< Hesekiel 16 >
1 Awurade asɛm baa me nkyɛn se
ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2 “Onipa ba, fa akyiwade a Yerusalem yɛ no si nʼanim
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
3 na ka se, ‘Sɛɛ na Otumfo Awurade ka kyerɛ Yerusalem: Wo nkyi ne wʼawo fi Kanaanfo asase so; na wʼagya yɛ Amorini na wo na nso yɛ Hetini.
ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
4 Da a wɔwoo wo no, wɔantwa wo funuma, na wɔamfa nsu anguare wo sɛ wo ho bɛtew nso, wɔamfa nkyene ansra wo, na wɔamfa ntama ankyekyere wo ho.
ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
5 Obiara anhu wo mmɔbɔ, na obiara yam anhyehye no sɛ ɔbɛyɛ eyinom biara ama wo. Mmom wɔtow wo kyenee wuram, efisɛ da a wɔwoo wo no, wobuu wo animtiaa.
ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।
6 “‘Mibepuee wo so, na mihuu sɛ worewɔ wʼanan na woda mogya mu, na sɛnea na woda hɔ no, meka kyerɛɛ wo se, “Nya nkwa!”
ଏଥିଉତ୍ତାରେ ଆମ୍ଭେ ଯେତେବେଳେ ତୁମ୍ଭ ନିକଟ ଦେଇ ଗଲୁ ଓ ତୁମ୍ଭକୁ ରକ୍ତରେ ଛଟପଟ ହେବାର ଦେଖିଲୁ, ସେତେବେଳେ ଆମ୍ଭେ ତୁମ୍ଭକୁ କହିଲୁ, ‘ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ; ହଁ, ତୁମ୍ଭେ ନିଜ ରକ୍ତରେ (ଲିପ୍ତ) ଥିଲେ ହେଁ ଜୀବିତ ହୁଅ;’ ଏହି କଥା ଆମ୍ଭେ ତୁମ୍ଭକୁ କହିଲୁ।
7 Mehwɛɛ wo ma wunyinii sɛ afifide. Wunyinii, na woyɛɛ nsiforo kɔɔ afikyiri. Wo nufu bobɔe, na wo ho fuw nwi, nanso na woda adagyaw.
ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।
8 “‘Akyiri yi mibepuee wo so, na mehwɛɛ wo na mihuu sɛ woaso aware no, mede mʼatade fa bi kataa wʼadagyaw so. Misua kyerɛɛ wo na me ne wo yɛɛ apam na wobɛyɛɛ me dea, Otumfo Awurade na ose.
ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।
9 “‘Mede nsu guaree wo, na mehohoroo wo ho mogya na mede srade ahorow srasraa wo.
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।
10 Mede atade a wɔanwen ano hyɛɛ wo, na mehyɛɛ wo mmoa were mpaboa. Mede nwera papa furaa wo na mede ntade aboɔden guguu so.
ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
11 Mede agude siesiee wo, mede nkapo guu wo nsa, mede kɔnmuade too wo kɔn mu,
ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।
12 na mede kaa hyɛɛ wo hwene mu, asokaa hyɛɛ wʼasom na mebɔɔ wo abotiri a ɛyɛ fɛ.
ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।
13 Enti wɔde sikakɔkɔɔ ne dwetɛ siesiee wo, wʼadurade yɛɛ nwera papa ne ntama a ne bo yɛ den ne nea wɔadi mu adwinni. Wʼaduan yɛɛ esiam papa, ɛwo ne ngo. Wo ho yɛɛ fɛ na wobɛyɛɛ ɔhemmea.
ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।
14 Na wʼahoɔfɛ nti, wo din hyetaa wɔ amanaman mu, efisɛ anuonyam a mahyɛ wo no ma wʼahoɔfɛ no di mu, Awurade asɛm ni.
ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।
15 “‘Nanso wʼahoɔfɛ nti wugyee wo ho dii na wode wo din a ahyeta no bɔɔ aguaman. Wugyaa wo ho maa obiara a ɔretwa mu na woyɛɛ wɔn adɔe.
ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
16 Wode wo ntade no bi kɔyɛɛ sorɔnsorɔmmea hɔ hyirenn; hɔ na wokɔbɔɔ aguaman. Ɛnsɛ sɛ nneɛma a ɛtete sɛɛ sisi koraa, na ɛnsɛ sɛ ɛba nso.
ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ।
17 Afei wode wo nnwinne fɛfɛ a mede maa wo no, nea mede sikakɔkɔɔ ne dwetɛ yɛe no yɛɛ ahoni maa wo ho na wo ne wɔn bɔɔ aguaman.
ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
18 Wode wo ntade a wɔadi mu adwinni hyehyɛɛ wɔn na wode me ngo ne nnuhuam brɛɛ wɔn.
ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
19 Bio aduan a mede maa wo no, esiam papa, ɛwo ne ngo a mede maa wo sɛ di no, wode brɛɛ wɔn sɛ afɔrebɔde a eyi hua. Saa na esii, Otumfo Awurade asɛm ni.
ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
20 “‘Wofaa wo mmabarima ne wo mmabea, a me ne wo woo wɔn no kɔbɔɔ afɔre sɛ aduan maa ahoni. Wʼaguamammɔ no nnɔɔso ana?
ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
21 Wukum me mma de wɔn bɔɔ afɔre maa ahoni no.
ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
22 Akyiwade a woyɛɛ ne wʼaguamammɔ akyi no, woankae wo mmabun bere a na wo ho da hɔ na worewɔ wʼanan wɔ mogya mu no.
ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
23 “‘Nnome! Nnome nka wo, Otumfo Awurade na ose. Wʼamumɔyɛ nyinaa akyi no,
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍ ଧିକ୍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
24 wusii bammɔ pie maa wo ho, na woyɛɛ abosonnan tenten wɔ aguabɔbea biara.
ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
25 Borɔn so baabiara wusisii abosonnan atenten, na wosɛe wʼahoɔfɛ efisɛ honam akɔnnɔ bɔne nti wode wo ho maa obiara a ɔretwa mu.
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
26 Wo ne Misraimfo a honam akɔnnɔ ayɛ wɔn ma no bɔɔ aguaman, na wode honam akɔnnɔ bɔne hyɛɛ me abufuw.
ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।
27 Enti meteɛɛ me nsa wɔ wo so na metew wʼahye so. Mede wo maa wʼatamfo aniberefo, Filistifo mmabea a wʼahohwi bra no yɛɛ wɔn nwonwa no.
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
28 Wo ne Asiriafo nso bɔɔ aguaman, efisɛ biribiara mmee wo. Na ɛno akyi koraa woammee ara.
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
29 Afei wotoaa wo honam akɔnnɔ bɔne no so de Babilonia, a ɛyɛ aguadifo asase kaa ho, nanso eyi ammee wo ara.
ଆହୁରି, ତୁମ୍ଭେ କିଣାନ ଦେଶରେ କଲ୍ଦୀୟ ପର୍ଯ୍ୟନ୍ତ ଆପଣା ବ୍ୟଭିଚାର କ୍ରିୟା ବୃଦ୍ଧି କରିଅଛ; ପୁଣି, ତହିଁରେ ହେଁ ତୃପ୍ତା ହୋଇ ନାହଁ।
30 “‘Wunni ahohyɛso koraa, Otumfo Awurade asɛm ni, sɛ wutumi yɛ saa nneɛma yi nyinaa te sɛ oguamanfo a nʼani nwu hwee.
ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।
31 Wusisii bammɔ pie wɔ mmorɔn so na wusisii abosonnan atenten wɔ aguabɔbea biara, na wonsɛ oguamanfo, efisɛ wopoo akatua.
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
32 “‘Wo, ɔyere waresɛefo, wopɛ ahɔho sen wo ara wo kunu!
ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।
33 Oguamanfo biara gye akatua, nanso wo de, wode nneɛma kyekyɛ wʼadɔfo nyinaa de hyɛ wɔn afono mu sɛ, womfi baabiara mmra wo nkyɛn.
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
34 Enti wʼaguamammɔ mu no wo nte sɛ afoforo; obiara mma wo hɔ sɛ yɛ no adɔe. Wo ne wɔn bɔ abira koraa, efisɛ wutua ka na obiara mma wo hwee.
