< Єремія 48 >

1 На Моава. Так каже Господь Саваот, Бог Ізраїлів: „Горе місту Нево, бо воно поруйно́ване; Кір'ятаїм посоро́млений, здобутий; посоро́млений За́мок високий, заля́каний.
ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।
2 Нема більше слави Моа́ву! У Хешбоні лихе вимишляють на нього: „Ходімо, і ви́тнім його із наро́ду!“Теж, Мадмене, замо́вкнеш і ти: за тобою йде меч!
ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।
3 Чути крик із Горона́їму: Руїна й нещастя велике!
“ହୋରୋନୟିମଠାରୁ କ୍ରନ୍ଦନର, ଧନ ଅପହରଣର ଓ ମହାବିନାଶର ଶବ୍ଦ!
4 Моав поруйно́ваний, крик підняли́ аж до Цоару,
ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
5 бо ходом в Лухіт пі́дуть догори́ з великим плаче́м, бо на збіччі Горонаїму чути крик боязки́й про руїну.
କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
6 Утікайте, рятуйте хоч душу свою, і станете, мов отой ве́рес в пустині!
ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।
7 Бо за те, що наді́явся ти на вчинки свої та на ска́рби свої, ти тако́ж будеш узятий, і пі́де Кемош до поло́ну, а ра́зом із ним його священики та його зве́рхники.
କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।
8 І при́йде руїна до кожного міста, і не буде врято́ване жодне із них, і загине долина, й погу́блена буде рівни́на, бо так говорив був Господь!
ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।
9 Дайте крила Моаву, — і він відлети́ть, і міста́ його стануть спусто́шенням, так що не буде мешка́нця у них.
“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।
10 Прокля́тий, хто робить роботу Господню недба́ло, і прокля́тий, хто від крови меча свого стримує!
“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।
11 Спокійний Моав від юна́цтва свого, і мирний на дрі́жджах своїх, і не лито із по́суду в по́суд його, і він на вигна́ння не йшов, тому в нім його смак позост́ався, а за́пах його не змінився.
“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।
12 Тому то ось дні настаю́ть, — говорить Госпо́дь, — і пошлю́ Я на нього розли́вачів, — і його розіллю́ть, і по́суд його опоро́жнять, і дзбанки́ його порозбива́ють!
ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।
13 І за Кемоша Моав посоро́млений буде, як Ізраїлів дім посоро́млений був за Бет-Ел, за місце надії своєї.
ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
14 Як говорите ви: „Ми хоробрі та сильні до бо́ю?“
ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?
15 Попусто́шений буде Моав, і до міст його ворог піді́йметься, — і пі́дуть добі́рні його юнаки́ на зарі́з, каже Цар, що Господь Саваот Йому Йме́ння.
ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି।
16 Близький по́хід нещастя Моава, а лихо його дуже ква́питься.
ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।
17 Співчувайте йому, всі довкі́лля його, і всі, хто ім'я́ його знає, скажіть: „Як зламалося сильне це бе́рло, ця па́лиця пи́шна!“
ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’
18 Спустися зо слави своєї, і всядься в пустині, о ме́шканко, до́чко Дівону, бо спусто́шник Моава до тебе прийшов, і понищив тверди́ні твої!
ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।
19 Стань на дорозі й чекай, ме́шканко Ароеру, питай втікача та врятовану, кажи: „Що́ це сталося?“
ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?
20 Моав посоромлений, бо розтро́щений він, ридайте та плачте, і звістіте в Арноні, що Моав попусто́шений!
ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।
21 І суд ось прийшов на рівни́нний цей край, на Холон й на Ягцу, і на Мефаат,
ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,
22 і на Дівон, і на Нево, і на Бет-Дівдатаїм,
ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
23 і на Кір'ятаїм, і на Бет-Ґамул, і на Бет-Меон,
କିରୀୟାଥୟିମ୍‍, ବେଥ୍-ଗାମୁଲ୍ ଓ ବେଥ୍-ମୀୟୋନ୍‍;
24 і на Керіййот, і на Боцру, і на всі міста́ моавського кра́ю, далекі й близькі́.
କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।
25 І відтятий Моавові ріг, і раме́но його розтро́щене, говорить Господь.
ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।
26 Упійте його, — бо пишавсь проти Господа він, — і він з плю́скотом упаде до блюво́ти своєї, — і станеться й він посміхо́виськом!
ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।
27 І чи ж для тебе Ізраїль не був посміхо́виськом цим? Хіба серед злоді́їв був зна́йдений він, що ти скільки гово́риш про нього, то все головою хитаєш?
ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।
28 Покиньте міста́, й пробувайте на скелі, мешка́нці Моава, і будьте, немов та голубка, що над краєм безо́дні гнізди́ться!
ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।
29 Ми чули про гордість Моава, що чванли́вий він дуже, про надутість його і його гордува́ння, про бундю́чність його та пиху́ його серця.
ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।
30 Я знаю, — говорить Господь, — про зухва́льство його, і про його балачки́ безпідставні, — робили вони неслухня́не!
ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।
31 Ридаю тому над Моавом, і кричу за Моавом усім, зідхаю над лю́дьми Кір-Хересу.
ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।
32 Більш як за Язером Я плакав, Я плакатиму за тобою, винограднику Сівми! Галу́зки твої перейшли аж за море, досягли́ аж до моря Язера. Спусто́шник напав на осінній твій плід, і на винобра́ння твоє, —
ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
33 і за́брана буде поті́ха твоя та радість твоя з виноградника й з кра́ю Моава, і вино із чави́ла спиню́! Не буде топта́ти топта́ч, радісний крик при збира́нні не буде вже радісним криком збира́ння.
ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।
34 Від крику Хешбону аж до Ел'але, аж до Ягацу не́стися буде їхній голос, від Цоару аж до Горонаїму, до Еґлат-Шелішійї, бо й вода із Німріму пустинею стане.
ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।
35 І ви́гублю Я із Моава, — говорить Господь, — того, хто для же́ртов вихо́дить на па́гірок, і бо́гові ка́дить своє́му.
ଆହୁରି, ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବ ମଧ୍ୟରେ ଉଚ୍ଚସ୍ଥଳୀରେ ବଳିଦାନକାରୀ ଓ ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପଦାହକାରୀ ଲୋକକୁ ଲୋପ କରିବା।
36 Тому́ стогне серце Моє за Моавом, немов та сопі́лка, і стогне серце Моє, як сопілка, за лю́дьми Кір-Хересу, бо погинули ті, хто бага́тство набув!
ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
37 Тому кожна голова — облисі́ла, і кожна борода — обстри́жена, на руках у всіх — порі́зи жало́би, і на сте́гнах — вере́та.
କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।
38 На всіх даха́х Моава й на площах його — самий ле́мент, бо розбив Я Моава, мов по́суд, якого не люблять, говорить Господь.
ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।
39 „Як він розто́щений“плачуть, „як гане́бно Моав утікав, і як він посоро́млений!“І Моав став за по́сміх та по́страх для всього довкі́лля його!
ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”
40 Бо так промовляє Господь: Ось він, як орел, прилети́ть, і кри́ла свої над Моавом розго́рне, —
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଡ଼ି ଆସିବ ଓ ମୋୟାବ ଉପରେ ଆପଣା ପକ୍ଷଦ୍ୱୟ ବିସ୍ତାର କରିବ।
41 міста́ будуть взяті, й твердині захо́плені. І того дня стане серце лица́рства Моава, як серце жони-породі́ллі!
କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
42 Із наро́дів Моав буде ви́гублений, бо пишавсь проти Господа він.
ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।
43 Страх, та безо́дня, та па́стка на тебе, мешка́нче Моава! говорить Господь.
ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
44 Хто від стра́ху втече, той в безо́дню впаде́, хто ж з безодні піді́йметься, той буде схо́плений в па́стку. Бо спрова́джу на нього, на то́го Моава, рік їхньої кари, говорить Господь.
ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।
45 Втікачі́ знеси́лені будуть ставати у тіні Хешбону, бо вийде огонь із Хешбону, а по́лум'я з-поміж Сиго́ну, і поїсть край воло́сся на скро́ні Моаву та череп синів галасли́вих.
ଯେଉଁମାନେ ପଳାଇଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
46 Горе, Моаве, тобі! Загинув Кемошів наро́д, бо сини твої взяті в поло́н, твої ж до́чки — в неволю!
ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।
47 І верну́ Я Моавові долю напри́кінці днів, говорить Госпо́дь. Аж досі — суд на Моава.
ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।

< Єремія 48 >