< 1 तवा 18 >
1 इसके बाद यूँ हुआ कि दाऊद ने फ़िलिस्तियों को मारा और उनको मग़लूब किया, और जात को उसके क़स्बों समेत फ़िलिस्तियों के हाथ से ले लिया।
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।
2 उसने मोआब को मारा, और मोआबी दाऊद के फ़रमाँबरदार हो गए और हदिए लाए।
ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
3 दाऊद ने ज़ोबाह के बादशाह हदर'एलियाज़र को भी, जब वह अपनी हुकूमत दरिया — ए — फ़रात तक क़ाईम करने गया, हमात में मार लिया।
ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।
4 और दाऊद ने उससे एक हज़ार रथ और सात हज़ार सवार और बीस हज़ार प्यादे ले लिए, और उसने रथों के सब घोड़ों की नालें कटवा दीं, लेकिन उनमें से एक सौ रथों के लिए घोड़े बचा लिए।
ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
5 जब दमिश्क़ के अरामी ज़ोबाह के बादशाह हदर'एलियाज़र की मदद करने को आए, तो दाऊद ने अरामियों में से बाइस हज़ार आदमी क़त्ल किए।
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
6 तब दाऊद ने दमिश्क़ के अराम में सिपाहियों की चौकियाँ बिठाई, और अरामी दाऊद के फ़रमाँबरदार हो गए और हदिए लाए। और जहाँ कहीं दाऊद जाता ख़ुदावन्द उसे फ़तह बख़्शता था।
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
7 और दाऊद हदर'एलियाज़र के नौकरों की सोने की ढालें लेकर उनको येरूशलेम में लाया;
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
8 और हदर'एलियाज़र के शहरों, तिबखत और कून से दाऊद बहुत सा पीतल लाया, जिससे सुलेमान ने पीतल का बड़ा हौज़ और खम्भा और पीतल के बर्तन बनाए।
ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।
9 जब हमात के बादशाह तू'ऊ ने सुना के दाऊद ने ज़ोबाह के बादशाह हदर'एलियाज़र का सारा लश्कर मार लिया,
ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,
10 तो उसने अपने बेटे हदूराम को दाऊद बादशाह के पास भेजा ताकि उसे सलाम करे और मुबारक बाद दे, इसलिए के उसने जंग करके हदर'एलियाज़र को मारा क्यूँकि हदर'एलियाज़र तू'ऊ से लड़ा करता था, और हर तरह के सोने और चाँदी और पीतल के बर्तन उसके साथ थे।
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
11 इनकी भी दाऊद बादशाह ने उस चाँदी और सोने के साथ, जो उसने और सब क़ौमों या'नी अदोम और मोआब और बनी 'अम्मून और फ़िलिस्तियों और 'अमालीक से लिया था, ख़ुदावन्द को नज़्र किया।
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
12 और अबीशै। बिन ज़रोयाह ने वादी — ए — शोर में अठारह हज़ार अदोमियों को मारा।
ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।
13 और उसने अदोम में सिपाहियों की चौकियाँ बिठाई, और सब अदूमी दाऊद के फ़रमाँबरदार हो गए। और जहाँ कहीं दाऊद जाता ख़ुदावन्द उसे फ़तह बख़्शता था।
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
14 तब दाऊद सारे इस्राईल पर हुकूमत करने लगा, और अपनी सारी र'इयत के साथ अद्ल — ओ — इन्साफ़ करता था।
ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।
15 और योआब बिन ज़रोयाह लश्कर का सरदार था, और यहूसफ़त बिन अख़ीलूद मुवर्रिख़था;
ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।
16 और सदूक़ बिन अख़ीतोब और अबीमलिक बिन अबीयातर काहिन थे, और शौशा मुन्शी था;
ପୁଣି, ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
17 और बिनायाह बिन यहूयदा' करेतियों और फ़लेतियों पर था; और दाऊद के बेटे बादशाह के ख़ास मुसाहिब थे।
ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।