< यर्म 21 >
1 वह कलाम जो ख़ुदावन्द की तरफ़ से यरमियाह पर नाज़िल हुआ, जब सिदक़ियाह बादशाह ने फ़शहूर — बिन — मलकियाह और सफ़नियाह — बिन — मासियाह काहिन को उसके पास ये कहने को भेजा,
ସିଦିକୀୟ ରାଜା ଯେଉଁ ସମୟରେ ମଲ୍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
2 कि “हमारी ख़ातिर ख़ुदावन्द से दरियाफ़्त कर क्यूँकि शाहे — ए — बाबुल नबूकदनज़र हमारे साथ लड़ाई करता है; शायद ख़ुदावन्द हम से अपने तमाम 'अजीब कामों के मुवाफ़िक़ ऐसा सुलूक करे कि वह हमारे पास से चला जाए।”
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
3 तब यरमियाह ने उनसे कहा, तुम सिदक़ियाह से यूँ कहना,
ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
4 कि 'ख़ुदावन्द, इस्राईल का ख़ुदा, यूँ फ़रमाता है कि: देख, मैं लड़ाई के हथियारों को जो तुम्हारे हाथ में हैं, जिनसे तुम शाह — ए — बाबुल और कसदियों के ख़िलाफ़ जो फ़सील के बाहर तुम्हारा घिराव किए हुए हैं लड़ते हो फेर दूँगा और मैं उनको इस शहर के बीच में इकट्ठे करूँगा;
‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
5 और मैं आप अपने बढ़ाए हुए हाथ से और क़ुव्वत — ए — बाज़ू से तुम्हारे ख़िलाफ़ लड़ूँगा, हाँ, क़हर — ओ — ग़ज़ब से बल्कि ग़ज़बनाक ग़ुस्से से।
ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
6 और मैं इस शहर के बाशिन्दों को, इंसान और हैवान दोनों को मारूँगा, वह बड़ी वबा से फ़ना हो जाएँगे।
ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
7 और ख़ुदावन्द फ़रमाता है, फिर मैं शाह — ए — यहूदाह सिदक़ियाह को और उसके मुलाज़िमों और 'आम लोगों को, जो इस शहर में वबा और तलवार और काल से बच जाएँगे, शाह — ए — बाबुल नबूकदनज़र और उनके मुख़ालिफ़ों और जानी दुश्मनों के हवाले करूँगा। और वह उनको हलाक करेगा; न उनको छोड़ेगा, न उन पर तरस खाएगा और न रहम करेगा।
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
8 'और तू इन लोगों से कहना ख़ुदावन्द यूँ फ़रमाता है कि: देखो, मैं तुम को हयात की राह और मौत की राह दिखाता हूँ।
ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।
9 जो कोई इस शहर में रहेगा, वह तलवार और काल और वबा से मरेगा, लेकिन जो निकलकर कसदियों में जो तुम को घेरे हुए हैं, चला जाएगा, वह जिएगा और उसकी जान उसके लिए ग़नीमत होगी।
ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।
10 क्यूँकि मैंने इस शहर का रुख़ किया है कि इससे बुराई करूँ, और भलाई न करूँ, ख़ुदावन्द फ़रमाता है; वह शाह — ए — बाबुल के हवाले किया जाएगा और वह उसे आग से जलाएगा।
କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।
11 'और शाह — ए — यहूदाह के ख़ान्दान के बारे में ख़ुदावन्द का कलाम सुनो,
ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
12 'ऐ दाऊद के घराने! ख़ुदावन्द यूँ फ़रमाता है कि: तुम सवेरे उठ कर इन्साफ़ करो और मज़लूम को ज़ालिम के हाथ से छुड़ाओ, ऐसा तुम्हारे कामों की बुराई की वजह से मेरा क़हर आग की तरह भड़के, और ऐसा तेज़ हो कि कोई उसे ठंडा न कर सके।
ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
13 ऐ वादी की बसनेवाली, ऐ मैदान की चट्टान पर रहने वाली, जो कहती है कि कौन हम पर हमला करेगा? या हमारे घरों में कौन आ घुसेगा?' ख़ुदावन्द फ़रमाता है: मैं तेरा मुख़ालिफ़ हूँ,
ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
14 और तुम्हारे कामों के फल के मुवाफ़िक़ मैं तुम को सज़ा दूँगा, ख़ुदावन्द फ़रमाता है, और मैं उसके बन में आग लगाऊँगा, जो उसके सारे 'इलाक़े को भसम करेगी।
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”