< Yesaia 59 >

1 Ampa ara Awurade nsa nyɛ tiaa sɛ ɛrennye nkwa, na nʼasom nyɛ den sɛ ɛrente asɛm.
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
2 Nanso, mo amumuyɛ na atete mo ne mo Onyankopɔn ntam; mo bɔne ama nʼanim ahinta mo, a enti ɔrente.
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
3 Na mogya akeka mo nsa ho, afɔdie afɔre mo nsateaa. Mo ano akeka atorɔsɛm, mo tɛkrɛma de amumuyɛsɛm di nsekuro.
କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ଓ ତୁମ୍ଭେମାନେ ମିଥ୍ୟା କହିଅଛ, ଓ ତୁମ୍ଭମାନଙ୍କର ଜିହ୍ୱା ଦୁଷ୍ଟତା ବକେ;
4 Obiara nhwehwɛ atɛntenee; obiara mfa nokorɛdie mmɔ ne nkuro. Wɔde wɔn ho to nsɛmhuhuo so na wɔtwa nkontonpo; wonyinsɛn ɔhaw na wɔwo bɔne.
କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।
5 Wɔhwane ananka nkosua na wɔnwono ananse ntontan. Deɛ ɔdi wɔn nkosua biara bɛwu, emu baako nso bɔ a, ɛpae ahuritia.
ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।
6 Wɔn ntontan nyɛ mma aduradeɛ; wɔrentumi mfa deɛ wɔyɛ nkata wɔn ho. Wɔn nneyɛɛ yɛ nneyɛɛ bɔne, na wɔdi akakabensɛm.
ସେମାନଙ୍କର ଜାଲ ବସ୍ତ୍ର ହେବ ନାହିଁ, କିଅବା ସେମାନେ ଆପଣା କର୍ମରେ ଆପଣାମାନଙ୍କୁ ଆଚ୍ଛାଦନ କରିବେ ନାହିଁ; ସେମାନଙ୍କର କର୍ମସବୁ ଅଧର୍ମର କର୍ମ ଓ ସେମାନଙ୍କ ହସ୍ତରେ ଦୌରାତ୍ମ୍ୟର କାର୍ଯ୍ୟ ଥାଏ।
7 Wɔtu mmirika kɔyɛ bɔne; wɔnkyɛre opira ne awudie ho. Baabiara a wɔbɛkɔ no, wɔsɛe hɔ pasaa.
ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।
8 Asomdwoeɛ kwan no, wɔnnim; atɛntenenee nni wɔn akwan so. Wɔadane wɔn akwan nkontonkyi. Obiara a ɔnante soɔ no rennya asomdwoeɛ.
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
9 Enti atɛntenenee ne yɛn ntam aware, na adetenenee mmɛn yɛn. Yɛhwehwɛ hann, nanso ne nyinaa yɛ esum; deɛ ɛhyerɛn, nanso yɛnam esum kabii mu.
ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ।
10 Yɛayɛ te sɛ anifirafoɔ. Yɛkeka afasuo ho hwehwɛ kwan te sɛ nnipa a wɔnni ani. Owigyinaeɛ no, yɛsuntisunti sɛdeɛ onwunu adwoɔ; yɛduru ahoɔdenfoɔ mu a, yɛte sɛ awufoɔ.
ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
11 Yɛn nyinaa pɔ so te sɛ sisire; yɛde awerɛhoɔ kurum sɛ mmorɔnoma. Yɛhwehwɛ atɛntenenee nso yɛnhunu bi; ɔgyeɛ nanso ɛwɔ akyirikyiri.
ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।
12 Ɛfiri sɛ, yɛn mfomsoɔ adɔɔso wɔ wʼani so, na yɛn bɔne di adanseɛ tia yɛn. Yɛn mfomsoɔ da yɛn anim daa, na yɛgye yɛn amumuyɛ to mu:
କାରଣ ତୁମ୍ଭ ସାକ୍ଷାତରେ ଆମ୍ଭମାନଙ୍କର ଅଧର୍ମ ବୃଦ୍ଧି ପାଇଅଛି ଓ ଆମ୍ଭମାନଙ୍କର ପାପ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି; ଯେହେତୁ ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ଓ ଆମ୍ଭମାନଙ୍କର ଅପରାଧସବୁ ଆମ୍ଭେମାନେ ତ ଜାଣୁ;
13 atuateɛ ne afatwa a ɛtia Awurade, yɛn akyi a yɛdane kyerɛ yɛn Onyankopɔn, nhyɛsoɔ ne atuateɛ a yɛfoa soɔ, atorɔsɛm a ɛfiri akoma mu a yɛka.
ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
14 Enti wɔapam atɛntenenee kɔ nʼakyi, na adetenenee akɔgyina baabi; nokorɛ ahwe ase wɔ mmɔntene so. Nokorɛdie ntumi mma mu.
ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।
15 Nokorɛ nni baabiara, obiara a ɔtwe ne ho firi bɔne ho no ayɛ ɔtamfoɔ. Awurade hwɛeɛ na ansɔ nʼani sɛ atɛntenenee nni hɔ.
ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
16 Ohunuu sɛ obiara nni hɔ. Ɛyɛɛ no nwanwa sɛ obiara nni hɔ a ɔbɛpata; enti ɔno ankasa basa dii nkwagyeɛ ho dwuma maa no, na ne tenenee wowaa no.
ଆହୁରି, ସେ ଦେଖିଲେ ଯେ, କୌଣସି ପୁରୁଷ ବର୍ତ୍ତମାନ ନାହିଁ, ପୁଣି ମଧ୍ୟସ୍ଥ କେହି ନାହିଁ ବୋଲି ଚମତ୍କୃତ ହେଲେ; ଏହେତୁ ତାହାଙ୍କର ନିଜ ବାହୁ ତାହାଙ୍କ ନିମନ୍ତେ ପରିତ୍ରାଣ ସାଧନ କଲା ଓ ତାହାଙ୍କର ଧାର୍ମିକତା ହିଁ ତାହାଙ୍କୁ ଧରି ରଖିଲା।
17 Ɔhyɛɛ tenenee sɛ nkataboɔ, ne nkwagyeɛ dadeɛ kyɛ wɔ ne tiri so. Ɔhyɛɛ aweretɔ ntadeɛ na ɔde mmɔdemmɔ firaa sɛ ntoma.
ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।
18 Ɔbɛgyina deɛ wɔayɛ so atua so ka. Nʼatamfoɔ bɛnya nʼabufuhyeɛ. Wɔn a wɔne no ayɛ dɔm bɛnya so akatua; nsupɔ no nso, ɔbɛtua wɔn ka sɛdeɛ ɛsɛ wɔn.
ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।
19 Ɛfiri atɔeɛ fam, nnipa bɛsuro Awurade din na ɛfiri apueeɛ wɔde anidie bɛma nʼanimuonyam. Na ɔbɛba sɛ nsuo a ayiri tɛnn, Awurade ahomeguo de no bɛba.
ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।
20 “Ɔgyefoɔ no bɛba Sion, na ɔbɛyi amumuyɛsɛm nyinaa afiri Yakob asefoɔ mu,” sei na Awurade seɛ.
ପୁଣି, ସଦାପ୍ରଭୁ କହନ୍ତି, “ସିୟୋନକୁ ଓ ଯାକୁବ ମଧ୍ୟରେ ଯେଉଁମାନେ ଅଧର୍ମରୁ ଫେରନ୍ତି, ସେମାନଙ୍କ ନିକଟକୁ ଏକ ମୁକ୍ତିଦାତା ଆସିବେ।”
21 “Medeɛ yei yɛ me ne wɔn apam,” sɛdeɛ Awurade seɛ nie. “Me Honhom a ɔwɔ mo so, ne me nsɛm a mede ahyɛ mo anom remfiri mo anom, anaa mo mma, ne mo mma asefoɔ anom, ɛfiri saa ɛberɛ yi kɔsi daa apem,” sei na Awurade seɛ.
ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।

< Yesaia 59 >