< यशो 13 >
1 और यशू'अ बूढ़ा और उम्र रसीदा हुआ और ख़ुदावन्द ने उस से कहा, कि तू बूढ़ा और उम्र रसीदा है और क़ब्ज़ा करने को अभी बहुत सा मुल्क बाक़ी है।
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
2 और वह मुल्क जो बाक़ी है इसलिए ये है; फ़िलिस्तियों की सब इक़लीम और सब हबसूरी।
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
3 सीहूर से जो मिस्र के सामने है उत्तर की तरफ़ 'अक़रून की हद तक जो कना'नियों का गिना जाता है, फ़िलिस्तियों के पाँच सरदार या'नी ग़ज़ी और अशदूदी असक़लूंनी और जातीऔर अक़रूनी और 'अव्वीम भी।
ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
4 जो दख्खिन की तरफ़ हैं और कना'नियों का सारा मुल्क और मग़ारह जो सैदानियों का है, अफ़ीक़ या'नी अमूरियों की सरहद तक।
ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
5 और जिब्लियों का मुल्क और पूरब की तरफ़ बा'ल जद से जो कोह — ए — हरमून के नीचे है, हिमात के मद्खल तक सारा लुबनान।
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
6 फिर लुबनान से मिसरफ़ात अलमाईम तक पहाड़ी मुल्क के सब बाशिंदे या'नी सब सैदानी। उनको मैं बनी इस्राईल के सामने से निकाल डालूँगा, तू सिर्फ़ जैसा मैंने तुझको हुक्म दिया है, मीरास के तौर पर उसे इस्राईलियों को तक़सीम कर दे,
ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
7 इसलिए तू इस मुल्क को उन नौ क़बीलों और मनस्सी के आधे क़बीले को मीरास के तौर पर बाँट दे,
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”
8 मनस्सी के साथ बनी रूबिन और बनी जद ने अपनी अपनी मीरास पा ली थी जिसे मूसा ने यरदन के उस पार पूरब की तरफ़ उनको दिया था, क्यूँकि ख़ुदावन्द के बन्दे मूसा ने उसे उन ही को दिया था, या'नी: ।
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9 'अरो'ईर से जो वादी — ए — अरनून के किनारे आबाद है शुरू', करके वह शहर जो वादी के बीच में है, मिदबा का सारा मैदान दीबोन तक,
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10 और अमूरियों के बादशाह सीहोन के सब शहर जो हसबून में सल्तनत करता था बनी 'अम्मून की सरहद तक।
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11 और जिल'आद और जसूरियों और मा'कातियों की नवाही और सारा कोह — ए — हरमून और सारा बसन सलका तक।
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12 और 'ओज जो रिफ़ाईम की बक़िया नसल से था और 'इस्तारात और अदराई में हुक्मरान था उसका सारा 'इलाक़ा जो बसन में था क्यूँकि मूसा ने उनको मार कर अलग कर दिया था।
ଅର୍ଥାତ୍, ଅଷ୍ଟାରୋତ୍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
13 तो भी बनी इस्राईल ने जसूरियों और मा'कात्तियों को नहीं निकाला चुनाँचे जसूरी और मा'काती आज तक इस्राईलियों के बीच बसे हुए हैं।
ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
14 सिर्फ़ लावी के क़बीले को उस ने कोई मीरास नहीं दी; क्यूँकी ख़ुदावन्द इस्राईल के ख़ुदा की आतिशीन क़ुर्बानियाँ उसकी मीरास हैं, जैसा उसने उससे कहा था।
କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
15 और मूसा ने बनी रूबिन के क़बीले को उनके घरानों के मुताबिक़ मीरास दी,
ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16 और उनकी सरहद यह थी: या'नी 'अरो'ईर से जो वादी — ए — अरनोन के किनारे आबाद है, और वह शहर जो पहाड़ के बीच में है, और मिदबा के पास का सारा मैदान;
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17 हस्बोन और उसके सब शहर जो मैदान में हैं, दीबोन और बामात बा'ल, बैत बा'ल म'ऊन,
ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍ବାଲ ଓ ବେଥ୍-ବାଲ-ମିୟୋନ,
18 और यहसाह, और क़दीमात, और मफ़'अत,
ଯହସ ଓ କଦେମୋତ୍ ଓ ମେଫାତ୍
19 और क़रीताईम, और सिबमाह, और ज़रत — उल — सहर जो पहाड़ के किनारे में हैं,
ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର
20 और बैत फ़गू़र, और पिसगा के दामन की ज़मीन, और बैत यसीमोत,
ଓ ବେଥ୍-ପିୟୋର ଓ ଅସଦୋତ୍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।
21 और मैदान के सब शहर और अमोरियों के बादशाह सीहोन का सारा मुल्क़ जो हसबोन में सल्तनत करता था, जिसे मूसा ने मिदियान के रईसों ईव्वी और रक़म और सूर और हूर और रब्बा, सीहोन के रईसों के साथ जो उस मुल्क़ में बसते थे, क़त्ल किया था।
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍ ଓ ସୂର୍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
22 और ब'ओर के बेटे बल'आम को भी जो नजूमी था, बनी इस्राईल ने तलवार से क़त्ल करके उनके मक़तूलों के साथ मिला दिया था।
ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ।
23 और यरदन और उसके 'इलाक़े बनी रूबिन की सरहद थी। यही शहर और उनके गाँव बनी रूबिन के घरानों के मुताबिक़ उनके वारिस ठहरे।
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
24 और मूसा ने जद्द के क़बीले या'नी बनी जद्द को उनके घरानों के मुताबिक़ मीरास दी।
ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
25 और उनकी सरहद यह थी: या'ज़ेर और जिल'आद के सब शहर और बनी 'अम्मोन का आधा मुल्क़, 'अरो'ईर तक जो रब्बा के सामने है।
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
26 और हसबोन से रामात उल मिस्फ़ाह और बतूनीम तक, और महनाईम से दबीर की सरहद तक।
ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପେ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
27 और वादी में बैत हारम, और बैत निमरा, और सुक्कात, और सफ़ोन, या'नी हस्बोन के बादशाह सीहोन की अक़लीम का बाक़ी हिस्सा, और यरदन के उस पार पूरब की तरफ़ किन्नरत की झील के उस सिरे तक, यरदन और उस की सारी नवाही।
ଓ ତଳଭୂମିରେ ବେଥ୍-ହାରମ୍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
28 यही शहर और इनके गाँव बनी जद्द के घरानों के मुताबिक़ उनकी मीरास ठहरे।
ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
29 और मूसा ने मनस्सी के आधे क़बीले को भी मीरास दी, यह बनी मनस्सी के घरानों के मुताबिक़ उनके आधे क़बीले के लिए थी।
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
30 और उनकी सरहद यह थी: महनाईम से लेकर सारा बसन और बसन के बादशाह 'ओज़ की तमाम अक़लीम, और याईर के सब क़स्बे जो बसन में हैं वह साठ शहर हैं,
ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
31 और आधा जिल'आद और 'इस्तारात और अदराई जो बसन के बादशाह 'ओज़ के शहर थे, मनस्सी के बेटे मकीर की औलाद को मिले, या'नी मकीर की औलाद के आधे को उनके घरानों के मुताबिक़ यह मिले।
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
32 यही वह हिस्से हैं जिनको मूसा ने यरीहू के पास मोआब के मैदानों में यरदन के उस पार पूरब की तरफ़ मीरास के तौर पर तक़सीम किया।
ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।
33 लेकिन लावी के क़बीले को मूसा ने कोई मीरास नही दी; क्यूँकि ख़ुदावन्द इस्राईल का ख़ुदा उनकी मीरास है, जैसा उसने उनसे ख़ुद कहा।
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।