< Від Матвія 28 >
1 Після Суботи, на світанку першого дня тижня, Марія Магдалина та друга Марія прийшли подивитись на гробницю.
ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
2 І ось стався великий землетрус, бо ангел Господній, зійшовши з неба, підійшов, відкотив камінь від гробниці та сів на нього.
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
3 Його вигляд був, як блискавка, а одяг був білий, як сніг.
ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,
4 Від страху охорона затремтіла перед ним і стала, як мертва.
ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
5 Ангел сказав жінкам: «Не бійтеся! Я знаю, що ви шукаєте Ісуса, Який був розіп’ятий.
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
6 Немає Його тут: Він воскрес, як і казав. Підійдіть та подивіться на місце, де Він лежав.
ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।
7 Ідіть скоріше та скажіть Його учням, що Він воскрес із мертвих. Він іде перед вами в Галілею, там Його побачите. Ось я сказав вам».
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
8 Тоді жінки швидко відійшли від гробниці й зі страхом та великою радістю побігли й розповіли про все Його учням.
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।
9 І ось Ісус зустрів їх та сказав: «Радійте!» Вони ж наблизились, обійняли Його ноги та вклонилися Йому.
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
10 Тоді Ісус сказав їм: «Не бійтеся! Ідіть та сповістіть Моїх братів, щоб ішли до Галілеї, там Мене побачать».
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”
11 Коли вони ще йшли, деякі охоронці прийшли до міста й сповістили первосвященників про все, що сталося.
ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀ-ଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।
12 Тоді вони зібралися разом зі старійшинами й вирішили дати воїнам багато грошей,
ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
13 сказавши їм: «Кажіть, що Його учні прийшли вночі та вкрали Його, поки ви спали».
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
14 А якщо про це почує намісник, ми його переконаємо та позбавимо вас від неприємностей.
ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା।
15 Вони взяли гроші та вчинили, як були навчені. І ця чутка поширилась серед юдеїв до сьогоднішнього дня.
ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
16 А одинадцять учнів пішли до Галілеї, на гору, куди Ісус звелів їм прийти.
କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
17 [Там] вони побачили Ісуса й вклонилися Йому, однак дехто з них засумнівався.
ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18 Ісус підійшов до них та промовив: «Мені дана вся влада на небі й на землі.
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
19 Тож ідіть і зробіть учнями всі народи, охрещуючи їх в ім’я Отця, і Сина, і Святого Духа.
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20 Навчіть їх виконувати все, що Я заповів вам. І ось Я з вами в усі дні аж до кінця світу». (aiōn )
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।” (aiōn )