< 5 Mose 3 >
1 Afei, yɛde yɛn ani kyerɛɛ Basan ɛkwan so. Basanhene Og ne nʼasraadɔm firi bɛhyiaa yɛn wɔ Edrei ne yɛn koeɛ.
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
2 Nanso, Awurade ka kyerɛɛ me sɛ, “Nsuro no, ɛfiri sɛ, mede ɔno ne nʼakodɔm ne nʼasase nyinaa ahyɛ wo nsa. Asɛm a ɛtoo Amorifoɔhene Sihon wɔ Hesbon no, saa asɛm korɔ no ara bi na ɛbɛto no.”
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”
3 Enti, Awurade, yɛn Onyankopɔn, sane de Basanhene Og ne nʼakodɔm nyinaa hyɛɛ yɛn nsa. Yɛbɔɔ wɔn guiɛ a anka wɔn mu baako koraa.
ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
4 Saa ɛberɛ no, yɛfaa wɔn nkuropɔn nyinaa. Nkuropɔn aduosia no mu baako koraa nni hɔ a yɛannye amfiri wɔn nsam. Argob mantam a ɛyɛ Og ahenkuro wɔ Basan nyinaa ka ho.
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)।
5 Saa nkuropɔn yi nyinaa, na wɔato afasuo atentene afa ho de nnadeɛ apono atoto ano. Saa ɛberɛ korɔ no ara mu, yɛfaa nkuraa a na wɔntoo afasuo mfaa ho bebree.
ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
6 Yɛsɛee Basan kuropɔn no korakora sɛdeɛ yɛsɛee Hesbonhene Sihon no. Yɛsɛee nkuro no ne emu mmarima, mmaa ne mmɔfra nyinaa pasapasa.
ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
7 Nanso, afieboa nyinaa ne nkuro no mu asadeɛ deɛ, yɛfom faeɛ.
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
8 Amorifoɔ ahemfo baanu nsase a na ɛdeda Asubɔnten Yordan apueeɛ fam no nyinaa, yɛfaeɛ—nsase a ɛfiri Arnon subɔnhwa kɔsi bepɔ Hermon so nyinaa.
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
9 Sidonfoɔ frɛ no Hermon Sirion ɛnna Amorifoɔ frɛ no Senir.
(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।
10 Yɛadi nkuropɔn a ɛwɔ bepɔ no apampam no nyinaa so a Gilead ne Basan ka ho de kɔsi nkuro a ɛwɔ Saleka ne Edrei, a na ɛyɛ Og ahemman wɔ Basan no nso ka ho bi.
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
11 Abrane no deɛ, Basanhene Og nko na na waka. Ne dadeɛ mpa tenten boro anammɔn dumiɛnsa ɛnna ne tɛtrɛtɛ yɛ anammɔn nsia. Ɛda so wɔ Amonfoɔ kuropɔn Raba mu seesei ara.
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
12 Yɛfaa asase no, mede asase no fa a ɛda firi Aroer Arnon subɔnhwa mu ne Gilead bepɔ fa ne ne nkuro no maa Rubenfoɔ ne Gadfoɔ.
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
13 Afei, mede asase no nkaeɛ a ɛyɛ Gilead ne Basan nyinaa a ɛyɛ na anka ɛyɛ Og ahemman no maa Manase abusua fa no. Saa Basan no nyinaa na wɔfrɛ no abrane asase.
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
14 Manase abusua ɔkannifoɔ Yair faa Argob asase no nyinaa a ɛne Basan kɔsii Gesurfoɔ ne Maakatfoɔ hyeɛ so. Ɔde ne din too asase no frɛɛ hɔ Hawot-Yair de bɛsi ɛnnɛ.
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।
15 Mede Gilead maa Makir,
ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
16 Rubenfoɔ ne Gadfoɔ no, memaa wɔn asase bi a ɛfiri Gilead fa bi, kɔsi Arnon subɔnhwa ho, de kɔsi Asubɔnten Yabok a ɛyɛ Amonfoɔ hyeɛ no so.
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;
17 Atɔeɛ hyeɛ no firi Asubɔnten Yordan a ɛda Araba a ɛfiri Kineret kɔsi Nkyene Ɛpo a ɛda Pisga bepɔ ayaase no.
ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
18 Na mehyɛɛ mo saa ɛberɛ no sɛ, “Awurade mo Onyankopɔn de asase yi ama mo sɛ momfa. Nanso mo mmarima akofoɔ nyinaa nhyɛ akodeɛ nni mo nuanom Israelfoɔ anim ntwa Yordan.
ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
19 Mo yerenom, mo mma ne mo afieboa bebrebe no deɛ, monnya wɔn wɔ mo akyi wɔ nkuro a mede ama mo no so.
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
20 Sɛ Awurade bɔ Israelfoɔ a wɔaka no ho ban na wɔtena asase a Awurade de ama wɔn a ɛtwam Asubɔnten Yordan no so a, afei motumi sane mo akyi ba asase a mede ama mo no so.”
ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”
21 Saa ɛberɛ no, meka kyerɛɛ Yosua sɛ, “Woahunu deɛ Awurade wo Onyankopɔn ayɛ saa ahemfo baanu yi. Saa ara na ɔbɛyɛ ahemman a ɛwɔ Yordan atɔeɛ fam no nyinaa.
ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
22 Nsuro aman a wɔwɔ hɔ no na Awurade bɛko ama wo.”
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
23 Saa ɛberɛ no, mesrɛɛ Awurade sɛ,
ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
24 “Ao Otumfoɔ Awurade, meyɛ wʼakoa. Afei, na worekyerɛ me wo kɛseyɛ ne wo tumi. Onyame bɛn na ɔwɔ ɔsoro anaa asase so a ɔbɛtumi ayɛ mmaninneɛ te sɛ wo?
“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
25 Mesrɛ wo, ma me ntwa Yordan nkɔhwɛ asase nwanwa a ɛda ɛfa hɔ, ɔman fɛfɛ no ne Lebanon mmepɔ no.”
ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
26 Nanso ɛsiane mo enti, Awurade bo fuu me. Na wantie me. Na Awurade ka kyerɛɛ me sɛ “Ɛyɛ, nka saa asɛm yi ho hwee bio nkyerɛ me.
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
27 Foro kɔ Pisga na hwɛ atɔeɛ ne atifi ne anafoɔ ne apueeɛ. Esiane sɛ, worentwa Yordan no enti, wʼankasa fa wʼani hwɛ asase no.
ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
28 Nanso, tu Yosua na bɔ nʼaba so, na hyɛ no den na ɔno na ɔbɛdi saa nnipa yi anim atwa na wama wɔadi asase a wʼani tua yi so.”
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
29 Ɛno enti, yɛtenaa subɔnhwa a ɛbɛn Bet-Peor.
ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।