< Yesaia 62 >
1 Sion nti, merenyɛ komm, Yerusalem nti, merenyɛ dinn, kosi sɛ ne trenee bɛhyerɛn sɛ adekyee, na ne nkwagye adɛw sɛ ogyatɛn.
ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।
2 Amanaman no behu wo trenee, na ahemfo nyinaa ahu wʼanuonyam; wɔbɛfrɛ wo din foforo a Awurade de bɛto wo no.
ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।
3 Wobɛyɛ anuonyam ahenkyɛw wɔ Awurade nsam, ne adehye anuonyam abotiri wɔ wo Nyankopɔn nsam.
ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
4 Wɔremfrɛ wo amamfo bio, anaa wʼasase sɛ amamfo. Na mmom wɔbɛfrɛ wo Hefsiba anaa anisɔ Kuropɔn ne wʼasase sɛ Beula anaa ɔwarefo efisɛ Awurade ani begye wo ho, na ɔbɛware wʼasase.
ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
5 Sɛnea aberante ware ababaa no, saa ara na wo mmabarima bɛware wo; sɛ ayeforokunu ani gye nʼayeforo ho no, saa ara na wo Nyankopɔn ani begye wo ho.
ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
6 Mede awɛmfo agyinagyina wʼafasu so, Yerusalem; wɔremmua wɔn ano awia anaa anadwo. Mo a musu frɛ Awurade no, monnhome koraa,
ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
7 na mommma onnye nʼahome kosi sɛ, ɔbɛma Yerusalem atim na wayɛ no nea asase nyinaa bɛkamfo.
ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
8 Awurade de ne basa nifa aka ntam ne basa a ɛyɛ den no se, “Meremfa mo awi mma mo atamfo sɛ wɔn aduan bio, na ananafo rennom nsa foforo a moabrɛ ho no bio;
ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
9 wɔn a wotwa no na wobedi na wɔakamfo Awurade, na wɔn a wɔboaboa bobe ano no bɛnom wɔ me kronkronbea adiwo.”
ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।
10 Momfa mu, momfa kuropɔn apon no mu! Munsiesie ɔkwan no mma nkurɔfo no. Mompae, mompae ɔtempɔn no! Munyiyi so abo no. Munsi frankaa mma amanaman no.
ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
11 Awurade abɔ no dawuru akosi nsase ano se, “Monka nkyerɛ Ɔbabea Sion se, ‘Hwɛ, wo Agyenkwa reba! Hwɛ nʼakatua ka ne ho, na nʼanamuhyɛde nso ka ne ho.’”
ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
12 Wɔbɛfrɛ wɔn Nnipa Kronkron, wɔn a Awurade Agye Wɔn; na wɔbɛfrɛ wo Nea Wɔrehwehwɛ Nʼakyi Kwan, Kuropɔn a Ɛrenyɛ Amamfo Bio.
ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।