< Вихід 4 >

1 І відповів Мойсей та й сказав: „Таж вони не повірять мені, і не послухають голосу мого, бо скажуть: Господь не явився тобі!“
ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”
2 І промовив до нього Господь: „Що то в руці твоїй?“Той відказав: „Палиця“.
ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”
3 І сказав Він: „Кинь її на землю!“І той кинув її на землю, — і вона стала вуже́м. І втік Мойсей від нього.
ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
4 І сказав Господь до Мойсея: „Простягни свою руку, і візьми його за хвоста!“І він простяг свою руку й узяв його, — і той став палицею в долоні його.
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
5 „Щоб повірили, що явився тобі Господь, Бог їхніх батьків, — Бог Авраама, Бог Ісака й Бог Якова“.
“ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
6 І сказав Господь йому ще: „Засунь свою руку за пахви́ну свою!“І засунув він руку свою за пахви́ну свою, і витягнув її, — аж ось рука його побіліла від прокази, як сніг!
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
7 А Він сказав: „Поклади знов свою руку за пахвину свою!“І він поклав знову руку свою до своєї пахвини, і витягнув її з пахвини своєї, — і ось вона стала зно́ву, як тіло його.
ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
8 „І станеться, коли не повірять тобі, і не послухають голосу першої ознаки, то повірять голосу ознаки наступної.
ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
9 І станеться, коли вони не повірять також обом тим ознакам, і не послухають твого голосу, то ти візьмеш води з Річки, і виллєш на суходіл. І переміниться та вода, що ти візьмеш із Річки, і станеться кров'ю на суходолі“.
ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
10 Та Мойсей сказав до Господа: „О Го́споди — я не промовець ні від учора, ні від позавчора, ані відтоді, коли Ти говорив був до Свойого раба, бо я тяжкоустий та тяжкоязикий“.
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
11 І сказав йому Господь: „Хто дав уста людині? Або Хто робить німим, чи глухим, чи видючим, чи темним, — чи ж не Я, Господь?
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
12 А тепер іди, а Я буду з устами твоїми, і буду навчати тебе, що́ ти маєш говорити“.
ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
13 А він відказав: „Молю Тебе, Господи, — пошли іншого, кого маєш послати“.
ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
14 І запалав гнів Господній на Мойсея, і Він сказав: „Чи ж не Ааро́н твій брат, Левит? Я знаю, що він добре буде говорити. Та ось він ви́йде навпроти тебе, — і побачить тебе, і зрадіє він у серці своїм.
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
15 І ти бу́деш говорити до нього, і вкладеш слова ці в уста його, а Я буду з устами твоїми й з устами його, і буду навчати вас, що́ маєте робити.
ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
16 І він буде говорити за тебе до наро́ду. І станеться, — він буде тобі устами, а ти будеш йому замість Бога.
ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
17 І ти візьмеш у руку свою оцю па́лицю, якою ознаки чинитимеш“.
ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
18 І пішов Мойсей, і вернувся до тестя свого Їтра, і сказав йому: „Піду я, і вернуся до братів своїх, що в Єгипті, і побачу, чи ще живі вони“. А Їтро сказав до Мойсея: „Іди в мирі!“
ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
19 І сказав Господь до Мойсея в Мідіяні: „Іди, вернися до Єгипту, бо вимерли всі люди, що шукали твоєї душі“.
ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
20 І взяв Мойсей жінку свою та синів своїх, і посадив їх на осла, та й вернувся до єгипетського краю. І взяв Мойсей палицю Божу в руку свою.
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
21 І сказав Господь до Мойсея: „Коли ти пі́деш, щоб вернутися до Єгипту, гляди, щоб усі чуда, які Я вклав у твою руку, ти вчинив їх перед лицем фараона, а Я ожорсто́чу серце його, — і він не відпустить наро́ду.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”
22 І ти скажеш фараонові: „Так сказав Господь: Син Мій, Мій перворідний — то Ізраїль.
ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
23 І кажу́ Я тобі: Відпусти Мого сина, — і нехай Мені служить. А коли ти відмовиш пустити його, то ось Я вб'ю твого сина, твого перворідного“.
ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
24 І сталося в дорозі на нічлігу, — стрів був його Господь і шукав, щоб убити його.
ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
25 Та Ціппора взяла кременя, і обрізала крайню плоть свого сина, і доторкнулася нею до ніг його та й сказала: „Бо ти мені наречений крови!“
ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
26 І пустив Він його. Тоді вона сказала: „Наречений крови через обрі́зання“.
ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
27 І сказав Господь до Аарона: „Іди назустріч Мойсею в пустиню!“І він пішов, і стрів його на горі Божій, і поцілував його.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
28 І розповів Мойсей Ааронові всі слова Господа, що послав його, і всі ті ознаки, що Він наказав був йому.
ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
29 І пішов Мойсей та Аарон, і зібрали вони всіх старши́х Ізраїлевих синів.
ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
30 І переказав Аарон усі слова, що Господь говорив був Мойсеєві. А той ті ознаки чинив на очах народу.
ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
31 І повірив наро́д той. І почули вони, що згадав Господь Ізраїлевих синів, і що побачив біду їх, — і вони схилилися, і поклонилися до землі.
ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।

< Вихід 4 >