< Ездра 6 >
1 Тоді цар Да́рій видав нака́за, і шукали в домі, де складають ска́рби книжо́к у Вавилоні.
ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।
2 І був зна́йдений один звій в за́мку Ахметі, що в мідійській окру́зі, а в ньому написано так: „ На пам'ять.
ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।
3 Першого року царя Кіра цар Кір видав наказа: Дім Божий в Єрусалимі — дім той нехай будується на місці, де прино́сять жертви, а його підва́лини зало́жені. Вишина́ його — шістдеся́т ліктів, ширина́ його — шістдеся́т ліктів.
“କୋରସ୍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
4 Три ряди́ з великого ка́меню, й один ряд з дерева, а вида́тки будуть да́ні з царсько́го дому.
ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
5 А по́суд Божого дому, золотий та срібний, що Навуходоно́сор виніс був із храму, що в Єрусалимі, і переніс до Вавилону, нехай пове́рнуть, і нехай він пі́де до храму, що в Єрусалимі, на своє місце, і покладе́ш те в Божому домі“.
ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”
6 „Тепер же ти, Таттенаю, наміснику Заріччя, ти, Шетор-Бозенаю з товаришами своїми, перси, що в Заріччі, — віддалі́ться звідти!
“ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;
7 Позоставте працю цього Божого дому, — юдейський намісник та юдейські старші́ збудують той Божий дім на його місці.
ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
8 А від мене да́ний нака́з про те, що́ ви будете робити з тими юдейськими старши́ми, щоб збудувати цей Божий дім, а з царсько́го добра́, з данини Заріччя, нехай докладно дається вида́ток тим лю́дям, щоб не спиняти роботи.
ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
9 А що́ буде потрібне, чи телят, чи баранів, чи овечок на прине́сення Небе́сному Бо́гові, пшеницю, сіль, вино та оливу, що скажуть священики, які в Єрусалимі, щоб без ома́ни видавалося їм день-удень,
ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
10 щоб вони за́вжди прино́сили па́хощі в жертву Небесному Богові та молилися за життя царя та синів його.
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
11 А від мене ви́даний нака́з, що коли який чоловік змінить це моє слово, то буде ви́рване дерево з дому його, і буде поста́влене, а він бу́де прибитий на ньому, а дім його буде обе́рнений за це в руїну!
ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।
12 А Бог, що вчинив, щоб там пробува́ло Ім'я́ Його, знищить кожного царя та наро́д, що простя́гне свою руку, щоб змінити це, щоб ушко́дити той Божий дім, що в Єрусалимі! Я, Да́рій, видав цього нака́за, — нехай він докладно буде ви́конаний!“
ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
13 Тоді Таттенай, намісник Заріччя, Шетар-Бозенай та їхні товариші́ докладно зробили згідно з тим, як послав цар Да́рій.
ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।
14 А юдейські старші́ будували, і щастило їм за проро́цтвом пророка Огія та Захарія, сина Іддо. І вони збудували й закінчи́ли з нака́зу Бога Ізраїлевого та з наказу Кіра, і Дарія, і Артаксеркса, царя перського.
ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
15 І закі́нчений був цей храм до третього місяця адара, що він місяць дванадцятий, шостого року царюва́ння царя Дарія.
ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
16 І справили Ізраїлеві сини, священики й Левити та решта вигна́нців свято відно́влення того Божого дому а радістю.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।
17 I прине́сли в жертву на свято відно́влення того Божого дому: волів — сотню, баранів — двісті, ягнят — чотири сотні, а козлят у жертву за гріх за всього Ізраїля — дванадцять, за числом Ізраїлевих племе́н.
ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
18 І поставили священиків за їхніми частинами, а Левитів — за че́ргами їхніми на службу Божого дому, що в Єрусалимі, як написано в книзі Мойсея.
ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।
19 А пове́рненці справили Па́сху чотирнадцятого дня першого місяця,
ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
20 бо очи́стилися священики та Левити, як один, — усі вони чисті. І вони зарізали пасха́льне ягня́ для всіх пове́рненців, для своїх братів священиків та для себе.
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
21 І їли Ізраїлеві сини, що верну́лися з вигна́ння, і також усі, хто відділився до них від иечистости народів землі, щоб звертатися до Господа, Бога Ізраїлевого.
ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
22 І справляли вони свято Опрі́сноків сім день у радості, бо Господь їх потішив і обернув до них серце асирійського царя, щоб зміцнити їхні руки при праці дому Бога, Бога Ізраїлевого.
ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।