wɔn anan mu saa nnanson no, na wɔne wɔn mmoa nnya nsu nnom.
ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
10 Israelhene teɛɛ mu bisae se, “Yɛnyɛ yɛn ho dɛn? Awurade de yɛn baasa aba ha sɛ Moabhene nni yɛn so ana?”
ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
11 Nanso Yudahene Yehosafat bisae se, “Enti Awurade diyifo biara nka yɛn ho wɔ ha ana? Sɛ wɔn mu bi wɔ ha a, yebetumi abisa Awurade nea yɛnyɛ.” Ɔhene Yoram mpanyimfo no mu baako kae se, “Safat babarima Elisa wɔ ha. Na ɔyɛ Elia boafo.”
ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
12 Enti Yehosafat kae se, “Ɛno de, Awurade betumi akasa afa no so.” Na Israelhene, Yudahene ne Edomhene kɔɔ Elisa nkyɛn abisa.
ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।
13 Elisa ka kyerɛɛ Israelhene se, “Wo ho nhia me. Kɔ wʼagya ne wo na adiyifo abosonsomfo no nkyɛn.” Nanso ɔhene Yoram kae se, “Dabi! Efisɛ ɛyɛ Awurade na ɔfrɛɛ yɛn ahemfo baasa yi baa ha sɛ ɔrebeyi yɛn ahyɛ Moabhene nsa!”
ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
14 Na Elisa buae se, “Mmere dodow a Awurade Tumfo a mesom no no te ase yi, sɛ ɛnyɛ Yudahene Yehosafat a mibu no a, anka merenhaw me ho wɔ wo ho.
ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।
15 Afei, ma obi a obetumi abɔ sanku mmra.” Bere a wɔrebɔ sanku no, Awurade tumi baa Elisa so,
ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।
16 ma ɔkae se, “Sɛnea Awurade se ni: Saa obon a emu nsu ayow yi, wɔde nsu bɛhyɛ no ma.
ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’
17 Worenhu mframa anaa osu sɛnea Awurade ka no, nanso saa obon yi, wɔbɛhyɛ no nsu ma. Mubenya bi ama mo ho, mo anantwi ne mo mmoa a aka no.
କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’
18 Na eyi yɛ ade a ɛyɛ mmerɛw ma Awurade. Ɔbɛma moadi Moab asraafo so nkonim.
ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।
19 Mubedi wɔn nkuropɔn papa so nkonim, mpo, nkuropɔn a wɔabɔ ho ban no. Mubetwitwa wɔn nnua nyinaa agu. Mubesisiw wɔn asu aniwa, na mode abo asɛe wɔn nsase pa.”
ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”
20 Na ade kyee a eduu bere a wɔbɔ anɔpa afɔre no, nsu puee prɛko pɛ. Na ɛsen fii Edom, na ankyɛ biara na nsu abu so wɔ baabiara.
ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।
21 Bere a Moabfo tee sɛ asraafo dɔm abiɛsa reba wɔn so no, wɔn nso boaboaa mmarima a wobetumi ako, mmofra ne mpanyin ano, de wɔn sisii wɔn ahye so.
ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍‍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।
22 Na ade kyee a wɔsɔree no, na owia no abɔ wɔ asu no so, ama ani abere sɛ mogya.
ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
23 Moabfo no teɛɛ mu se, “Ɛyɛ mogya. Sesɛɛ asraafo dɔm abiɛsa no atwa wɔn ho ako, akunkum wɔn ho wɔn ho! Momma yɛnkɔfow asade no!”
ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”
24 Bere a woduu Israelfo nsraban mu no, Israel asraafo gyee bum, kɔtoaa Moabfo, ma woguanee. Israel asraafo no taa wɔn koduu Moab asase so. Wɔretaa Moabfo no nyinaa no, na wɔresɛe wɔn nneɛma.
ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।
25 Wɔsɛee wɔn nkurow akɛse, de abo kataa wɔn nsase pa so, sisiw asuti nyinaa, twitwaa nnua pa nyinaa. Kir-Haraset nko ara na ɛkae, na ɛno mpo, wɔtow hyɛɛ so.
ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍‍-ହେର୍‍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।
26 Bere a Moabhene huu sɛ ɔredi nkogu no, odii nʼakofo ahanson anim, yeree wɔn ho, pɛɛ sɛ wɔpem fa atamfo no nsraban a ɛbɛn Edomhene no mu, nanso wɔantumi.
ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
27 Enti ɔfaa ne babarima panyin a anka ɛsɛ sɛ odi nʼade sɛ ɔhene no, de no bɔɔ ɔhyew afɔre wɔ afasu no ho. Abufuw kɛse baa Israel so, na wɔsan wɔn akyi kɔɔ wɔn ankasa asase so.
ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।

< 2 Ahemfo 3 >