< Числа 21 >

1 І почув ханаане́янин, цар Ара́ду, що сидів на полу́дні, що Ізраїль увійшов дорогою Атарім, — і він став воювати з Ізраїлем, і взяв у нього до неволі полоне́них.
ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।
2 І склав Ізраїль обі́тницю Господе́ві й сказав: „Якщо справді даси Ти наро́д той у мою руку, то я вчиню́ їхні міста закля́ттям“.
ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
3 І вислухав Господь голос Ізраїлів, — і дав йому ханаане́янина, і він учинив закля́ттям їх та їхні міста, і назвав ім'я́ тому містові: Хорма.
ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
4 І рушили вони з Гор-гори дорогою Червоного моря, щоб обійти едо́мський край. І підупала душа того наро́ду в тій дорозі.
ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
5 І промовляв той народ проти Бога та проти Мойсея: „На́що ви вивели нас із Єгипту, щоб ми повмирали в пустині? Бож нема тут хліба й нема води, а душі нашій обри́дла ця непридатна ї́жа“.
ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
6 І послав Господь на той наро́д зміїв сара́фів, і вони кусали наро́д. І померло багато народу з Ізраїля.
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7 І прийшов народ до Мойсея та й сказав: „Згрішили ми, бо говорили проти Господа та проти тебе. Молися до Господа, і нехай Він забере від нас цих зміїв“. І молився Мойсей за народ.
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8 І сказав Господь до Мойсея: „Зроби собі сара́фа, і вистав його на жерди́ні. І станеться, — кожен поку́саний, як погляне на нього, то буде жити“.
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
9 І зробив Мойсей мідяно́го змія, і виставив його на жерди́ні. І сталося, якщо змій покусав кого, то той дивився на мідяно́го змія — і жив!
ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
10 І рушили Ізраїлеві сини, і таборува́ли в Овоті.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
11 І рушили вони з Овоту, і таборува́ли в Ійє-Гааварімі, на пустині, що перед Моавом, від схо́ду сонця.
ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
12 Звідти вони рушили, і таборува́ли в долині Зереду.
ସେମାନେ ସେଠାରୁ ଯାତ୍ରା କରି ସେରଦ୍‍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ।
13 Звідти рушили й таборували на тім боці Арнону в пустині, що виходить із аморейської границі, бо Арнон — границя Моаву між Моавом та аморе́янином.
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ ମୋୟାବର ସୀମା ଥିଲା।
14 Тому розповідається в „Книжці воєн Господніх“: „Вагев у Суфі, і потоки Арнону,
ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15 і спад потоків, що збо́чив на місце Ару, і на моавську границю опертий“.
ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
16 А звідти до Бееру. Це той Беер, що про нього сказав Господь до Мойсея: „Збери наро́д, і нехай Я дам їм воду“.
ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
17 Тоді заспівав був Ізраїль цю пісню: „Піднесися, крини́це, співайте про неї!
ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18 Криниця, — вельмо́жі копали її, її викопали наро́дні достойники бе́рлом, жезла́ми своїми“. А з Мідбару до Маттани,
ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
19 а з Маттани до Нахаліїлу, а з Нахаліїлу до Бамоту,
ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20 а з Бамоту до долини, що на моавському полі, у верхівки Пісґі, що зве́рнена до пустині.
ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।
21 І послав Ізраїль послів до Сигона аморе́йського царя, говорячи:
ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22 „Нехай я перейду́ в твоїм краї! Ми не збочимо ні на поле, ні на виноградник, не будемо пити води з криниці, — ми підемо царсько́ю дорогою, аж поки пере́йдемо землю твою“.
“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
23 І не дав Сиго́н Ізраїлеві перейти в границі його. І зібрав Сигон увесь свій народ, та й вийшов навпроти Ізраїля на пустині, і прибув до Йогці, і воював з Ізраїлем.
ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
24 І вдарив його Ізраїль ві́стрям меча, і посів край його від Арнону аж до Яббоку, аж до синів Аммону, бо Аз — границя синів Аммону.
ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
25 І позабирав Ізраїль усі ті міста́. І осів Ізраїль у всіх аморейських містах: у Хешбоні й по всіх залежних містах його.
ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
26 Бо Хешбо́н — місто Сигона, царя аморейського він; і він воював з першим моавським царем, і забрав увесь його край з його руки аж до Арнону.
କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
27 Тому й розповідають кобзарі: „Підіть до Хешбо́ну, — нехай він збуду́ється, і хай міцно поставиться місто Сиго́нове.
ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28 Бо вийшов огонь із Хешбо́ну, а по́лум'я з міста Сигонового, — він місто моавське пожер, волода́рів арнонських висот.
କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29 Горе тобі, о Моаве, ти згинув, наро́де Кемо́шів! Він зробив був синів своїх утікача́ми, а дочок своїх дав у неволю Сигону, царю аморейському.
ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30 I розбили ми їх, — згинув Хешбон до Дівону, і ми попусто́шили аж до Нофаху, що аж до Медви́“.
ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31 І Ізраїль осів в аморейському краї.
ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
32 І послав Мойсей розвідати про Язера, — і вони здобули́ його залежні міста, і заволоділи аморе́янином, що жив там.
ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
33 І повернулись вони, і пішли доро́гою Башану. І вийшов Оґ, цар баша́нський, насупроти них, він та ввесь його народ, на війну до Едреї.
ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
34 І сказав Господь до Мойсея: „Не бійся його, бо в руку твою дав Я його й увесь народ його та край його, і зробиш йому, як зробив ти Сигону, цареві аморейському, що сидів у Хешбоні.
ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
35 І вони побили його й синів його та ввесь народ його, так що нікого не зосталося. І вони заволоділи краєм його.
ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।

< Числа 21 >