< यर्म 5 >

1 अब येरूशलेम की गलियों में इधर — उधर गश्त करो; और देखो और दरियाफ़्त करो, और उसके चौकों में ढूँडो, अगर कोई आदमी वहाँ मिले जो इन्साफ़ करनेवाला और सच्चाई का तालिब हो, तो मैं उसे मु'आफ़ करूँगा।
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
2 और अगरचे वह कहते हैं, ज़िन्दा ख़ुदावन्द की क़सम, तो भी यक़ीनन वह झूटी क़सम खाते हैं।
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
3 ऐ ख़ुदावन्द, क्या तेरी आँखें सच्चाई पर नही हैं? तूने उनको मारा है, लेकिन उन्होंने अफ़सोस नहीं किया; तूने उनको बर्बाद किया, लेकिन वह तरबियत — पज़ीर न हुए; उन्होंने अपने चेहरों को चट्टान से भी ज़्यादा सख़्त बनाया, उन्होंने वापस आने से इन्कार किया है।
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
4 तब मैंने कहा कि “यक़ीनन ये बेचारे जाहिल हैं, क्यूँकि ये ख़ुदावन्द की राह और अपने ख़ुदा के हुक्मों को नहीं जानते।
ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
5 मैं बुज़ुर्गों के पास जाऊँगा, और उनसे कलाम करूँगा; क्यूँकि वह ख़ुदावन्द की राह और अपने ख़ुदा के हुक्मों को जानते हैं।” लेकिन इन्होंने जूआ बिल्कुल तोड़ डाला, और बन्धनों के टुकड़े कर डाले।
ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି।
6 इसलिए जंगल का शेर — ए — बबर उनको फाड़ेगा वीराने का भेड़िया हलाक करेगा, चीता उनके शहरों की घात में बैठा रहेगा; जो कोई उनमें से निकले फाड़ा जाएगा, क्यूँकि उनकी सरकशी बहुत हुई और उनकी नाफ़रमानी बढ़ गई।
ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
7 मैं तुझे क्यूँकर मु'आफ़ करूँ? तेरे फ़र्ज़न्दों ने' मुझ को छोड़ा, और उनकी क़सम खाई जो ख़ुदा नहीं हैं। जब मैंने उनको सेर किया, तो उन्होंने बदकारी की और परे बाँधकर क़हबाख़ानों में इकट्ठे हुए।
“ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।
8 वह पेट भरे घोड़ों की तरह हो गए, हर एक सुबह के वक़्त अपने पड़ोसी की बीवी पर हिनहिनाने लगा।
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
9 ख़ुदावन्द फ़रमाता है, क्या मैं इन बातों के लिए सज़ा न दूँगा, और क्या मेरी रूह ऐसी क़ौमों से इन्तक़ाम न लेगी?
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
10 'उसकी दीवारों पर चढ़ जाओ और तोड़ डालो, लेकिन बिल्कुल बर्बाद न करो, उसकी शाख़ें काट दो, क्यूँकि वह ख़ुदावन्द की नहीं हैं।
ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
11 इसलिए कि ख़ुदावन्द फ़रमाता है, इस्राईल के घराने और यहूदाह के घराने ने मुझसे बहुत बेवफ़ाई की।
ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
12 “उन्होंने ख़ुदावन्द का इन्कार किया और कहा कि 'वह नहीं है, हम पर हरगिज़ आफ़त न आएगी, और तलवार और काल को हम न देखेंगे;
ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
13 और नबी महज़ हवा हो जाएँगे, और कलाम उनमें नहीं है; उनके साथ ऐसा ही होगा।”
ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
14 फिर इसलिए कि तुम यूँ कहते हो, ख़ुदावन्द रब्ब — उल — अफ़वाज यूँ फ़रमाता है कि, देख, मैं अपने कलाम को तेरे मुँह में आग और इन लोगों को लकड़ी बनाऊँगा और वह इनको भसम कर देगी।
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
15 ऐ इस्राईल के घराने, देख, मैं एक क़ौम को दूर से तुझ पर चढ़ा लाऊँगा ख़ुदावन्द फ़रमाता है वह ज़बरदस्त क़ौम है, वह क़दीम क़ौम है, वह ऐसी क़ौम है जिसकी ज़बान तू नहीं जानता और उनकी बात को तू नहीं समझता।
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।
