< Єремія 32 >
1 Слово, що було до Єремії від Господа за десятого року Седекії, царя Юдиного, — це вісімнадцятий рік Навуходоно́сора.
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
2 А тоді військо вавилонського царя обляга́ло Єрусалим, а пророк Єремія був ув'я́знений в подві́р'ї в'язни́ці, що була при домі царя Юдиного,
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
3 що ув'язни́в його Седекія, цар Юдин, говорячи: „На́що ти пророкуєш отак: Так говорить Господь: Ось Я ви́дам це місто в руку вавилонського царя, — і він здобу́де його.
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
4 А Седекія, цар Юдин, не втече́ від руки халдеїв, бо конче буде він даний в руку вавилонського царя́, і будуть говорити уста́ його з його устами, а очі його будуть бачити очі його.
ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
5 І заведе́ він Седекію до Вавилону, і він буде там, аж поки Я відві́даю його, говорить Господь. Коли ж будете воювати з халдеями, не пощасти́ться вам“.
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
6 А Єремія відказав: „Було мені слово Господнє таке:
ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
7 Ось Ганамеїл, син Шаллума, твого дя́дька, іде до тебе сказати: Купи собі моє поле, що в Анатоті, бо ти маєш викупне́ право купити.
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
8 І прийшов до мене Ганамеїл, син дядька мого, за Господнім словом, до подві́р'я в'язни́ці, та й сказав мені: Купи моє поле, що в Анатоті, що в Веніяминовому краї, бо твоє право спа́дщини й твій викуп, — купи собі! І пізнав я, що це слово Господнє.
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
9 І купив я це поле від Ганамеїла, сина дядька мого, що в Анатоті, і відважив йому десять і сім ше́клів срібла.
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।
10 І написав я ку́пчу, і запечатав, і засві́дчив сві́дками, та й зважив срібло вагою.
ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
11 І взяв я ку́пчого листа запеча́таного, за зако́ном та уста́вами, і відкритого.
ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;
12 І дав я ку́пчого листа Барухові, синові Нерійї, Махсеїного сина, на очах сина дядька мого Ганамеїла та на очах свідків, що написані в купчому листі, на очах усіх юдеїв, що сиділи в подвір'ї в'язниці.
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
13 І наказав я Барухові на їхніх очах, говорячи:
ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,
14 Так говорить Господь Саваот, Бог Ізраїлів: Візьми ці листи, цього ку́пчого листа, — і запеча́таного, і того листа відкритого, — і даси його в гли́няний по́суд, щоб заховались на довгий час.
‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
15 Бо так промовляє Господь Саваот, Бог Ізраїлів: Ще будуть купуватися доми́ та поля й виноградники в цьому Кра́ї!
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
16 І молився я до Господа пото́му, як дав був ку́пчого листа Барухові, Нерейїному синові, промовляючи:
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
17 О Господи, Боже! Ти небо та землю створив Своєю поту́жною силою та Своїм ви́тягненим раме́ном, — нічо́го для Тебе нема неможли́вого!
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
18 Милість Ти тисячам чи́ниш, і за провину батькі́в після них віддаєш в лоно їхніх синів, Боже великий та могу́тній, Госпо́дь Савао́т Йому Йме́ння!
ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
19 Великий в пораді й могу́тній у чи́нах, що очі Твої відкриті на всі доро́ги лю́дських синів, щоб кожному дати згідно з його доро́гою та згідно з плодо́м його чи́нів,
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
20 що знаки та чу́да чинив Ти в єги́петськім кра́ї, і чиниш їх аж по цей день, і між Ізраїлем, і між наро́дом, і зробив Собі Йме́ння, як цього дня!
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
21 І Ти вивів наро́д Свій Ізраїля з кра́ю єгипетського зна́ками та чу́дами, і рукою поту́жною, і раме́ном ви́тягненим та стра́хом великим.
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
22 І дав Ти їм край цей, який їхнім батька́м заприсяг був, щоб дати їм край цей, що тече молоком він та медом.
ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
23 І прийшли, і посіли його, та не слухалися Твого голосу, і Зако́ном Твоїм не ходили; усього, що Ти наказав їм робити, вони не робили, і Ти вчинив, що спітка́ло їх все оце лихо.