ପୁଣି, ଅନ୍ୟ ସ୍ତ୍ରୀମାନଙ୍କ ଅପେକ୍ଷା ତୁମ୍ଭ ବେଶ୍ୟାବୃତ୍ତିର ପ୍ରଭେଦ ଏହି ଯେ, ତୁମ୍ଭ ସଙ୍ଗେ ବ୍ୟଭିଚାର କରିବା ପାଇଁ କେହି ତୁମ୍ଭର ପଶ୍ଚାଦ୍ଗାମୀ ହୁଏ ନାହିଁ; ଆଉ, ତୁମ୍ଭେ ଭଡ଼ା ଦେଲେ ହେଁ ତୁମ୍ଭକୁ କିଛି ଭଡ଼ା ଦିଆଯାଏ ନାହିଁ, ଏଥିପାଇଁ ତୁମ୍ଭର କ୍ରିୟା ବିପରୀତ ଅଟେ।
35 “‘Enti, wo oguamanfo, tie Awurade asɛm!
ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
36 Sɛɛ na Otumfo Awurade se. Esiane sɛ wuhwie wʼahonya gui, na wodaa wʼadagyaw adi, wo ho a woma ɛyɛɛ wo dɛ dodo wɔ wo ne wʼadɔfo nhyiamu, wʼahoni a ɛyɛ akyiwade na afei wo mma mogya a wode maa wɔn no nti,
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
37 merebɛboaboa wʼadɔfo a wode wɔn gyee wʼani nyinaa ano; wɔn a wodɔɔ wɔn ne wɔn a woampɛ wɔn. Mɛboaboa wɔn nyinaa ano atia wo afi wo ho baabiara, na mɛpa wo ho wɔ wɔn anim, na wobehu wʼadagyaw nyinaa.
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
38 Mede asotwe a wɔde ma mmea aguamammɔfo ne mogyahwiegufo no bɛyɛ wʼatemmu. Mede me mogya aweretɔ a efi mʼabufuwhyew ne me ninkutwe abufuw mu bɛba wo so.
ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।
39 Afei mede wo bɛma wʼadɔfo na wobebubu bammɔ pie a woahɔre no, asɛe abosonnan atenten no. Wɔbɛpa wo ho ntama, wɔbɛfa wo nnwinne fɛfɛ no, na wɔagyaw wo hɔ adagyaw mu.
ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।
40 Wɔde nnipadɔm a wobesiw wo abo na wɔde wɔn afoa atwitwa wo mu nketenkete bɛba wo so.
ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।
41 Wɔbɛhyehyew wʼafi na wɔatwe wʼaso wɔ mmea bebree anim. Metwa wʼaguamammɔ no so na woagyae akatua a wode ma wʼadɔfo no.
ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
42 Afei mʼabufuwhyew ano bedwo na me ninkutwe abufuw no befi wo so. Mɛyɛ bɔkɔɔ na me bo remfuw bio.
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
43 “‘Sɛ woankae wo mmabun nna, na wode eyinom nyinaa hyɛɛ me abufuw nti, ɔkwan biara so mɛma nea woayɛ no abɔ wo ti so, Otumfo Awurade na ose. Woanyɛ nneɛma fi anka akyiwade no ho ana?
ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
44 “‘Obiara a obu bɛ no bebu saa bɛ yi afa wo ho: “Sɛnea ɛna te no saa ara na ne babea te.”
ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’
45 Woyɛ wo na a ɔsopaa ne kunu ne ne mma no babea kann, na woyɛ wo nuanom mmea a wɔsopaa wɔn kununom ne wɔn mma no nuabea ankasa. Wo na yɛ Hetini na wʼagya yɛ Amorini.
ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
46 Na wo nuabea panyin ne Samaria a na ɔne ne mmabea te wʼatifi fam, na wo nuabea kumaa a ɔne ne mmabea te wʼanafo fam, yɛ Sodom.
ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
47 Woannantew wɔn akwan mu, ansua wɔn akyiwadeyɛ nko, na mmom, akwan nyinaa mu, wobɛyɛɛ porɔwee sen wɔn.
ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
48 Sɛ mete ase yi, Otumfo Awurade na ose, wo nuabea Sodom ne ne mmabea anyɛ nea wo ne wo mmabea ayɛ no da.
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
49 “‘Eyi ne bɔne a wo nuabea Sodom yɛe: Ɔno ne ne mmabea yɛɛ ahantan, wodidi traa so na hwee amfa wɔn ho, wɔammoa ahiafo ne mmɔborɔfo.
