< 2 Mose 24 >

1 Afei, Awurade ka kyerɛɛ Mose se, “Wo ne Aaron, Nadab, Abihu ne Israelfo mpanyimfo aduɔson mforo mmra ha. Mo nyinaa, momma me ne mo ntam ntwe na monsom me.
ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
2 Mose nko ara na ɔbɛbɛn Awurade; na monkae nso sɛ, ɛnsɛ sɛ wɔn a wɔaka no twiw bɛn bepɔw no koraa.”
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
3 Mose kaa mmara a Awurade hyɛɛ no no nyinaa kyerɛɛ nnipa no ma wɔn nyinaa bɔ gyee so se, “Yebedi ne nyinaa so.”
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
4 Mose kyerɛw Awurade mmara no nyinaa guu hɔ. Ade kyee anɔpa no, osii afɔremuka wɔ bepɔw no ase. Ɔde adum dumien twaa ho hyiae, efisɛ na Israel mmusuakuw no yɛ dumien.
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
5 Afei, ɔsomaa mmabun a wɔwɔ wɔn mu no bi sɛ wɔnkɔbɔ ɔhyew afɔre ne asomdwoe afɔre mma Awurade.
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
6 Mose sɔn mmoa no mogya no fa de guu nkankyee mu, na ɔtow fa a aka no petee afɔremuka no so.
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
7 Ɔkenkan nhoma a wakyerɛw a ɛyɛ Apam Nhoma a Awurade akwankyerɛ ne ne mmara wɔ mu no kyerɛɛ nnipa no. Nnipa no bɔ gyee so bio se, “Yɛhyɛ bɔ sɛ, yebedi mmara no nyinaa so.”
ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
8 Afei, Mose de mogya a ɛwɔ nkankye no mu no petee nnipa no so kae se, “Saa mogya yi hyɛ apam a mo ne Awurade ayɛ ne mmara a ɔde ama mo no mu den.”
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
9 Mose, Aaron, Nadab, Abihu ne Israelfo mpanyimfo aduɔson no foro kɔɔ bepɔw no so
ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
10 na wohuu Israel Nyankopɔn. Na nʼanan ntiaso hyerɛn te sɛ hoabo a ne hyerɛn te sɛ wim ahosu.
ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
11 Ɛwɔ mu sɛ mpanyimfo no huu Onyankopɔn de, nanso wansɛe wɔn. Nokwarem, wɔn nyinaa bɔɔ mu didii wɔ Awurade anim.
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
12 Na Awurade ka kyerɛɛ Mose se, “Foro bra me nkyɛn wɔ bepɔw so ha na tena ha, na mede mmaransɛm a makyerɛw agu ɔbo so no bɛma wo, na woafa so akyerɛkyerɛ nnipa no.”
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”
13 Enti Mose ne ne boafo Yosua foro kɔɔ Onyankopɔn bepɔw no so.
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
14 Ɔka kyerɛɛ mpanyimfo no se, “Montena ha ntwɛn yɛn kosi sɛ yɛbɛba. Sɛ asɛm bi kyere obi so a, obetumi akɔ Aaron ne Hur nkyɛn.”
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
15 Mose foro kɔɔ bepɔw no so hɔ na ɔyeraa wɔ omununkum mu.
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
16 Na Awurade anuonyam hyɛɛ Sinai bepɔw no so ma. Na omununkum sii bepɔw no so nnansia. Ne nnanson so no, ɔfrɛɛ Mose fii omununkum no mu.
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
17 Wɔn a wɔwɔ bepɔw no ase no huu anwonwade no. Na Awurade anuonyam a ɛwɔ bepɔw no so no te sɛ ogya a ɛredɛw.
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
18 Na Mose yeraa wɔ bepɔw no so mununkum no mu. Odii bepɔw no so adaduanan.
ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।

< 2 Mose 24 >