< Yeremia 29 >
1 Yei ne krataa mu nsɛm a odiyifoɔ Yeremia twerɛ firii Yerusalem kɔmaa nnommumfoɔ no mu mpanimfoɔ nkaeɛ, asɔfoɔ, adiyifoɔ ne nnipa a wɔaka nyinaa a Nebukadnessar afa wɔn nnommum afiri Yerusalem akɔ Babilonia.
ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
2 (Yei yɛ ɛberɛ a ɔhene Yehoiakin ne ɔhemmaa no, asɛnniiɛ adwumayɛfoɔ, Yuda ne Yerusalem ntuanofoɔ, adwumfoɔ ahodoɔ nyinaa afiri Yerusalem akɔ nnommumfa mu no akyi.)
ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
3 Ɔde krataa no hyɛɛ Safan babarima Elasa ne Hilkia babarima Gemaria nsa, wɔn na Yudahene Sedekia somaa wɔn kɔɔ Ɔhene Nebukadnessar nkyɛn wɔ Babilonia. Krataa no mu nsɛm nie:
ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍ର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,
4 Yei ne deɛ Asafo Awurade, Israel Onyankopɔn, ka kyerɛ wɔn a mema wɔfaa wɔn nnommum firi Yerusalem kɔɔ Babilonia no nyinaa:
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
5 “Monsisi afie, na momfa mmɔ atenaseɛ; monyɛ nturo na monni mu aba.
ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;
6 Monwareware, na monwowo mmammarima ne mmammaa. Monhwehwɛ yerenom mma mo mmammarima na momfa mo mmammaa nso mma awadeɛ, na wɔn nso nwowo mmammarima ne mmammaa. Monnɔre wɔ hɔ na mo so ante.
ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।
7 Afei, monhwehwɛ kuropɔn a mema wɔtuu mo kɔtenaa so no asomdwoeɛ ne yiedie. Mommɔ Awurade mpaeɛ mma no, ɛfiri sɛ ne yiedie mu na mo nso mobɛdi yie.”
ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।
8 Aane, yei ne deɛ Asafo Awurade, Israel Onyankopɔn seɛ: “Mommma adiyifoɔ ne nkɔmhyɛfoɔ a wɔwɔ mo mu no nnaadaa mo. Monntie wɔn adaeɛ a mohyɛ wɔn nkuran ma wɔsoso no.
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
9 Wɔhyɛ nkɔntorɔ wɔ me din mu. Mensomaa wɔn,” Awurade na ɔseɛ.
କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।
10 Deɛ Awurade seɛ nie: “Sɛ mosom Babilonia mfeɛ aduɔson a, mɛba abɛhwɛ mo na mɛma mʼadom mu bɔhyɛ sɛ mede mo bɛba ha bio no aba mu.
ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।
11 Menim nhyehyɛeɛ a mewɔ ma mo,” Awurade na ɔseɛ, “Nhyehyɛeɛ a ɛde mo bɛsi yie na ɛrenha mo, nhyehyɛeɛ a ɛbɛma mo anidasoɔ ne awieeɛ pa.
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
12 Afei mobɛfrɛ me na moaba abɛbɔ me mpaeɛ, na mɛtie mo.
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
13 Mobɛhwehwɛ me na mobɛhunu me, sɛ mode mo akoma nyinaa hwehwɛ me dea.
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
14 Mobɛhunu me,” Awurade na ɔseɛ, “na mɛyi mo afiri nkoasom mu de mo asane aba. Mɛboaboa mo ano afiri amanaman ne beaeɛ a mepamoo mo kɔɔ so no nyinaa,” Awurade na ɔseɛ, “na mede mo bɛsane aba baabi a metuu mo firi kɔɔ nnommum mu no bio.”
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
15 Mobɛka sɛ, “Awurade ama yɛn adiyifoɔ wɔ Babilonia,”
ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।
16 nanso, sei na Awurade ka fa ɔhene a ɔte Dawid ahennwa so ne nnipa a wɔaka wɔ kuropɔn no mu nyinaa, mo manfoɔ a wɔne mo ankɔ nnommumfa mu no,
ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
17 aane, yei ne deɛ Asafo Awurade seɛ: “Mɛma akofena, ɛkɔm ne yaredɔm aba wɔn so, na wɔayɛ sɛ borɔdɔma a asɛeɛ enti wɔntumi nni.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।
18 Mede akofena, ɛkɔm ne yaredɔm bɛti wɔn, na mɛyɛ wɔn atantanneɛ ama ahennie a ɛwɔ asase no so nyinaa, ne nnome ne ahodwiredeɛ, fɛdideɛ ne animtiabudeɛ wɔ amanaman a mepamoo wɔn kɔɔ so no mu.
ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;
19 Ɛfiri sɛ, wɔantie me nsɛm,” sei na Awurade seɛ, “nsɛm a mede somaa mʼasomfoɔ adiyifoɔ mpɛn bebree baa mo nkyɛn. Na mo nnommumfoɔ nso antie,” Awurade na ɔseɛ.
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।
20 Afei montie Awurade asɛm, mo nnommumfoɔ a mama mo afiri Yerusalem akɔ Babilonia no nyinaa.
ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
21 Yei ne deɛ Asafo Awurade, Israel Onyankopɔn ka fa Kolaia babarima Ahab ne Maaseia babarima Sedekia a wɔde me din rehyɛ mo nkɔmtorɔ no ho nie: “Mede wɔn bɛhyɛ Babiloniahene Nebukadnessar nsa, na wakum wɔn wɔ mo anim.
‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
22 Esiane wɔn enti, Yuda nnommumfoɔ a wɔwɔ Babilonia nyinaa de saa nnome yi bɛdome sɛ: ‘Awurade nyɛ wo sɛ, Sedekia ne Ahab a Babiloniahene hyee wɔn wɔ ogya mu no.’
ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
23 Na wɔayɛ akyiwadeɛ a ɛboro so wɔ Israel: wɔne wɔn yɔnkonom yerenom adeda de asɛe awadeɛ, na wɔde me din adi atorɔ a mennka nkyerɛɛ wɔn sɛ wɔnyɛ. Menim na medi ho adanseɛ,” Awurade na ɔseɛ.
କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”
24 Ka kyerɛ Nehelamni Semaia sɛ,
ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,
25 “Yei ne deɛ Asafo Awurade, Israel Onyankopɔn seɛ: Watwerɛ krataa wɔ wo din mu akɔma nnipa a wɔwɔ Yerusalem nyinaa, ɔsɔfoɔ Maaseia babarima Sefania, ne asɔfoɔ a aka no nyinaa. Woka kyerɛɛ Sefania sɛ,
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,
26 ‘Awurade ahyɛ wo ɔsɔfoɔ asi Yehoiada anan mu sɛ hwɛ Awurade efie no so; Ɛsɛ sɛ wode nkɔnsɔnkɔnsɔn ne dadeɛ kɔnnua gu obiara a wabɔ dam na ɔyɛ ne ho sɛ odiyifoɔ.
‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।
27 Afei adɛn enti na wontwi Yeremia a ɔfiri Anatot a ɔyɛ ne ho sɛ odiyifoɔ wɔ mo mu no anim?
ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?
28 Ɔde saa nkra yi abrɛ yɛn wɔ Babilonia: Ɛbɛkyɛ. Ɛno enti monsisi afie mfa mmɔ atenaseɛ; monyɛ nturo na monni emu aba.’”
ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”
29 Ɔsɔfoɔ Sefania kenkanee krataa no kyerɛɛ odiyifoɔ Yeremia.
ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।
30 Na Awurade asɛm baa Yeremia nkyɛn sɛ,
ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
31 “Fa saa nkra yi kɔma nnommumfoɔ no nyinaa sɛ, ‘Yei ne deɛ Awurade ka fa Nehelamni Semaia ho: Esiane sɛ wahyɛ mo nkɔm a mpo mansoma no, na wama moagye atorɔ adi enti,
“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,
32 deɛ Awurade seɛ nie: Nokorɛm, mɛtwe Nehelamni Semaia ne nʼasefoɔ aso. Ɔrennya obiara a ɔbɛka wɔ saa nkurɔfoɔ yi mu, na ɔrenhunu nneɛma pa a mɛyɛ ama me nkurɔfoɔ, ɛfiri sɛ waka atuateɛ nsɛm atia me,’” Awurade na ɔseɛ.
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”