< 4 Mose 30 >

1 Afei, Mose hyiaa Israel mmusua no mu mpanimfoɔ no ka kyerɛɛ wɔn sɛ, “Awurade ahyɛ sɛ,
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
2 sɛ obi hyɛ Awurade bɔ anaa ɔka ntam hyɛ bɔ no, ɛnsɛ sɛ ɔbu so. Ɛsɛ sɛ ɔyɛ deɛ ɔka sɛ ɔbɛyɛ no pɛpɛɛpɛ.
କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
3 “Sɛ ababaawa bi hyɛ Awurade bɔ anaa ɔka ntam hyɛ bɔ ɛberɛ a ɔda so te nʼagya fie,
ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
4 na nʼagya no te sɛ ne ba no ahyɛ bɔ, na wanka hwee a, ne bɔhyɛ no di mu.
ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
5 Nanso sɛ ɛba sɛ nʼagya no si no bɔhyɛ no ho ɛkwan ɛda a ɔbɛte no a, ɔde sɛe bɔhyɛ no. Awurade de bɛkyɛ ababaawa no, ɛfiri sɛ, nʼagya ampene sɛ ɔbɛdi so.
ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
6 “Sɛ ɔhyɛ bɔ a ɛnyɛ na akyire no ɔkɔware
ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
7 na ne kunu no te saa bɔhyɛ no ho asɛm nanso wanka ho hwee ɛda no ara a, ne bɔhyɛ no di dwuma.
ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8 Na sɛ ne kunu no po bɔhyɛ bɔne no a, po a ɔpoeɛ no di mu enti, Awurade de bɛkyɛ no.
ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
9 “Sɛ ɔbaa yɛ okunafoɔ anaa wɔagyaa no aware a, ɛkwan biara so, ɛsɛ sɛ ɔdi ne bɔhyɛ nyinaa so.
ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
10 “Sɛ waware na ɔte ne kunu fie a ɛhɔ na ɔhyɛɛ ɛbɔ no,
ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
11 na ne kunu no teeɛ na wanka ho hwee a, ne bɔhyɛ no di mu.
ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
12 Na sɛ ɛda no ara a ɔteeɛ no, sɛ wampene so a, ne bɔhyɛ no nni mu na Awurade de bɛkyɛ no.
ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
13 Enti, ne kunu na ɔbɛsi so dua anaasɛ ɔbɛkasa atia bɔhyɛ no.
ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
14 Sɛ ɛda mu no nyinaa wanka ho hwee deɛ a, na ɛkyerɛ sɛ, ɔpene so.
ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
15 Sɛ ɔtwɛn ma ɛda koro fa so na sɛ ɔbɛka sɛ bɔhyɛ no nni mu a, ɛho asotwe biara a ɔbaa no penee so no bɛba ɔbarima no so.”
ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
16 Yei ne mmara a Awurade nam Mose so de maa ɔbarima ne ne yere ne agya ne ne babaa a wɔn nyinaa te efie baako mu no.
ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।

< 4 Mose 30 >