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
24 Ось дохо́дять до міста вали́, щоб здобути його, й місто ві́ддане бу́де у руку халдеїв, що воюють із ним, через меч, і голод, і морови́цю. І що говорив Ти, стається, і ось Ти це бачиш.
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
25 А Ти ж був сказав мені, Господи Боже: Купи собі поле за срі́бло, і засвідч купі́влю свідками, ось місто ві́ддане бу́де у руку халдеїв“.
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
26 І було Господнє слово до Єремії, говорячи:
ତାହା ପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
27 „Ось Я — Господь, Бог кожного тіла: чи для Мене є що́сь неможли́ве?
“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
28 Тому так промовляє Госпо́дь: Ось Я віддам оце місто у руку халдеїв і в руку Навуходоно́сора, царя вавилонського, — і він здобу́де його!
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
29 І при́йдуть халдеї, що воюють з цим містом, і підпа́лять це місто огнем, та й спа́лять його й ті доми́, що прино́сились жертви Ваалові на їхніх даха́х, і лили́ся литі жертви для інших богів, щоб Мене прогніви́ти.
ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
30 Бо сини Ізраїлеві та сини Юдині тільки зло учиня́ли на о́чах Моїх від юна́цтва свого́, сини бо Ізраїлеві лиш гніви́ли Мене чином рук своїх, ка́же Господь.
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
31 Бо місто це стало Мені на Мій гнів та на лю́тість Мою з того дня, як його збудува́ли, та аж до дня цього, щоб відкинути його від Мого лиця
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
32 за все те зло синів Ізраїлевих та синів Юдиних, яке учини́ли, щоб гніви́ти Мене, — вони, їхні царі, князі́, їхні священики й їхні пророки, і юде́яни й ме́шканці Єрусалиму.
କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
33 І вони оберну́лись до Мене поти́лицею, а не обличчям, хоч Я їх навчав рано й пізно, — та не слухалися, щоб прийняти науку.
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
34 І поклали гидо́ти свої в тому храмі, в якому Ім'я́ Моє кли́калося, щоб його занечи́стити.
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
35 І побудували жерто́вні пагі́рки Ваалові, що в долині Бен-Гіннома, щоб через огонь перево́дити синів своїх та своїх до́чок Молохові, чого їм не наказував Я, й що не вхо́дило в серце Мені, щоб чинити ту гидо́ту, щоб уводити Юду у гріх.
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
36 Тому так промовляє Господь, Бог Ізраїлів, до міста цього, про яке ви говорите: Воно ві́ддане буде у руку царя вавилонського мече́м, і голодом, і морови́цею:
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
37 Ось Я їх позбираю зо всіх тих країв, куди ви́гнав був їх Своїм гнівом та люттю Своєю й великим Своїм пересе́рдям, і верну́ їх до місця цього́, і посаджу́ їх безпе́чно, —
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
38 і вони Мені стануть наро́дом, а Я буду їм Богом!
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
39 І дам Я їм серце одне та дорогу одну, щоб боялись Мене по всі дні на добро́ собі й синам їхнім по них.
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
40 І складу́ з ними вічного заповіта, що не відверну́ся від них, щоб їм не чинити Свого добра, і дам їм у серце Свій страх, щоб не відступали від Мене!
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
41 І буду Я ті́шитись ними, щоб чинити їм добро, і їх посаджу́ на землі цій у правді усім Своїм серцем та всією душею Своєю.
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
42 Бо так промовляє Господь: Як спрова́див був Я все велике це зло на наро́д цей, так спрова́джу на них все добро, яке провіща́в Я про них!
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
43 І купуватимуть поле в цім кра́ї, про якого ви кажете: „Він — спусто́шення, так що немає люди́ни й скотини, він ві́дданий в руку халдеїв“.
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
44 І бу́дуть вони купувати поля́ за срібло́, і писати про це у листі, й запеча́тувати, і сві́дчити сві́дками, у краї Веніяминовому та в околицях Єрусалиму, і в містах Юдиних, і в містах гірськи́х, і в містах до́лішніх, і в містах півде́нних, — бо верну́ їх із поло́ну, говорить Господь!“
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”