< आमाल 6 >

1 उन दिनों में जब शागिर्द बहुत होते जाते थे, तो यूनानी माइल यहूदी इब्रानियों की शिकायत करने लगे; इसलिए कि रोज़ाना ख़बरगीरी में उनकी बेवाओं के बारे में लापरवाही होती थी।
ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
2 और उन बारह ने शागिर्दों की जमा'अत को अपने पास बुलाकर कहा, मुनासिब नहीं कि हम ख़ुदा के कलाम को छोड़कर खाने पीने का इन्तिज़ाम करें।
ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
3 पस, ऐ भाइयों! अपने में से सात नेक नाम शख़्सों को चुन लो जो रूह और दानाई से भरे हुए हों; कि हम उनको इस काम पर मुक़र्रर करें।
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
4 लेकिन हम तो दुआ में और कलाम की ख़िदमत में मशग़ूल रहेंगे।
କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପ୍ରଚାର ସେବା କାର୍ଯ୍ୟରେ ଏକାଗ୍ରଭାବେ ଲାଗିରହିବା।
5 ये बात सारी जमा'अत को पसन्द आई, पस उन्होंने स्तिफ़नुस नाम एक शख़्स को जो ईमान और रूह — उल — क़ुद्दूस से भरा हुआ था और फ़िलिप्पुस, व प्रुख़ुरुस, और नीकानोर, और तीमोन, और पर्मिनास और नीकुलाउस। को जो नौ मुरीद यहूदी अन्ताकी था, चुन लिया।
ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
6 और उन्हें रसूलों के आगे खड़ा किया; उन्होंने दुआ करके उन पर हाथ रखे।
ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ।
7 और ख़ुदा का कलाम फैलता रहा, और येरूशलेम में शागिर्दों का शुमार बहुत ही बढ़ता गया, और काहिनों की बड़ी गिरोह इस दीन के तहत में हो गई।
ଏଣୁ ଈଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମ ସହରରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
8 स्तिफ़नुस फ़ज़ल और क़ुव्वत से भरा हुआ लोगों में बड़े बड़े अजीब काम और निशान ज़ाहिर किया करता था;
ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
9 कि उस इबादतख़ाने से जो लिबिरतीनों का कहलाता है; और कुरेनियों शहर और इस्कन्दरियों क़स्बा और उन में से जो किलकिया और आसिया सूबे के थे, ये कुछ लोग उठ कर स्तिफ़नुस से बहस करने लगे।
କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
10 मगर वो उस दानाई और रूह का जिससे वो कलाम करता था, मुक़ाबिला न कर सके।
ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
11 इस पर उन्होंने कुछ आदमियों को सिखाकर कहलवा दिया “हम ने इसको मूसा और ख़ुदा के बर — ख़िलाफ़ कुफ़्र की बातें करते सुना।”
ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
12 फिर वो 'अवाम और बुज़ुर्गों और आलिमों को उभार कर उस पर चढ़ गए; और पकड़ कर सद्रे — ए — 'अदालत में ले गए।
ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
13 और झूठे गवाह खड़े किए जिन्होंने कहा, ये शख़्स इस पाक मुक़ाम और शरी'अत के बरख़िलाफ़ बोलने से बाज़ नहीं आता।
ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
14 क्यूँकि हम ने उसे ये कहते सुना है; कि वही ईसा नासरी इस मुक़ाम को बरबाद कर देगा, और उन रस्मों को बदल डालेगा, जो मूसा ने हमें सौंपी हैं।
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
15 और उन सब ने जो अदालत में बैठे थे, उस पर ग़ौर से नज़र की तो देखा कि उसका चेहरा फ़रिश्ते के जैसा है।
ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।

< आमाल 6 >