16 उनके तरकश खुली क़ब्रे हैं, वह सब बहादुर मर्द हैं।
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
17 और वह तेरी फ़सल का अनाज और तेरी रोटी, जो तेरे बेटों और बेटियों के खाने की थी, खा जाएँगे; तेरे गाय — बैल और तेरी भेड़ बकरियों को चट कर जाएँगे, तेरे अंगूर और अंजीर निगल जाएँगे, तेरे हसीन शहरों को जिन पर तेरा भरोसा है, तलवार से वीरान कर देंगे।
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
18 “लेकिन ख़ुदावन्द फ़रमाता है, उन दिनों में भी मैं तुम को बिल्कुल बर्बाद न करूँगा।
ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
19 और यूँ होगा कि जब वह कहेंगे, 'ख़ुदावन्द हमारे ख़ुदा ने यह सब कुछ हम से क्यूँ किया?' तो तू उनसे कहेगा, जिस तरह तुम ने मुझे छोड़ दिया और अपने मुल्क में ग़ैर मा'बूदों की इबादत की, उसी तरह तुम उस मुल्क में जो तुम्हारा नहीं है, अजनबियों की ख़िदमत करोगे।”
ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
20 या'क़ूब के घराने में इस बात का इश्तिहार दो, और यहूदाह में इसका 'ऐलान करो और कहो,
ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21 “अब ज़रा सुनो, ऐ नादान और बे'अक़्ल लोगों, जो आँखें रखते हो लेकिन देखते नहीं, जो कान रखते हो लेकिन सुनते नहीं।
“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
22 ख़ुदावन्द फ़रमाता है, क्या तुम मुझसे नहीं डरते? क्या तुम मेरे सामने थरथराओगे नहीं, जिसने रेत को समन्दर की हद पर हमेशा के हुक्म से क़ाईम किया कि वह उससे आगे नहीं बढ़ सकता और हरचन्द उसकी लहरें उछलती हैं, तोभी ग़ालिब नहीं आतीं; और हरचन्द शोर करती हैं, तो भी उससे आगे नहीं बढ़ सकतीं।
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
23 लेकिन इन लोगों के दिल बाग़ी और सरकश हैं; इन्होंने सरकशी की और दूर हो गए।
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
24 इन्होंने अपने दिल में न कहा कि हम ख़ुदावन्द अपने ख़ुदा से डरें, जो पहली और पिछली बरसात वक़्त पर भेजता है, और फ़सल के मुक़र्ररा हफ़्तों को हमारे लिए मौजूद कर रखता है।
ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
25 तुम्हारी बदकिरदारी ने इन चीज़ों को तुम से दूर कर दिया, और तुम्हारे गुनाहों ने अच्छी चीज़ों को तुम से बाज़ रखा'।
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
26 क्यूँकि मेरे लोगों में शरीर पाए जाते हैं; वह फन्दा लगाने वालों की तरह घात में बैठते हैं, वह जाल फैलाते और आदमियों को पकड़ते हैं।
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
27 जैसे पिंजरा चिड़ियों से भरा हो, वैसे ही उनके घर फ़रेब से भरे हैं, तब वह बड़े और मालदार हो गए।
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
28 वह मोटे हो गए, वह चिकने हैं। वह बुरे कामों में सबक़त ले जाते हैं, वह फ़रियाद या'नी यतीमों की फ़रियाद, नहीं सुनते ताकि उनका भला हो और मोहताजों का इन्साफ़ नहीं करते।
ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
29 ख़ुदावन्द फ़रमाता है, क्या मैं इन बातों के लिए सज़ा न दूँगा? और क्या मेरी रूह ऐसी क़ौम से इन्तक़ाम न लेगी?”
ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”
30 मुल्क में एक हैरतअफ़ज़ा और हौलनाक बात हुई;
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31 नबी झूठी नबुव्वत करते हैं, और काहिन उनके वसीले से हुक्मरानी करते हैं, और मेरे लोग ऐसी हालत को पसन्द करते हैं, अब तुम इसके आख़िर में क्या करोगे?
ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?

< यर्म 5 >