< हिज़ि 23 >

1 और ख़ुदावन्द का कलाम मुझ पर नाज़िल हुआ:
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 कि 'ऐ आदमज़ाद, दो 'औरतें एक ही माँ की बेटियाँ थीं।
“ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
3 उन्होंने मिस्र में बदकारी की, वह अपनी जवानी में बदकार बनी वहाँ उनकी छातियाँ मली गईं और वहीं उनकी दोशीज़गी के पिस्तान मसले गए।
ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।
4 उनमें से बड़ी का नाम ओहोला और उसकी बहन का नाम ओहोलीबा था वह दोनों मेरी हो गईं और उनसे बेटे बेटियाँ पैदा हुए और उनके यह नाम ओहोला और ओहोलीबा सामरिया व येरूशलेम हैं।
ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
5 और ओहोला जब कि वह मेरी थी, बदकारी करने लगी और अपने यारों पर या'नी असूरियों पर जो पड़ोसी थे, 'आशिक़ हुई।
ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
6 वह सरदार और हाकिम और सबके सब दिल पसन्द जवाँ मर्द और सवार थे, जो घोड़ों पर सवार होते और अर्गवानी पोशाक पहनते थे।
ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।
7 और उसने उन सबके साथ जो असूर के बरगुज़ीदा मर्द थे बदकारी की, और उन सबके साथ जिनसे वह 'इश्कबाज़ी करती थी, और उनके सब बुतों के साथ नापाक हुई।
ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।
8 उसने जो बदकारी मिस्र में की थी उसे न छोड़ा, क्यूँकि उसकी जवानी में वह उससे हम — अगोश हुए और उन्होंने उसकी दोशीज़्गी के पिस्तानों को मसला और अपनी बदकारी उस पर उण्डेल दी।
ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।
9 इसलिए मैंने उसे उसके यारों या'नी असूरियों के हवाले कर दिया जिन पर वह मरती थी।
ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
10 उन्होंने उसको बरहना किया और उसके बेटों — बेटियों को छीन लिया और उसे तलवार से क़त्ल किया; इसलिए वह 'औरतों में अंगुश्त नुमा हुई क्यूँकि उन्होंने उसे 'अदालत से सज़ा दी।
ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।
11 'और उसकी बहन ओहोलीबा ने यह सब कुछ देखा, लेकिन वह शहवत परस्ती में उससे बदतर हुई और उसने अपनी बहन से बढ़ कर बदकारी की।
ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
12 वह असूरियों पर 'आशिक़ हुई जो सरदार और हाकिम और उसके पड़ोसी थे, जो भड़कीली पोशाक पहनते और घोड़ों पर सवार होते और सबके सब दिल पसन्द जवान मर्द थे।
ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।
13 और मैंने देखा, कि वह भी नापाक हो गई; उन दोनों की एक ही चाल चलन थी।
ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।
14 और उसने बदकारी में तरक़्क़ी की क्यूँकि जब उसने दीवार पर मर्दों की सूरतें देखीं, या'नी कसदियों की तस्वीरें जो शन्गर्फ़ से खिंची हुई थीं,
ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
15 जो पटकों से कमरबस्ता और सिरों पर रंगीन पगड़ियाँ पहने थे, और सब के सब देखने में हाकिम अहल — ए — बाबुल की तरह थे जिनका वतन कसदिस्तान है।
ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।
16 तो देखते ही वह उन पर मरने लगी, और उनके पास कसदिस्तान में क़ासिद भेजे।
ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।
17 तब अहल — ए — बाबुल उसके पास आकर 'इश्क़ के बिस्तर पर चढ़े, और उन्होंने उससे बदकारी करके उसे आलूदा किया और वह उनसे नापाक हुई, तो उसकी जान उनसे बेज़ार हो गई।
ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।
18 तब उसकी बदकारी 'ऐलानिया हुई और उसकी बरहनगी बेसत्र हो गई; तब मेरी जान उससे बेज़ार हुई जैसी उसकी बहन से बेज़ार हो चुकी थी।
ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
