< 1 Івана 2 >
1 Діточки мої, я пишу вам це, щоб ви не грішили, а якщо хтось згрішив, то перед Отцем ми маємо Заступника – праведного Ісуса Христа.
ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
2 Він – жертва за наші гріхи, і не тільки за наші, але й за [гріхи] всього світу.
ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
3 Якщо ми дотримуємось Його заповідей, то знаємо, що пізнали Його.
ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।
4 Той, хто каже: «Я Його знаю», але не дотримується Його заповідей, є брехуном, і немає в ньому істини.
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
5 Але в кожному, хто дотримується Його Слова, Божа любов стала дійсно досконалою. Так ми розуміємо, що ми є в Ньому.
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
6 Хто каже, що перебуває в Ньому, повинен жити так само, як жив Ісус.
ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
7 Любі [мої], я пишу вам не нову заповідь, а стару, яку ви мали від початку. Стара заповідь – це Слово, яке ви чули.
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।
8 Але все ж я пишу вам нову заповідь, яка є істиною в Ньому й у вас, тому що темрява відступає, і світло істини вже сяє.
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
9 Хто каже, що перебуває у світлі, але ненавидить свого брата, [той] і досі в темряві.
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
10 Хто любить свого брата, [той] перебуває у світлі, і немає в ньому причини для спотикання.
ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
11 А хто ненавидить свого брата, той перебуває в темряві, і в темряві ходить, не знаючи, куди йде, бо темрява засліпила його очі.
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।
12 Пишу вам, діточки, тому що ваші гріхи були прощені заради Його імені.
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।
13 Пишу вам, батьки, тому що ви пізнали Того, Хто є від початку. Пишу вам, юнаки, тому що ви перемогли лукавого.
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
14 Я написав вам, діти, тому що ви пізнали Отця. Я написав вам, батьки, тому що ви пізнали Того, Хто є від початку. Я написав вам, юнаки, тому що ви сильні, і Слово Боже перебуває у вас, і ви перемогли лукавого.
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
15 Не любіть світу, ні того, що у світі. Хто любить світ, у тому немає любові до Отця,
ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
16 тому що все, що є у світі, – пожадливість тіла, пожадливість очей та життєва гордість, – не від Отця, а від світу.
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
17 Світ та його бажання минають, але хто виконує волю Божу, той залишається вічно. (aiōn )
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ। (aiōn )
18 Діти, це остання година. Як ви чули, антихрист наближається, і вже з’явилося багато антихристів. Із цього розуміємо, що це остання година.
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।
19 Вони вийшли з-поміж нас, але [ніколи] не були нашими, бо якби вони були з наших, то лишилися б з нами. Але вони [вийшли, ] щоб показати, що не всі з наших.
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।
20 Ви маєте помазання від Святого й усе знаєте.
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
21 Я написав вам не тому, що ви не знаєте істини, а тому, що ви її знаєте, і тому, що жодна брехня не може походити з істини.
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
22 Хто брехун, як не той, хто заперечує, що Ісус є Христос? Хто відкидає Отця і Сина, той і є антихрист.
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
23 Кожен, хто зрікається Сина, не має й Отця, а хто визнає Сина, той має й Отця.
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
24 Нехай у вас перебуває те, що ви чули від початку. Якщо у вас перебуватиме те, що ви чули від початку, то й ви перебуватимете в Сині й в Отці.
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
25 І це є обітниця, яку Він нам дав, – вічне життя. (aiōnios )
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ। (aiōnios )
26 Я написав вам це з приводу тих, хто вводить вас в оману.
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
27 Помазання, яке ви отримали від Нього, залишається у вас, і ви не потребуєте, щоб хтось вас навчав, бо воно саме вчить вас усього. Воно істинне, а не брехливе. Залишайтеся в Ньому, як воно й навчило вас.
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
28 Тож тепер, діточки, залишайтеся в Ньому, щоб, коли Він з’явиться, ми мали сміливість і не були осоромлені перед Ним у час Його приходу.
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
29 Якщо ви знаєте, що Він праведний, ви знаєте, що кожен, хто робить праведне, народжений від Нього.
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।