< मत्ती 14 >
1 उस वक़्त चौथाई मुल्क के हाकिम हेरोदेस ने ईसा की शोहरत सुनी।
ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,
2 और अपने ख़ादिमों से कहा “ये यूहन्ना बपतिस्मा देनेवाला है वो मुर्दों में से जी उठा है; इसलिए उससे ये मोजिज़े ज़ाहिर होते हैं।”
ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।
3 क्यूँकि हेरोदेस ने अपने भाई फ़िलिप्पुस की बीवी हेरोदियास की वजह से यूहन्ना को पकड़ कर बाँधा और क़ैद खाने में डाल दिया था।
ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
4 क्यूँकि यूहन्ना ने उससे कहा था कि इसका रखना तुझे जायज़ नहीं।
କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
5 और वो हर चन्द उसे क़त्ल करना चाहता था, मगर आम लोगों से डरता था क्यूँकि वो उसे नबी मानते थे।
ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।
6 लेकिन जब हेरोदेस की साल गिरह हुई तो हेरोदियास की बेटी ने महफ़िल में नाच कर हेरोदेस को ख़ुश किया।
କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।
7 इस पर उसने क़सम खाकर उससे वा'दा किया “जो कुछ तू माँगेगी तुझे दूँगा।”
ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
8 उसने अपनी माँ के सिखाने से कहा, “मुझे यूहन्ना बपतिस्मा देने वाले का सिर थाल में यहीं मँगवा दे।”
ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।
9 बादशाह ग़मगीन हुआ; मगर अपनी क़समों और मेहमानों की वजह से उसने हुक्म दिया कि दे दिया जाए।
ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।
10 और आदमी भेज कर क़ैद खाने में यूहन्ना का सिर कटवा दिया।
ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
11 और उस का सिर थाल में लाया गया और लड़की को दिया गया; और वो उसे अपनी माँ के पास ले गई।
ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।
12 और उसके शागिर्दों ने आकर लाश उठाई और उसे दफ़्न कर दिया, और जा कर ईसा को ख़बर दी।
ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।
13 जब ईसा ने ये सुना तो वहाँ से नाव पर अलग किसी वीरान जगह को रवाना हुआ और लोग ये सुनकर शहर — शहर से पैदल उसके पीछे गए।
ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ;
14 उसने उतर कर बड़ी भीड़ देखी और उसे उन पर तरस आया; और उसने उनके बीमारों को अच्छा कर दिया।
ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।
15 जब शाम हुई तो शागिर्द उसके पास आकर कहने लगे “जगह वीरान है और वक़्त गुज़र गया है लोगों को रुख़्सत कर दे ताकि गाँव में जाकर अपने लिए खाना ख़रीद लें।”
ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
16 ईसा ने उनसे कहा, “इन्हें जाने की ज़रूरत नहीं, तुम ही इनको खाने को दो।”
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।”
17 उन्होंने उससे कहा “यहाँ हमारे पास पाँच रोटियाँ और दो मछलियों के सिवा और कुछ नहीं।”
ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
18 उसने कहा “वो यहाँ मेरे पास ले आओ,”
ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।”
19 और उसने लोगों को घास पर बैठने का हुक्म दिया। फिर उस ने वो पाँच रोटियों और दो मछलियाँ लीं और आसमान की तरफ़ देख कर बर्क़त दी और रोटियाँ तोड़ कर शागिर्दों को दीं और शागिर्दों ने लोगों को।
ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
20 और सब खाकर सेर हो गए; और उन्होंने बिना इस्तेमाल बचे हुए खाने से भरी हुई बारह टोकरियाँ उठाईं।
ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
21 और खानेवाले औरतों और बच्चों के सिवा पाँच हज़ार मर्द के क़रीब थे।
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
22 और उसने फ़ौरन शागिर्दों को मजबूर किया कि नाव में सवार होकर उससे पहले पार चले जाएँ जब तक वो लोगों को रुख़्सत करे।
ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
23 और लोगों को रुख़्सत करके तन्हा दुआ करने के लिए पहाड़ पर चढ़ गया; और जब शाम हुई तो वहाँ अकेला था।
ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
24 मगर नाव उस वक़्त झील के बीच में थी और लहरों से डगमगा रही थी; क्यूँकि हवा मुख़ालिफ़ थी।
କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।
25 और वो रात के चौथे पहर झील पर चलता हुआ उनके पास आया।
କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
26 शागिर्द उसे झील पर चलते हुए देखकर घबरा गए और कहने लगे “भूत है,” और डर कर चिल्ला उठे।
ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
27 ईसा ने फ़ौरन उन से कहा “इत्मीनान रख्खो! मैं हूँ। डरो मत।”
କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
28 पतरस ने उससे जवाब में कहा “ऐ ख़ुदावन्द, अगर तू है तो मुझे हुक्म दे कि पानी पर चलकर तेरे पास आऊँ।”
ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।
29 उस ने कहा, “आ।” पतरस नाव से उतर कर ईसा के पास जाने के लिए पानी पर चलने लगा।
ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
30 मगर जब हवा देखी तो डर गया और जब डूबने लगा तो चिल्ला कर कहा “ऐ ख़ुदावन्द, मुझे बचा!”
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
31 ईसा ने फ़ौरन हाथ बढ़ा कर उसे पकड़ लिया। और उससे कहा, “ऐ कम ईमान तूने क्यूँ शक किया?”
ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
32 जब वो नाव पर चढ़ आए तो हवा थम गई;
ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।
33 जो नाव पर थे, उन्होंने सज्दा करके कहा “यक़ीनन तू ख़ुदा का बेटा है!”
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
34 वो नदी पार जाकर गनेसरत के इलाक़े में पहुँचे।
ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
35 और वहाँ के लोगों ने उसे पहचान कर उस सारे इलाक़े में ख़बर भेजी; और सब बीमारों को उस के पास लाए।
ପୁଣି, ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ;
36 और वो उसकी मिन्नत करने लगे कि उसकी पोशाक का किनारा ही छू लें और जितनों ने उसे छुआ वो अच्छे हो गए।
ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।