< Hesekiel 29 >
1 Mfeɛ edu so bosome a ɛtɔ so edu no ɛda a ɛtɔ so dumienu no, Awurade asɛm baa me nkyɛn sɛ:
ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 “Onipa ba, fa wʼani kyerɛ Misraimhene Farao so na hyɛ nkɔm tia no ne Misraim nyinaa.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
3 Kasa kyerɛ no na ka sɛ: ‘Yei ne deɛ Otumfoɔ Awurade seɛ. “‘Me ne wo anya, Misraimhene Farao asuboa kɛseɛ a woda wo asutene mu.’” Woka sɛ, “Nil yɛ me dea; meyɛ maa me ho.”
ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’
4 Na mede nnarewa bɛsosɔ wʼapantan mu na mama mpataa a ɛwɔ wo asutene mu afenfam wo ho. Mɛtwe wo afiri wo asutene no mu, a mpataa no nyinaa tetare wo ho.
ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।
5 Megya wo hɔ wɔ ɛserɛ no so, wo ne mpataa a wɔwɔ wo asutene mu no nyinaa. Wobɛhwe ase wɔ asase petee mu a wɔrempagya wo bio. Mede wo bɛma asase so mmoa ne ewiem nnomaa sɛ wɔn aduane.
ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ିଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
6 Afei wɔn a wɔte Misraim nyinaa bɛhunu sɛ mene Awurade no. “‘Woayɛ sɛ demmire poma ama Israel efie.
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
7 Wɔde wɔn ho too wo so no, wo mu bukaaeɛ na wowɔɔ wɔn mmatire. Wɔtweree woɔ no, wo mu buiɛ ma wɔn sisi hinhimiiɛ.
ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।
8 “‘Ɛno enti sei na Otumfoɔ Awurade seɛ: Mede akofena bɛba abɛtia wo na makunkum wo mmarima ne wɔn mmoa.
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
9 Misraim bɛda mpan na asɛe. Ɛno na wɔbɛhunu sɛ mene Awurade. “‘Ɛfiri sɛ wo kaa sɛ, “Nil yɛ me dea; Me na meyɛeɛ,” enti
ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’
10 me ne wo ne wo asutene anya, na mɛma Misraim asase asɛe na ada mpan, ɛfiri Migdol kɔsi Aswan twam de kɔka Kus hyeɛ so.
ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
11 Onipa anaa aboa biara nan rensi so, obiara rentena so mfeɛ aduanan.
କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି ସ୍ଥାନ ନୋହିବ।
12 Mɛma Misraim asase no ada mpan wɔ nsase a asɛeɛ mu na ne nkuropɔn bɛda mpan mfeɛ aduanan wɔ wɔn nkuropɔn a asɛeɛ mu. Na mɛbɔ Misraimfoɔ apete wɔ amanaman mu, na mahwete wɔn wɔ nsase so.
ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
13 “‘Nanso yei ne deɛ Otumfoɔ Awurade seɛ: Mfeɛ aduanan akyi no, mɛboaboa Misraimfoɔ ano afiri aman a mebɔɔ wɔn petee soɔ no so.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
14 Mede wɔn bɛfiri nnommumfa mu aba na mede wɔn akɔ Misraim Atifi, wɔn nananom asase. Ɛhɔ na wɔbɛyɛ ahennie mu kumaa bi.
ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
15 Ɛbɛyɛ ahennie a ɛnyɛ den na ɛrentumi mma ne ho so wɔ aman a aka no mu. Mɛyɛ no ahennie a ɛrentumi nni aman foforɔ so.
ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।
16 Misraim renyɛ ɔman a Israelfoɔ de wɔn ho bɛto no so bio, mmom ɛbɛkae wɔn bɔne a wɔyɛeɛ sɛ wɔde wɔn ho kɔdane no, de pɛɛ mmoa. Afei, wɔbɛhunu sɛ mene Otumfoɔ Awurade no.’”
ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
17 Mfeɛ aduonu nson so, ɔbosome a ɛdi ɛkan no ɛda a ɛdi ɛkan no, Awurade asɛm baa me nkyɛn sɛ:
ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18 “Onipa ba, Babiloniahene Nebukadnessar ne nʼakodɔm koo ɔkoden tiaa Tiro, etire biara so pepaeɛ na mmatire nso so popɔreeɛ. Nanso ɔno ne nʼakodɔm no annya hwee amfiri adwumaden a wɔyɛ de tiaa Tiro no mu.
“ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
19 Ɛno enti, yei ne deɛ Otumfoɔ Awurade seɛ: Mede Misraim rebɛhyɛ Babiloniahene Nebukadnessar nsa na ɔbɛsoa nʼahodeɛ akɔ. Ɔbɛfom asase no de ayɛ akatua ama nʼakodɔm.
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।
20 Mede Misraim ama no sɛ nʼadwumayɛ so akatua, ɛfiri sɛ ɔne nʼakodɔm ko maa me, Otumfoɔ Awurade asɛm nie.
ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
21 “Saa ɛda no, mɛma abɛn bi afifiri ama Israel efie, na mebue wʼano wɔ wɔn mu. Afei wɔbɛhunu sɛ mene Awurade no.”
ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”