< Дії 5 >
1 А один чоловік, на йме́ння Ана́ній, із своєю дружи́ною Сапфі́рою, продав маєток,
ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।
2 та й з ві́дома дружи́ни своєї присво́їв частину з заплати, а якусь там частину приніс та й поклав у ногах у апо́столів.
ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା।
3 І промовив Петро: „Ана́нію, чого сатана́ твоє серце напо́внив, щоб ти Духу Святому неправду сказав та присво́їв із заплати за землю?
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?
4 Хіба те, що́ ти мав, не твоє все було, а про́дане не в твоїй вла́ді було? Чого ж в серце своє ти цю справу поклав? Ти не лю́дям неправду сказав, але Богові!“
ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
5 Як Ана́ній зачу́в ці слова́, то впав та й умер. І обгорнув жах великий усіх, що це чули!
ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।
6 Юнаки́ ж повставали, обгорну́ли його, і винесли та й поховали.
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ।
7 І сталось, годин через три прийшла й дружи́на його, про випа́док нічо́го не знавши.
ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କଅଣ ଘଟିଅଛି, ତାହା ସେ ଜାଣି ନ ଥିଲା।
8 І промовив до неї Петро: „Скажи мені, чи за стільки ви землю оту продали́?“Вона ж відказала: „Так, за стільки“.
ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ।
9 До неї ж Петро: „Чому це ви змо́вилися споку́шувати Господнього Духа? Он ті входять у двері, що чоловіка твого поховали, — і тебе вони винесуть“.
ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
10 І вона зараз упала до ніг його, та й умерла. Як ввійшли ж юнаки́, то знайшли її мертвою, і, винісши, біля мужа її поховали.
ସେହିକ୍ଷଣି ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ।
11 І обгорнув страх великий всю Церкву та всіх, що чули про це.
ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।
12 А руками апо́столів стались знаме́на та чуда великі в наро́ді. І були́ однодушно всі в Соломоновім ґанку.
ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
13 А з сторонніх ніхто приставати не важивсь до них, але люд прославляв їх.
କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
14 І все збі́льшувалось тих, хто вірує в Господа, бе́зліч чолові́ків і жінок,
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
15 так що хворих стали вино́сити на вулиці, та й клали на ложа та ноші, щоб, як ітиме Петро, то хоч тінь його впала б на ко́го із них.
ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ।
16 І бе́зліч люду збиралась до Єрусалиму з довко́лишніх міст, і не́сли недужих та хворих від ду́хів нечистих, — і були́ вони всі вздоро́влювані!
ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ।
17 А первосвященик, уставши, та й усі, хто був із ним, хто належав до саддуке́йської єресі, перепо́внились за́здрощами,
ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ
18 і руки наклали вони на апо́столів, і до в'язниці грома́дської вкинули їх.
ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।
19 Але Ангол Господній вночі відчинив для них двері в'язничні, і, вивівши їх, проказав:
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
20 „Ідіть, і, ставши, говоріть до наро́ду у храмі всі слова́ цього життя“.
ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।
21 Як це вчули вони, то в храм рано ввійшли і навчали. А первосвященик і ті, хто був із ним, прийшовши, скликали синедріо́н і всіх старших з Ізраїлевих синів. І послали в в'язницю, щоб їх привели́.
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।
22 А служба, прийшовши, не знайшла́ їх у в'язниці, а вернувшись, сповістила,
କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,
23 говорячи: „В'язницю знайшли ми з великою пильністю за́мкнену, і сторо́жу, що при две́рях стояла; а коли відчинили, то ніко́го всере́дині ми не знайшли!“
ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।
24 Як почули слова ці начальник сторожі храму та первосвященики, не могли зрозуміти вони, що́ б то сталося.
ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।
25 Та прийшовши один, сповістив їх, говорячи: „Ось ті мужі, що ви їх до в'язниці всадили були, у храмі стоять та й навчають наро́д“.
ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।
26 Пішов тоді старши́й сторо́жі зо слу́жбою, та й привів їх без насильства, бо боялись наро́ду, щоб їх не побили камінням.
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।
27 Припровадивши ж їх, поставили перед синедріоном. І спитався їх первосвященик, говорячи:
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ। ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
28 „Чи ми не заборонили з погрозою вам, щоб про Те Ім'я́ не навчати? І ото, ви своєю наукою перепо́внили Єрусалим, і хочете кров Чоловіка Того припрова́дити на нас“.
ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।
29 Відповів же Петро та сказали апо́столи: „Бога повинно слухатися більш, як людей!
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
30 Бог наших отців воскресив нам Ісуса, Якому ви смерть були заподі́яли, повісивши на дереві.
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି।
31 Його Бог підвищив Своєю прави́цею — на Начальника й Спаса, щоб дати Ізраїлеві покая́ння і про́щення гріхів.
ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।
32 А тих справ Йому свідками ми й Святий Дух, що Його Бог дав тим, хто слухня́ний Йому“.
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
33 Як зачули ж оце, запалилися гнівом вони, та й ра́дилися, я́к їм смерть заподі́яти?
ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।
34 І встав у синедріо́ні один фарисей, Гамалії́л на ймення, учитель Зако́ну, поважаний від усього наро́ду, та й звелів на часи́нку апо́столів ви́вести.
କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
35 І промовив до них: „Мужі ізраїльські! Поміркуйте собі про людей цих, що́ з ними робити ви маєте.
ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କଅଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ।
36 Бо перед цими днями повстав був Те́вда та й казав, що великий він хтось, і до нього пристало з чотириста люда. Він забитий, а всі ті, хто слухав його, розпоро́шились та оберну́лись в ніщо́.
କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।
37 Після нього повстав, під час пе́репису, Галіле́янин Юда, та й багато людей потягнув за собою. Загинув і він, а всі ті, хто слухав його, розпоро́шились.
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ।
38 І тепер кажу́ вам: Відступіться від цих людей, і занеха́йте їх! Бо коли від людей оця рада чи справа ця бу́де, — розпаде́ться вона.
ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତାହା ଉଚ୍ଛିନ୍ନ ହୋଇଯିବ;
39 А коли те від Бога, то того зруйнувати не зможете, щоб випа́дком не стати і вам богобо́рцями!“І послухались ради його.
କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
40 І, покликавши зно́в апо́столів, вибили їх, наказали їм не говори́ти про Ісусове Йме́ння, та й їх відпустили.
ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।
41 А вони поверта́лися з синедріо́ну, радіючи, що сподоби́лись прийняти знева́гу за Йме́ння Го́спода Ісуса.
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
42 І щоденно у храмі й домах безупинно навчали, і звіщали Єва́нгелію Ісуса Христа.
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।