< Yesaia 17 >

1 Nkɔmhyɛ a ɛfa Damasko ho: “Hwɛ, Damasko renyɛ kuropɔn bio ɛbɛdan ayɛ nnwiriwii siw.
ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।
2 Aroer nkuropɔn bɛdan amamfo na wɔagyaw ama nguankuw ama wɔadeda hɔ, a obiara renyi wɔn hu.
ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
3 Kuropɔn a wɔabɔ ho ban bɛyera wɔ Efraim, adehyetumi nso befi Damasko; Aram nkae bɛyɛ Israelfo anuonyam,” Sɛnea Asafo Awurade se ni.
ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।
4 “Da no Yakob anuonyam bɛpa; na ne mu srade bɛsa.
ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
5 Ɛbɛyɛ sɛnea nnɔbaetwafo twa aburow a egyina afuw so na ɔde ne nsa penpan, sɛ bere a obi redi mpɛpɛwa wɔ Refaim Bon mu.
ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।
6 Nanso mpɛpɛwa no mu bi bɛka, sɛnea wɔwosow ngodua a ɛyɛ no, ɛka aba no abien anaa abiɛsa wɔ atifi mman no so, ne anan anaa anum wɔ mman a ɛso no so,” sɛnea Awurade, Israel Nyankopɔn se ni.
ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
7 Saa da no, nnipa de wɔn ani bɛto wɔn Yɛfo so na wɔadan wɔn ani ahwɛ Israel Ɔkronkronni no.
ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
8 Wɔremfa wɔn ho nto afɔremuka a ɛyɛ wɔn nsa ano adwuma no so, na wobebu Asera nnua ne nnuhuam afɔremuka a wɔde wɔn nsateaa ayɛ no animtiaa.
ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
9 Da no wɔn nkuropɔn a ɛwɔ bammɔ dennen, a Israelfo nti wogyaw hɔ no, bɛyɛ sɛ mmeaemmeae a wɔagyaw ama nnɔtɔ ne nwura. Ne nyinaa bɛda mpan.
ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।
10 Mo werɛ afi Onyankopɔn, mo Agyenkwa, na monkaee Ɔbotan no, mo abandennen no. Enti ɛwɔ mu sɛ mopɛ nnua papa na mudua bobe a moatɔ afi amannɔne,
କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
11 ɛwɔ mu, da a muduae no, moma enyinii anɔpa a muduae no, moma eguu nhwiren, nanso otwa no renyɛ hwee sɛ ɔyare ne ɔyaw a wontumi nsa.
ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।
12 Nnome nka aman dodow a wohuru so no, wohuru so te sɛ po a ɛrebɔ asorɔkye! Nnome nka nnipa dodow a wɔworo so, wɔworo so sɛ asu akɛse!
ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
13 Ɛwɔ mu, nnipa dodow woro so te sɛ, asu a ɛresen mmirika so, sɛ ɔka wɔn anim a woguan kɔ akyirikyiri, te sɛ ntɛtɛ a mframa bɔ gu wɔ bepɔw so te sɛ nweatam so nwura a mframaden rebɔ no.
ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।
14 Anwummere, wɔbɔ yɛn hu awerɛfiri mu ansa na ade bɛkyɛ no na wɔkɔ dedaw! wɔn a wɔfow yɛn nneɛma, ne wɔn a wɔbɔ yɛn korɔn kyɛfa ni.
ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।

< Yesaia 17 >