19 तोभी उसने अपनी जवानी के दिनों की याद करके जब वह मिस्र की सरज़मीन में बदकारी करती थी, बदकारी पर बदकारी की।
ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
20 इसलिए वह फिर अपने उन यारों पर मरने लगी, जिनका बदन गधों के जैसा बदन और जिनका इन्ज़ाल घोड़ों के जैसा इन्ज़ाल था।
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।
21 इस तरह तूने अपनी जवानी की शहवत परस्ती को, जबकि मिस्री तेरी जवानी की छातियों की वजह से तेरे पिस्तान मलते थे, फिर याद किया।
ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”
22 इसलिए ऐ ओहोलीबा ख़ुदावन्द ख़ुदा यूँ फ़रमाता है: कि “देख, मैं उन यारों को जिनसे तेरी जान बेज़ार हो गई है उभारूंगा कि तुझ से मुख़ालिफ़त करें, और उनको बुला लाऊँगा कि तुझे चारों तरफ़ से घेर लें।
ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
23 अहल — ए — बाबुल और सब कसदियों को फ़िकू़द और शो'अ और को'अ और उनके साथ तमाम असूरियों को, सब के सब दिल पसन्द जवाँ मर्दों को, सरदारों और हाकिमों को, और बड़े बड़े अमीरों और नामी लोगों को जो सबके सब घोड़ों पर सवार होते हैं तुझ पर चढ़ा लाऊँगा।
ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।
24 और वह असलह — ए — जंग और रथों और छकड़ों और उम्मतों के गिरोह के साथ तुझ पर हमला करेंगे, और ढाल और फरी पकड़ कर और खू़द पहनकर चारों तरफ़ से तुझे घेर लेंगे; मैं 'अदालत उनको सुपुर्द करूँगा, और वह अपने क़ानून के मुताबिक़ तेरा फ़ैसला करेंगे।
ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ।
25 और मैं अपनी गै़रत को तेरी मुख़ालिफ़ बनाऊँगा और वह ग़ज़बनाक होकर तुझ से पेश आयेंगे और तेरी नाक और तेरे कान काट डालेंगे और तेरे बाक़ी लोग तलवार से मारे जाएँगे। वह तेरे बेटे और बेटियों को पकड़ लेंगे और तेरा बक़िया आग से भसम होगा।
ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ୱାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ରକନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
26 वह तेरे कपड़े भी उतार लेंगे और तेरे नफ़ीस ज़ेवर लूट ले जायेंगे
ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
27 और मैं तेरी शहवत परस्ती और तेरी बदकारी जो तूने मुल्क — ए — मिस्र में सीखी मौकू़फ़ करूँगा, यहाँ तक कि तू उनकी तरफ़ फिर आँख न उठाएगी और फिर मिस्र को याद न करेगी।
ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
28 'क्यूँकि ख़ुदावन्द ख़ुदा यूँ फ़रमाता है: कि देख, मैं तुझे उनके हाथ में जिनसे तुझे नफ़रत है, हाँ, उन्हीं के हाथ में जिनसे तेरी जान बेज़ार है दे दूँगा।
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
29 और वह तुझ से नफ़रत के साथ पेश आएँगे, और तेरा सब माल जो तूने मेहनत से पैदा किया है छीन लेंगे और तुझे 'ऊरियान और बरहना छोड़ जायेंगे यहाँ तक कि तेरी शहवत परस्ती — ओ — ख़बासत और तेरी बदकारी फ़ाश हो जाएगी।
ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
30 यह सब कुछ तुझ से इसलिए होगा कि तूने बदकारी के लिए दीगर क़ौम का पीछा किया और उनके बुतों से नापाक हुई।
ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।
31 तू अपनी बहन के रस्ते पर चली, इसलिए मैं उसका प्याला तेरे हाथ में दूँगा।
ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
32 ख़ुदावन्द ख़ुदा यूँ फ़रमाता है: कि तू अपनी बहन के प्याले से जो गहरा और बड़ा है पियेगी तेरी हँसी होगी और तू ठठ्ठों में उड़ाई जाएगी, क्यूँकि उसमें बहुत सी समाई है।
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।
33 तू मस्ती और सोग से भर जाएगी; वीरानी और हैरत का प्याला, तेरी बहन सामरिया का प्याला है।
ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।
