< आमाल 11 >

1 रसूलों और भाइयों ने जो यहूदिया में थे, सुना कि ग़ैर क़ौमों ने भी ख़ुदा का कलाम क़ुबूल किया है।
ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।
2 जब पतरस येरूशलेम में आया तो मख़्तून ईमानदार उस से ये बहस करने लगे
ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ,
3 “तू, ना मख़्तून ईमानदारों के पास गया और उन के साथ खाना खाया।”
ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
4 पतरस ने शुरू से वो काम तरतीबवार उन से बयान किया कि।
କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ,
5 मै याफ़ा शहर में दुआ कर रहा था, और बेख़ुदी की हालत में एक ख़्वाब देखा। कि कोई चीज़ बड़ी चादर की तरह चारों कोनों से लटकती हुई आसमान से उतर कर मुझ तक आई।
ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି,
6 उस पर जब मैने ग़ौर से नज़र की तो ज़मीन के चौपाए और जंगली जानवर और कीड़े मकोड़े और हवा के परिन्दे देखे।
ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
7 और ये आवाज़ भी सुनी कि “ऐ पतरस उठ ज़बह कर और खा!”
ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।”
8 लेकिन मै ने कहा “ऐ ख़ुदावन्द हरगिज़ नहीं 'क्यूँकि कभी कोई हराम या नापाक चीज़ खाया ही नहीं।”
କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ।
9 इसके जावाब में दूसरी बार आसमान से आवाज़ आई; “जिनको ख़ुदा ने पाक ठहराया है; तू उन्हें हराम न कह।”
କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।”
10 तीन बार ऐसा ही हुआ, फिर वो सब चीज़ें आसमान की तरफ़ खींच ली गई।
ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।
11 और देखो' उसी वक़्त तीन आदमी जो क़ैसरिया से मेरे पास भेजे गए थे, उस घर के पास आ खड़े हुए जिस में हम थे।
ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ।
12 रूह ने मुझ से कहा कि तू बिला इम्तियाज़ उनके साथ चला जा और ये छे: भाई भी मेरे साथ हो लिए और हम उस शख़्स के घर में दाख़िल हुए।
ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।
13 उस ने हम से बयान किया कि मैने फ़रिश्ते को अपने घर में खड़े हुए देखा'जिसने मुझ से कहा, याफ़ा में आदमी भेजकर शमौन को बुलवा ले जो पतरस कहलाता है।
ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
14 वो तुझ से ऐसी बातें कहेगा जिससे तू और तेरा सारा घराना नजात पाएगा।
ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।
15 जब मै कलाम करने लगा तो रूह — उल — क़ुद्दूस उन पर इस तरह नाज़िल हुआ जिस तरह शुरू में हम पर नाज़िल हुआ था।
ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲା ପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
16 और मुझे ख़ुदावन्द की वो बात याद आई, जो उसने कही थी “यूहन्ना ने तो पानी से बपतिस्मा दिया मगर तुम रूह — उल — क़ुद्दूस से बपतिस्मा पाओगे।”
ସେତେବେଳେ ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ମୋହର ସ୍ମରଣରେ ପଡ଼ିଲା, “ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ।”
17 पस जब ख़ुदा ने उस को भी वही ने'मत दी जो हम को ख़ुदावन्द ईसा मसीह पर ईमान लाकर मिली थी? तो मै कौन था कि ख़ुदा को रोक सकता।
ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?
18 वो ये सुनकर चुप रहे और ख़ुदा की बड़ाई करके कहने लगे, “फिर तो बेशक ख़ुदा ने ग़ैर क़ौमों को भी ज़िन्दगी के लिए तौबा की तौफ़ीक़ दी है।”
ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।
19 पस, जो लोग उस मुसीबत से इधर उधर हो गए थे जो स्तिफ़नुस कि ज़रिए पड़ी थी वो फिरते फिरते फ़ीनिके सूबा और कुप्रुस टापू और आन्ताकिया शहर में पहूँचे; मगर यहूदियों के सिवा और किसी को कलाम न सुनाते थे।
ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
20 लेकिन उन में से चन्द कुप्रुसी और कुरेनी थे, जो आन्ताकिया में आकर यूनानियों को भी ख़ुदावन्द ईसा मसीह की ख़ुशख़बरी की बातें सुनाने लगे।
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।
21 और ख़ुदावन्द का हाथ उन पर था और बहुत से लोग ईमान लाकर ख़ुदावन्द की तरफ़ रुजू हुए।
ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।
22 उन लोगों की ख़बर येरूशलेम की कलीसिया के कानों तक पहूँची और उन्हों ने बरनबास को आन्ताकिया तक भेजा।
ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।
23 वो पहूँचकर और ख़ुदा का फ़ज़ल देख कर ख़ुश हुआ, और उन सब को नसीहत की कि दिली इरादे से ख़ुदावन्द से लिपटे रहो।
ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
24 क्यूँकि वो नेक मर्द और रूह — उल — क़ुद्दूस और ईमान से मा'मूर था, और बहुत से लोग ख़ुदावन्द की कलीसिया में आ मिले।
କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ।
25 फिर वो साऊल की तलाश में तरसुस को चला गया।
ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
26 और जब वो मिला तो उसे आन्ताकिया में लाया और ऐसा हुआ कि वो साल भर तक कलीसिया की जमा'अत में शामिल होते और बहुत से लोगों को ता'लीम देते रहे और शागिर्द पहले आन्ताकिया में ही मसीही कहलाए।
ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।
27 उन ही दिनों में चन्द नबी येरूशलेम से आन्ताकिया में आए।
ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।
28 उन में से एक जिसका नाम अग्बुस था खड़े होकर रूह की हिदायत से ज़ाहिर किया कि तमाम दुनियाँ में बड़ा काल पड़ेगा और क्लोदियुस के अहद में वाक़े हुआ।
ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
29 पस, शागिर्दों ने तजवीज़ की अपने अपने हैसियत कि मुवाफ़िक़ यहूदिया में रहने वाले भाइयों की ख़िदमत के लिए कुछ भेजें।
ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
30 चुनाँचे उन्होंने ऐसा ही किया और बरनबास और साऊल के हाथ बुज़ुर्गों के पास भेजा।
ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।

< आमाल 11 >