< Вихід 38 >

1 І зробив він же́ртівника з акаційного дерева, — п'ять ліктів довжина його, і п'ять ліктів ширина його, квадрато́вий, а вишина його — три лікті.
ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
2 І поробив він роги його на чотирьох кутах його, — з нього були його роги. І пообкладав його міддю.
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
3 І він поробив усі речі жертівника: горшки, і шуфлі, і кропильниці, видельця, і лопатки на вугілля. Усі речі його поробив він із міді.
ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
4 І мере́жу зробив він із міді для жертівника роботою сітки, під лиштву його здолу до половини його.
ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
5 І вилив він чотири каблучки на чотирьох кінцях його для мідяної мережі, на вклада́ння для держаків.
ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
6 І поробив він держаки з акаційного дерева, і пообкладав їх міддю.
ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
7 І повсовував він ті держаки в каблучки на боках жертівника, щоб ними носити його. Порожнявим усере́дині зробив його з дощо́к.
ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
8 І зробив він умивальницю з міді та підставу її з міді, з дзерка́лами жінок, що сповняли службу при вході скинії заповіту.
ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
9 І зробив він подвір'я. На півде́нну сто́рону, на по́лудень запони того подвір'я, — суканий віссон, сто ліктів.
ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
10 А стовпів для нього — двадцять, а їхніх підстав із міді — двадцять. Гаки тих стовпів та обручі їхні — срібло.
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
11 А в сторону пі́вночі — сто ліктів; стовпів для них — двадцять і підстав для них — двадцять, із міді. Гаки тих стовпів та обручі їхні — срібло.
ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
12 А в сторону за́ходу, — запони, п'ятдеся́т ліктів; стовпів для них — десять, і підстав для них десять. Гаки тих стовпів та обручі їхні — срібло.
ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
13 А в сторону пе́реду, сходу, — п'ятдесят ліктів.
ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
14 Запони до бо́ку — п'ятнадцять ліктів; стовпів для них — три, і підстав для них — три.
ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
15 А для другого боку з цієї й з тієї сторони брами подвір'я — запони на п'ятнадцять ліктів; стовпів для них — три, і підстав для них — три.
ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
16 Всі запони подвір'я навколо — віссо́н су́каний.
ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
17 А підстави для стовпів — мідь, гаки стовпів та обручів їхніх — срібло. А обклад верхів їх — срібло, і вони — всі стовпи подвір'я — поспи́нані сріблом.
ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
18 А заслона брами подвір'я — робота гаптівника: блакить, і пурпур, і червень та суканий віссон; і двадцять ліктів довжина, а вишина в ширині — п'ять ліктів, відповідно запонам подвір'я.
ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
19 А стовпів для них — чотири, і підстав для них — чотири, із міді. Гаки їх — срібло, і обклад верхів їх та їхніх обручів — срібло.
ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
20 А всі кілки для скинії й для подвір'я навколо — мідь.
ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
21 Оце перелік скинії, скинії свідоцтва, що був обрахований на при́каз Мойсея, — за допомогою Левитів під рукою Ітамара, сина Аарона, священика.
ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
22 А Бецал'їл, син Урія, сина Хура, Юдиного племени, поробив усе, що Господь наказав був Мойсеєві.
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
23 А з ним Оголіяв, син Ахісамахів, Данового племени, обро́блювач, і мисте́ць, і гаптівник блакиттю, і пурпуром, і червенню, і віссоном.
ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
24 Усе золото, вжите для праці в усій роботі святині, то було золото колихання, — двадцять і дев'ять тала́нтів та сім сотень і тридцять шеклів на міру шеклем святині.
ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
25 А срібло полічених у громаді мужів — сто талантів та тисяча, і сімсот і сімдесят і п'ять шеклів на міру шеклем святині,
ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।
26 на голову бека, цебто половина шекля на міру шеклем святині для кожного, хто переходив при переліку від віку двадцяти літ і вище, — для шостисот тисяч і трьох тисяч і п'ятисот і і п'ятидесяти.
ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
27 І було сто тала́нтів срібла на відлиття́ підстав святині та підстав завіси, — сотня підстав на сотню талантів, талант на підставу.
ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
28 А з тисячі й семисот і семидесяти й п'яти шеклів поробив він гаки для стовпів, і пообкладав їхні верхи́ та поспина́в їх.
ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
29 А міді колихання було сімдесят талантів та дві тисячі й чотириста шеклів.
ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
30 І поробив він із неї підстави входу скинії заповіту, і жертівника мідяного, і його мідяну мережу, та всі речі жертівника,
ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
31 і підстави подвір'я навколо, і підстави брами подвір'я, і скинійні кілки, і всі кілки подвір'я навколо.
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।

< Вихід 38 >