< Nnwom 6 >
1 Dawid dwom. Awurade nka mʼanim wɔ wʼabufuw mu, na ntwe mʼaso nso wɔ wʼabufuwhyew mu.
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
2 Hu me mmɔbɔ, Awurade, efisɛ meyɛ mmrɛw; Awurade sa me yare na me nnompe wɔ ahoyeraw mu.
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
3 Me kra wɔ ahohia mu. Enkosi da bɛn, Ao Awurade, enkosi da bɛn?
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4 San bra, Awurade, na begye me nkwa; gye me, wo dɔ a enni nhuammɔ no nti.
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
5 Obi a wawu no renkae wo da, hena na ofi ɔda mu kamfo wo? (Sheol )
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? (Sheol )
6 Apinisi ama mayɛ mmerɛw. Anadwo mu nyinaa mede agyaadwotwa fɔw me mpa, na me nusu fɔw me sumii.
ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
7 Awerɛhow ama mʼani so ayɛ me kusuu. Ɛredum; mʼatamfo nyinaa nti.
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
8 Mo nnebɔneyɛfo, montwe mo ho mfi me ho! efisɛ Awurade ate me sufrɛ.
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
9 Awurade ate me mmɔborɔsu; Awurade tie me sufrɛ.
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
10 Mʼatamfo nyinaa anim begu ase na wɔn ho adwiriw wɔn; na wɔapatuw de fɛre asan wɔn akyi.
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।