< Yona 2 >
1 Yona firii apataa no yam bɔɔ Awurade ne Onyankopɔn mpaeɛ sɛ.
ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ।
2 Ɔkaa sɛ, “Mʼahohia mu mefrɛɛ Awurade, na ɔgyee me so. Mefiri adamena ase tɔnn srɛɛ mmoa na wotiee me sufrɛ. (Sheol )
ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। (Sheol )
3 Wotoo me twenee ebunu mu wɔ ɛpo ase tɔnn, na ɔhweam twaa me ho hyiaeɛ; wʼasorɔkye ne mframa bu faa me so.
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
4 Na mekaa sɛ, ‘Wɔapam me afiri wʼanim; nanso mede mʼani bɛkyerɛ wʼasɔredan kronkron no bio’
ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।
5 Nsuo a abu afa me so no bɔɔ me hu, ebunu no twaa me ho hyiaeɛ; ɛpo mu wira kyekyeree me tiri ho.
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
6 Memem kɔɔ mmepɔ no ase pɛɛ; asase ase kaa me hyɛɛ mu afebɔɔ. Nanso wogyee me nkwa firii amena mu, Ao Awurade, me Onyankopɔn.
ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।
7 “Ɛberɛ a me nkwa resene akɔ no, mekaee wo Awurade, na me mpaeɛbɔ foro baa wo nkyɛn, wɔ wʼasɔredan kronkron no mu.
ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
8 “Wɔn a wɔde wɔn ho bata ahoni huhuo ho no hwere adom a anka ɛyɛ wɔn dea.
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
9 Nanso me, mede ayɛyie nnwom bɛbɔ afɔdeɛ ama wo. Deɛ mahyɛ ho bɔ no, mɛyɛ. Nkwagyeɛ firi Awurade.”
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”
10 Na afei, Awurade hyɛɛ apataa no ma ɔfee Yona too asase so.
ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା।