< दानि 12 >

1 और उस वक़्त मीकाईल मुक़र्रब फ़रिश्ता जो तेरी क़ौम के फ़रज़न्दों की हिमायत के लिए खड़ा है उठेगा और वह ऐसी तकलीफ़ का वक़्त होगा कि इब्तिदाई क़ौम से उस वक़्त तक कभी न हुआ होगा, और उस वक़्त तेरे लोगों में से हर एक, जिसका नाम किताब में लिखा होगा रिहाई पाएगा।
ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
2 और जो ख़ाक में सो रहे हैं उनमें से बहुत से जाग उठेगे, कुछ हमेशा की ज़िन्दगी के लिए और कुछ रुस्वाई और हमेशा की ज़िल्लत के लिए।
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
3 और 'अक़्लमन्द नूर — ए — फ़लक की तरह चमकेंगे, और जिनकी कोशिश से बहुत से रास्तबाज़ हो गए, सितारों की तरह हमेशा से हमेशा तक रोशन होंगे।
ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
4 लेकिन तू ऐ दानीएल, इन बातों को बन्द कर रख, और किताब पर आख़िरी ज़माने तक मुहर लगा दे। बहुत से इसकी तफ़्तीश — ओ — तहक़ीक़ करेंगे और 'अक़्ल बढ़ती रहेगी।
ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”
5 फिर मैं दानिएल ने नज़र की, और क्या देखता हूँ कि दो शख़्स और खड़े थे; एक दरिया के इस किनारे पर और दूसरा दरिया के उस किनारे पर।
ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।
6 और एक ने उस शख़्स से जो कतानी लिबास पहने था और दरिया के पानी पर खड़ा था पूछा, कि “इन 'अजायब के अन्जाम तक कितनी मुद्दत है?”
ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”
7 और मैने सुना कि उस शख़्स ने जो कतानी लिबास पहने था, जो दरिया के पानी के ऊपर खड़ा था, दोनों हाथ आसमान की तरफ़ उठा कर हय्युल क़य्यूम की क़सम खाई और कहा कि एक दौर और दौर और नीम दौर। और जब वह मुक़द्दस लोगों की ताक़त को नेस्त कर चुके तो यह सब कुछ पूरा हो जाएगा।
ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”
8 और मैंने सुना लेकिन समझ न सका तब मैंने कहा ऐ मेरे ख़ुदावन्द इनका अंजाम क्या होगा।
ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”
9 उसने कहा ऐ दानिएल तू अपनी राह ले क्यूँकि यह बातें आख़िरी वक़्त तक बन्द — ओ — सरबमुहर रहेंगी।
ତହିଁରେ ସେ କହିଲେ, “ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
10 और बहुत लोग पाक किए जायेंगे और साफ़ — ओ — बर्राक़ होंगे लेकिन शरीर शरारत करते रहेंगे और शरीरों में से कोई न समझेगा लेकिन 'अक़्लमन्द समझेंगे।
ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।
11 और जिस वक़्त से दाइमी क़ुर्बानी ख़त्म की जायेगी और वह उजाड़ने वाली मकरूह चीज़ खड़ी की जायेगी एक हज़ार दो सौ नव्वे दिन होंगे।
ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
12 मुबारक है वह जो एक हज़ार तीन सौ पैतीस रोज़ तक इन्तिज़ार करता है।
ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନି ଶହ ପଞ୍ଚତିରିଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।
13 लेकिन तू अपनी राह ले जब तक कि मुद्दत पूरी न हो क्यूँकि तू आराम करेगा और दिनों के ख़ातिमे पर अपनी मीरास में उठ खड़ा होगा।
ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”

< दानि 12 >