< 1 समु 31 >
1 और फ़िलिस्ती इस्राईल से लड़े और इस्राईली जवान फ़िलिस्तियों के सामने से भागे और पहाड़ी — ए — जिल्बू'आ में क़त्ल होकर गिरे।
ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
2 और फ़िलिस्तियों ने साऊल और उसके बेटों का ख़ूब पीछा किया और फ़िलिस्तियों ने साऊल के बेटों यूनतन और अबीनदाब, और मलकीशु'अ को मार डाला।
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।
3 और यह जंग साऊल पर निहायत भारी हो गई और तीरअंदाज़ो ने उसे पा लिया और वह तीरअंदाज़ों की वजह से सख़्त मुश्किल में पड़ गया।
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
4 तब साऊल ने अपने सिलाह बरदार से कहा, अपनी तलवार खींच और उससे मुझे छेद दे ऐसा न हो कि यह नामख़्तून आएँ और मुझे छेद लें, और मुझे बे 'इज्ज़त करें लेकिन उसके सिलाह बरदार ऐसा करना न चाहा, क्यूँकि वह बहुत डर गया था इसलिए साऊल ने अपनी तलवार ली और उस पर गिरा।
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5 जब उसके सिलाह बरदार ने देखा, कि साऊल मर गया तो वह भी अपनी तलवार पर गिरा और उसके साथ मर गया।
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
6 इसलिए साऊल और उसके तीनों बेटे और उसका सिलाह बरदार और उसके सब लोग उसी दिन एक साथ मर मिटे।
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
7 जब उन इस्राईली मर्दों ने जो उस वादी की दूसरी तरफ़ और यरदन के पार थे यह देखा कि इस्राईल के लोग भाग गए और साऊल और उसके बेटे मर गए तो वह शहरों को छोड़ कर भाग निकले और फ़िलिस्ती आए और उन में रहने लगे।
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8 दूसरे दिन जब फ़िलिस्ती लाशों के कपड़े उतारने आए तो उन्होंने साऊल और उसके तीनों बेटों को कोहे जिल्बू'आ पर मुर्दा पाया।
ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9 इसलिए उन्होंने उसका सर काट लिया और उसके हथियार उतार लिए और फ़िलिस्तियों के मुल्क में क़ासिद रवाना कर दिए, ताकि उनके बुतख़ानों और लोगों को यह ख़ुशख़बरी पहूँचा दें।
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10 इसलिए उन्होंने उसके हथियारों को 'अस्तारात के मन्दिर में रख्खा और उसकी लाश को बैतशान की दीवार पर जड़ दिया।
ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
11 जब यबीस जिल'आद के बाशिंदों ने इसके बारे में वह बात जो फ़िलिस्तियों ने साऊल से की सुनी।
ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
12 तो सब बहादुर उठे, और रातों रात जाकर साऊल और उसके बेटों की लाशें बैतशान की दीवार पर से ले आए और यबीस में पहुँच कर वहाँ उनको जला दिया।
ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।
13 और उनकी हड्डियाँ लेकर यबीस में झाऊ के दरख़्त के नीचे दफ़न कीं और सात दिन तक रोज़ा रख्खा।
ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।