< 1 Тимофію 6 >

1 Ті, хто знаходиться під ярмом рабства, нехай вважають своїх володарів гідними усілякої шани, щоби Боже ім’я та вчення не зневажалося.
ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
2 А ті, хто має віруючих володарів, нехай не поводяться [з ними] зі зневагою через те, що вони брати. Навпаки, нехай ще більше служать, адже ті, хто отримує вигоду з їхньої доброї праці, є вірними та улюбленими. У цьому заохочуй та цього навчай!
ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।
3 Якщо хтось поширює інше вчення та не наближається до здорових слів нашого Господа Ісуса Христа й до вчення, [що веде до] побожності,
କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
4 він сповнений пихатості й нічого не знає, але хворобливо бажає суперечок та диспутів, з яких виникають заздрість, сварки, зневага, злі підозри,
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
5 постійні сутички людей із зіпсованим розумом і позбавлених істини, котрі думають, що побожність – це спосіб збагатитися.
ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
6 Проте великим надбанням є побожність, що супроводжується подякою.
ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
7 Бо ми нічого не принесли у світ і нічого не можемо винести [з нього].
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
8 Та якщо маємо їжу та одяг, то цього нам буде достатньо.
ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9 А ті, хто бажає збагатитися, впадають у спокусу, у пастку й в численні злі та шкідливі бажання, які занурюють людей у знищення та загибель.
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
10 Адже корінь усякого зла – це любов до грошей, і деякі, віддавшись їй, віддалилися від віри та самі наштовхнулися на безліч страждань.
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
11 Але ти, Божа людино, тікай від цього! Шукай праведності, побожності, віри, любові, терпіння та лагідності!
କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
12 Веди добру битву віри, вхопи вічне життя, до якого тебе покликано і про яке ти чудово свідчив у присутності багатьох свідків. (aiōnios g166)
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। (aiōnios g166)
13 Я наказую тобі в присутності Бога, Який дає життя усьому, і в [присутності] Христа Ісуса, Який дав добре свідчення перед Понтієм Пилатом,
ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
14 зберегти заповідь незаплямованою й бездоганною до з’явлення нашого Господа Ісуса Христа,
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।
15 яке покаже у свій час блаженний та єдиний Повелитель, Цар царів і Володар володарів,
ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
16 єдиний, Хто має безсмертність, Хто перебуває в неприступному світлі, Якого ніхто з людей не бачив і не може побачити. Йому шана та вічна влада! Амінь. (aiōnios g166)
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍। (aiōnios g166)
17 Багатіям цього віку накажи не бути пихатими, покладати надію не на нестійке багатство, а на Бога, Який щедро забезпечує нас усім для насолоди. (aiōn g165)
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, (aiōn g165)
18 [Накажи їм] робити добро, бути багатими в добрих справах, бути щедрими й охочими ділитися,
ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
19 збираючи собі таким чином скарб – добру основу на майбутнє, щоб піймати справжнє життя.
ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
20 Тимофію, оберігай те, що тобі довірено, відвертайся від світських балачок та так званих тверджень, що брехливо називаються знанням,
ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
21 сповідуючи які, дехто віддалився від віри. Благодать із вами!
କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

< 1 Тимофію 6 >