< यर्म 20 >
1 फ़शहूर — बिन — इम्मेर काहिन ने, जो ख़ुदावन्द के घर में सरदार नाज़िम था, यरमियाह को यह बातें नबुव्वत से कहते सुना।
ଯିରିମୀୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା।
2 तब फ़शहूर ने यरमियाह नबी को मारा और उसे उस काठ में डाला, जो बिनयमीन के बालाई फाटक में ख़ुदावन्द के घर में था।
ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
3 और दूसरे दिन यूँ हुआ कि फ़शहूर ने यरमियाह को काठ से निकाला। तब यरमियाह ने उसे कहा, ख़ुदावन्द ने तेरा नाम फ़शहूर नहीं, बल्कि मजूरमिस्साबीब रखा है।
ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।
4 क्यूँकि ख़ुदावन्द यूँ फ़रमाता है कि देख, मैं तुझ को तेरे लिए और तेरे सब दोस्तों के लिए दहशत का ज़रिया' बनाऊँगा; और वह अपने दुश्मनों की तलवार से क़त्ल होंगे और तेरी आँखे देखेंगी और मैं तमाम यहूदाह को शाह — ए — बाबुल के हवाले कर दूँगा, और वह उनको ग़ुलाम करके बाबुल में ले जाएगा और उनको तलवार से क़त्ल करेगा।
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
5 और मैं इस शहर की सारी दौलत और इसके तमाम महासिल और इसकी सब नफ़ीस चीज़ों को, और यहूदाह के बादशाहों के सब ख़ज़ानों को दे डालूँगा; हाँ, मैं उनको उनके दुश्मनों के हवाले कर दूँगा, जो उनको लूटेंगे और बाबुल को ले जाएँगे।
ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।
6 और ऐ फ़शहूर, तू और तेरा सारा घराना ग़ुलामी में जाओगे, और तू बाबुल में पहुँचेगा और वहाँ मरेगा और वहीं दफ़्न किया जाएगा तू और तेरे सब दोस्त जिनसे तूने झूटी नबुव्वत की।
ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”
7 ऐ ख़ुदावन्द, तूने मुझे तरग़ीब दी है और मैंने मान लिया; तू मुझसे तवाना था, और तू ग़ालिब आया। मैं दिन भर हँसी का ज़रिया' बनता हूँ, हर एक मेरी हँसी उड़ाता है।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
8 क्यूँकि जब — जब मैं कलाम करता हूँ, ज़ोर से पुकारता हूँ, मैंने ग़ज़ब और हलाकत का 'ऐलान किया, क्यूँकि ख़ुदावन्द का कलाम दिन भर मेरी मलामत और हँसी का ज़रिया' होता है।
କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।
9 और अगर मैं कहूँ कि 'मैं उसका ज़िक्र न करूँगा, न फिर कभी उसके नाम से कलाम करूँगा, तो उसका कलाम मेरे दिल में जलती आग की तरह है जो मेरी हड्डियों में छिपा है, और मैं ज़ब्त करते करते थक गया और मुझसे रहा नहीं जाता।
ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।
10 क्यूँकि मैंने बहुतों की तोहमत सुनी। चारों तरफ़ दहशत है! “उसकी शिकायत करो! वह कहते हैं, हम उसकी शिकायत करेंगे, मेरे सब दोस्त मेरे ठोकर खाने के मुन्तज़िर हैं और कहते हैं, शायद वह ठोकर खाए, तब हम उस पर ग़ालिब आएँगे और उससे बदला लेंगे।”
କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”
11 लेकिन ख़ुदावन्द बड़े बहादुर की तरह मेरी तरफ़ है, इसलिए मुझे सताने वालों ने ठोकर खाई और ग़ालिब न आए, वह बहुत शर्मिन्दा हुए इसलिए कि उन्होंने अपना मक़सद न पाया; उनकी शर्मिन्दगी हमेशा तक रहेगी, कभी फ़रामोश न होगी।
ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
12 इसलिए, ऐ रब्बउल — अफ़वाज, तू जो सादिक़ों को आज़माता और दिल — ओ — दिमाग़ को देखता है, उनसे बदला लेकर मुझे दिखा; इसलिए कि मैंने अपना दा'वा तुझ पर ज़ाहिर किया है।
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
13 ख़ुदावन्द की मदहसराई करो; ख़ुदावन्द की सिताइश करो! क्यूँकि उसने ग़रीब की जान को बदकिरदारों के हाथ से छुड़ाया है।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।
14 ला'नत उस दिन पर जिसमें मैं पैदा हुआ! वह दिन जिस में मेरी माँ ने मुझ को पैदा किया, हरगिज़ मुबारक न हो!
ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।
15 ला'नत उस आदमी पर जिसने मेरे बाप को ये कहकर ख़बर दी, तेरे यहाँ बेटा पैदा हुआ, और उसे बहुत ख़ुश किया।
ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।
16 हाँ, वह आदमी उन शहरों की तरह हो, जिनको ख़ुदावन्द ने शिकस्त दी और अफ़सोस न किया; और वह सुबह को ख़ौफ़नाक शोर सुने और दोपहर के वक़्त बड़ी ललकार,
ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;
17 इसलिए कि उसने मुझे रिहम ही में क़त्ल न किया, कि मेरी माँ मेरी क़ब्र होती, और उसका रिहम हमेशा तक भरा रहता।
କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।
18 मैं पैदा ही क्यूँ हुआ कि मशक़्क़त और रंज देखूँ, और मेरे दिन रुस्वाई में कटें?
ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?