< Nnwom 66 >
1 Dawid dwom. Asase nyinaa momfa ahosɛpɛ nteam mma Onyankopɔn!
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2 Monto ne din animuonyamhyɛ ho dwom; momma nʼayɛyie nyɛ animuonyamhyɛ!
ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
3 Monse Onyankopɔn sɛ, “Wo nneyɛɛ yɛ nwanwa wo tumi so na wʼatamfoɔ nyinaa de suro koto wʼanim.
ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।
4 Asase nyinaa koto wo; wɔto ayɛyi dwom ma wo, wɔto dwom kamfo wo din.”
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”
5 Mommra mmɛhwɛ deɛ Onyankopɔn ayɛ; anwanwadeɛ a wayɛ wɔ nnipa mu.
ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
6 Ɔmaa ɛpo yɛɛ asase kesee; wɔnante twaa asuo no. Mommra na yɛnni ahurisie wɔ ne mu.
ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
7 Ɔde ne tumi di ɔhene daa daa, na ɔde nʼani nso hwɛ aman so. Mma atuatefoɔ nsɔre ntia no.
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। (ସେଲା)
8 Ao aman nyinaa, monhyira yɛn Onyankopɔn, momma wɔnte mo nkamfo no nnyegyeɛ.
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
9 Wahwɛ yɛn nkwa so na wamma yɛn nan anwatiri.
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
10 Na wo, Ao Onyankopɔn, wosɔɔ yɛn hwɛeɛ; na wohoaa yɛn ho sɛ dwetɛ.
କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
11 Wode yɛn kɔguu nneduadan mu na wode nneɛma a ɛyɛ duru too yɛn akyi.
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
12 Womaa yɛn atamfoɔ twi faa yɛn so; yɛfaa ogya ne nsuo mu, nanso wode yɛn baa baabi a nnepa abu so.
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
13 Mede ɔhyeɛ afɔdeɛ bɛba wʼasɔredan mu na madi ɛbɔ a mahyɛ wo no so,
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
14 ɛbɔ a mʼano fafa hyɛeɛ na mʼano kaaeɛ ɛberɛ a na mewɔ ɔhaw mu no.
ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
15 Mede mmoa a wɔadɔ sradeɛ bɛbɔ afɔdeɛ ama wo nnwennini ayɛyɛdeɛ; mede anantwinini ne mpapo bɛbɔ afɔdeɛ.
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। (ସେଲା)
16 Mommra mmɛtie, mo a mosuro Onyankopɔn nyinaa; momma menka deɛ wayɛ ama me nkyerɛ mo.
ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
17 Mede mʼano su frɛɛ no; na me tɛkrɛma yii no ayɛ.
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
18 Sɛ mede bɔne hyɛɛ mʼakomam a, anka Awurade antie me.
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
19 Nanso, nokorɛm, Onyankopɔn atie me, wate me mpaeɛbɔ.
ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
20 Nhyira nka Onyankopɔn, a wampo me mpaeɛbɔ na wanyi nʼadɔeɛ amfiri me so. Wɔde ma dwomkyerɛfoɔ. Wɔde sankuo na ɛtoeɛ.
ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।