< Habakuk 2 >
1 Megyina mʼahwɛe na mawɛn. Mɛbɔ nsra na mahwɛ nea ɔbɛka akyerɛ me, ne mʼanoyi a mede bɛma nkurobɔ yi.
ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି, ଆଉ ସେ ମୋʼ ଗୁହାରି ବିଷୟରେ ମୋତେ କି କଥା କହିବେ ଓ ମୁଁ କି ଉତ୍ତର ଦେବି, ଏହା ନିରୀକ୍ଷଣ କରି ବୁଝିବି।
2 Afei, Awurade buae se, “Kyerɛw adiyi yi wɔ ɔbopon so ma mu nna hɔ pefee na ama ɔkenkanfo ate ase.
ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।
3 Adiyisɛm no retwɛn nkrabea bi; ɛka awiei ho asɛm na ɛbɛba mu. Ɛwɔ mu sɛ ɛrekyɛ de, nanso twɛn, ɛrenkyɛ, ɛbɛba mu.
କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
4 “Hwɛ, ɔtamfo no ama ne ho so; nʼapɛde nteɛ, nanso ɔtreneeni fi gyidi mu benya nkwa.
ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
5 Nokware, nsa yi no ma wayɛ ahantan na onni ahotɔ. Esiane sɛ ɔyɛ adifudepɛ sɛ ɔda na ɔte sɛ owu a hwee mmee no nti ɔfom aman no nyinaa na ɔfa nnipa no nyinaa nnommum. (Sheol )
ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।” (Sheol )
6 “Nnommumfo yi nyinaa bedi ne ho fɛw aserew no aka se, “‘Nnome nka nea ɔboaboa akorɔnne ano, na ɔnam apoobɔ so nya ne ho! Eyi nkɔ so nkosi da bɛn?’
ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”
7 So wɔn a wode wɔn ka no rensɔre mpofirim ana? Wɔbɛsɔre ama wo ho apopo, na wobetwiw afa wo so.
ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?
8 Esiane sɛ woafow aman bebree nti, wɔn a wɔaka no bɛfow wo bi. Efisɛ woahwie nnipa mogya agu; woasɛe nsase, nkuropɔn ne wɔn a wɔtete mu.
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।
9 “Nnome nka nea ɔde akorɔnne kyekyere ne man, a ɔyɛ ne berebuw wɔ sorɔnsorɔmmea, sɛnea obeyi ne ho afi ɔsɛe mu.
ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!
10 Woatu nnipa bebree sɛe ho agyina, de agu wankasa fi anim ase, de wo nkwa atwa so.
ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।
11 Abo a ɛhyehyɛ afi afasu mu no bɛteɛ mu, na ebegyigye wɔ mpuran a wɔahyehyɛ no mu.
କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।
12 “Nnome nka nea ɔnam mogyahwiegu so kyekyere kuropɔn na ɔnam awudi so kyekyere kurow.
ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!
13 Asafo Awurade ahyɛ sɛ, nnipa no adwumayɛ bɛyɛ ogya a wɔhyew. Aman no brɛ gu kwa.
ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?
14 Na Awurade anuonyam ho nimdeɛ bɛhyɛ asase nyinaa ma, sɛnea nsu hyɛ po ma no.
କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
15 “Due! Wo a woma wo mfɛfo nsa, Wuhwie ma wɔnom kosi sɛ wɔbɛbow, na afei woahwɛ wɔn adagyaw.
ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!
16 Worennya anuonyam biara, wʼani bewu. Afei adu wo so! Nom na wʼadagyaw mu nna hɔ. Kuruwa a efi Awurade nsa nifa reba wo so, na aniwu bɛkata wʼanuonyam so.
ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।
17 Awurukasɛm a wode adi Lebanon no bɛmene wo, ɔsɛe a wosɛe mmoa nso bɛbɔ wo hu. Woaka nnipa mogya agu; woasɛe nsase, nkuropɔn ne nnipa a wɔwɔ mu.
କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।
18 “Mfaso bɛn na munya fi ahoni a nipa ayɛ mu? Anaa nsɛsode a ɛkyerɛkyerɛ atoro? Nea ɔyɛ ohoni no de ne ho to ɔno ankasa nsa ano adwuma so; na ɔyɛ anyame a wontumi nkasa.
ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?
19 Nnome nka nea ɔka kyerɛ dua se, ‘Nya nkwa!’ Anaa ɔka kyerɛ ɔbo a enni nkwa se, ‘Nyan!’ Ebetumi ama akwankyerɛ? Wɔde sika kɔkɔɔ ne dwetɛ adura ho; nanso ɔhome nni mu.”
ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
20 Nanso Awurade wɔ nʼasɔrefi kronkron mu. Momma asase nyinaa nyɛ komm wɔ nʼanim.
ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।