34 तू उसे पियेगी और निचोड़ेगी और उसकी ठेकरियाँ भी चबाई जाएगी, और अपनी छातियाँ नोचेगी क्यूँकि मैं ही ने यह फ़रमाया है, ख़ुदावन्द ख़ुदा फ़रमाता है।
ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
35 फिर ख़ुदावन्द यूँ फ़रमाता है, कि चूँकि तू मुझे भूल गई और मुझे अपनी पीठ के पीछे फेंक दिया इसलिए अपनी बदज़ाती और बदकारी की सज़ा उठा।”
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
36 फिर ख़ुदावन्द ने मुझे फ़रमाया: कि 'ऐ आदमज़ाद, क्या तू ओहोला और ओहोलीबा पर इल्ज़ाम न लगाएगा? तू उनके घिनौने काम उन पर ज़ाहिर कर।
ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
37 क्यूँकि उन्होंने बदकारी की और उनके हाथ ख़ूनआलूदा हैं हाँ उन्होंने अपने बुतों से बदकारी की और अपने बेटों को जो मुझ से पैदा हुए आग से गुज़ारा कि बुतों की नज़र होकर हलाक हों।
କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇଅଛନ୍ତି।
38 इसके 'अलावा उन्होंने मुझ से यह किया कि उसी दिन उन्होंने मेरे हैकल को नापाक किया, और मेरे सबतों की बेहुर्मती की।
ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି।
39 क्यूँकि जब वह अपनी औलाद को बुतों के लिए ज़बह कर चुकीं, तो उसी दिन मेरे हैकल में दाख़िल हुई, ताकि उसे नापाक करें और देख, उन्होंने मेरे घर के अन्दर ऐसा काम किया।
କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
40 बल्कि तुम ने दूर से मर्द बुलाए जिनके पास क़ासिद भेजा, और देख, वह आए जिनके लिए तूने गु़स्ल किया और आँखों में काजल लगाया और बनाओ सिंगार किया;
ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
41 और तू नफ़ीस पलंग पर बैठी और उसके पास दस्तरख़्वान तैयार किया, और उस पर तूने मेरी ख़ुशबू और मेरा 'इत्र रख्खा।
ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।
42 और एक 'अय्याशी जमा'अत की आवाज़ उसके साथ थी और आम लोगों के 'अलावा वीरान से शराबियों को लाए और उन्होंने उनके हाथों में कंगन और सिरों पर ख़ुशनुमा ताज पहनाए।
ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।
43 “तब मैंने उसके ज़रिए' जो बदकारी करते करते बुढ़िया हो गई थीं, कहा, अब यह लोग उससे बदकारी करेंगे और वह उनसे करेगी।
ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।
44 और वह उसके पास गए जिस तरह किसी कस्बी के पास जाते हैं, उसी तरह वह उन बदज़ात 'औरतों, ओहोला और ओहोलीबा के पास गए।
ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।
45 लेकिन सादिक़ आदमी उन पर वह फ़तवा देंगे जो बदकार और खू़नी 'औरतों पर दिया जाता है, क्यूँकि वह बदकार 'औरतें हैं और उनके हाथ खू़न आलूदा हैं।”
ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
46 क्यूँकि ख़ुदावन्द ख़ुदा यूँ फ़रमाता है: कि “मैं उन पर एक गिरोह चढ़ा लाऊँगा, और उनको छोड़ दूँगा कि इधर — उधर धक्के खाती फिरें और ग़ारत हों।
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
47 और वह गिरोह से उनको पथराव करेगी और अपनी तलवारों से क़त्ल करेगी, उनके बेटों — बेटियों को हलाक करेगी और उनके घरों को आग से जला देगी।
ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ରକନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
48 यूँ मैं बदकारी को मुल्क से ख़त्म करूँगा ताकि सब 'औरतें 'इबरत पज़ीर हों और तुम्हारी तरह बदकारी न करें।
ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।
49 और वह तुम्हारे बुराई का बदला तुम को देंगे, और तुम अपने बुतों के गुनाहों की सज़ा का बोझ उठाओगे, ताकि तुम जानों कि ख़ुदावन्द ख़ुदा मैं ही हूँ।”
ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”

< हिज़ि 23 >