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
50 Wɔyɛɛ ahomaso ne akyiwade wɔ mʼanim. Ɛno nti miyii wɔn sii nkyɛn sɛnea woahu no.
ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।
51 Samaria anyɛ bɔne a woyɛɛ no mu fa. Woayɛ akyiwade a ɛboro nea wo nuabeanom no yɛe no so koraa, na woama ayɛ sɛ wo nuabeanom no te, esiane saa nneɛma a woayɛ no nti.
ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
52 Gye wʼanimguase, efisɛ woama wo nuabeanom adi bem. Wo bɔne mu yɛ duru sen wɔn de, enti ayɛ sɛ wɔteɛ sen wo. Ɛno de, afei gye wʼanimguase na wama ayɛ sɛ wo nuabeanom te.
ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।
53 “‘Nanso mede Sodom siade ne ne mmabea, Samaria siade ne ne mmabea bɛma wɔn, na mede wo siade bɛka ho,
ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
54 sɛnea ɛbɛyɛ a wubegye wʼanimguase na wʼani bewu wɔ nea woayɛ de ama wɔn ahotɔ nyinaa ho.
ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହି ସବୁ ସକାଶୁ ଲଜ୍ଜିତ ହେବ।
55 Na wo nuabeanom Sodom ne ne mmabea, Samaria ne ne mmabea bɛsan akɔ wɔn tebea dedaw mu, na wo ne wo mmabea nso bɛsan akɔ mo dedaw mu.
ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ।
56 Woremmɔ wo nuabea Sodom din wɔ wʼahohoahoa da no mpo,
କାରଣ ତୁମ୍ଭର ଆତ୍ମପ୍ରଶଂସାର ସମୟରେ ତୁମ୍ଭେ ଆପଣା ଭଗିନୀ ସଦୋମର ନାମ ମୁଖରେ ଆଣି ନ ଥିଲ।
57 kosi sɛ wʼamumɔyɛ ho daa hɔ. Ebesi nnɛ Edom mmabea bɔ wo ahohora, wɔne wɔn a wɔatwa wɔn ho ahyia ne Filistifo mmabea; wɔn a wɔatwa wo ho ahyia a wɔbɔ wo ahohora nyinaa.
ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
58 Nea ebefi nneɛma fi a woyɛ ne wʼakyiwade mu aba no bɛda wo so, Awurade asɛm ni.
ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।
59 “‘Sɛɛ na Otumfo Awurade se: Me ne wo bedi no sɛnea ɛfata, efisɛ woasɛe mʼapam de abu me ntam animtiaa.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
60 Nanso mɛkae apam a me ne wo yɛɛ wo mmabun bere mu, na me ne wo bɛyɛ apam a ɛbɛtena hɔ afebɔɔ.
ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।
61 Afei wobɛkae wʼakwan na wʼani awu bere a wo nsa aka wo nuabeanom; wɔn a wɔanyinyin sen wo ne nkumaa nyinaa. Mede wɔn bɛma wo sɛ wo mmabea, nanso ɛrennyina apam a me ne wo ayɛ no so.
ସେହି ସମୟରେ ଯେତେବେଳେ ତୁମ୍ଭେ ଆପଣା ଭଗିନୀଗଣକୁ, ତୁମ୍ଭର ବଡ଼ ଓ ସାନ ଭଗିନୀଗଣକୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେ ଆପଣା ଆଚାର ବ୍ୟବହାର ସ୍ମରଣ କରି ଲଜ୍ଜିତ ହେବ; ଆଉ, ଆମ୍ଭେ ସେମାନଙ୍କୁ କନ୍ୟା ରୂପେ ତୁମ୍ଭକୁ ଦେବା, ମାତ୍ର ତୁମ୍ଭର ନିୟମାନୁକ୍ରମେ ନୁହେଁ।
62 Enti me ne wo bɛyɛ apam na wubehu sɛ mene Awurade.
ପୁଣି, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
63 Afei sɛ meyɛ mpata ma wo wɔ nea woayɛ nyinaa ho a, wobɛkae na wʼani bewu na woremmue wʼano bio wɔ brɛ a wɔabrɛ wo ase no nti, Otumfo Awurade asɛm ni.’”
ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।