< यसा 55 >

1 ऐ सब प्यासो, पानी के पास आओ, और वह भी जिसके पास पैसा न हो, आओ, मोल लो, और खाओ, हाँ आओ! शराब और दूध बेज़र और बेक़ीमत ख़रीदो।
“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
2 तुम किस लिए अपना रुपया उस चीज़ के लिए जो रोटी नहीं, और अपनी मेहनत उस चीज़ के वास्ते जो आसूदा नहीं करती, ख़र्च करते हो? तुम ग़ौर से मेरी सुनो, और वह चीज़ जो अच्छी है खाओ; और तुम्हारी जान फ़रबही से लज़्ज़त उठाए।
ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।
3 कान लगाओ और मेरे पास आओ, सुनो और तुम्हारी जान ज़िन्दा रहेगी; और मैं तुम को अबदी 'अहद या'नी दाऊद की सच्ची नेमतें बख़्शूँगा।
କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
4 देखो, मैंने उसे उम्मतों के लिए गवाह मुक़र्रर किया, बल्कि उम्मतों का पेशवा और फ़रमॉंरवा।
ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।
5 देख, तू एक ऐसी क़ौम को जिसे तू नहीं जानता बुलाएगा, और एक ऐसी क़ौम जो तुझे नहीं जानती थी, ख़ुदावन्द तेरे ख़ुदा और इस्राईल के क़ुददूस की ख़ातिर तेरे पास दौड़ी आएगी; क्यूँकि उसने तुझे जलाल बख्शा है।
ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
6 जब तक ख़ुदावन्द मिल सकता है उसके तालिब हो, जब तक वह नज़दीक है उसे पुकारो।
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
7 शरीर अपनी राह को तर्क करे और बदकिरदार अपने ख़यालों को, और वह ख़ुदावन्द की तरफ़ फिरे और वह उस पर रहम करेगा; और हमारे ख़ुदा की तरफ़ क्यूँकि वह कसरत से मु'आफ़ करेगा।
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
8 ख़ुदावन्द फ़रमाता है कि मेरे ख़याल तुम्हारे ख़याल नहीं, और न तुम्हारी राहें मेरी राहें हैं।
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
9 क्यूँकि जिस क़दर आसमान ज़मीन से बलन्द है, उसी क़दर मेरी राहें तुम्हारी राहों से और मेरे ख़याल तुम्हारे ख़यालों से बलन्द हैं।
କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।
10 “क्यूँकि जिस तरह आसमान से बारिश होती और बर्फ़ पड़ती है, और फिर वह वहाँ वापस नहीं जाती बल्कि ज़मीन को सेराब करती है, और उसकी शादाबी और रोईदगी का ज़रि'आ होती है ताकि बोनेवाले को बीज और खाने वाले को रोटी दे;
ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;
11 उसी तरह मेरा कलाम जो मेरे मुँह से निकलता है होगा, वह बेअन्जाम मेरे पास वापस न आएगा, बल्कि जो कुछ मेरी ख़्वाहिश होगी वह उसे पूरा करेगा और उस काम में जिसके लिए मैंने उसे भेजा मो'अस्सिर होगा।
ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।
12 क्यूँकि तुम ख़ुशी से निकलोगे और सलामती के साथ रवाना किए जाओगे; पहाड़ और टीले तुम्हारे सामने नग़मापर्दाज़ होंगे, और मैदान के सब दरख़्त ताल देंगे
ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
13 काँटों की जगह सनौबर निकलेगा, और झाड़ी के बदले उसका दरख़्त होगा; और ये ख़ुदावन्द के लिए नाम और हमेशा निशान होगा जो कभी' न मिटेगा।”
କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”

< यसा 55 >