< मुकाशफ़ा 22 +
1 फिर उसने मुझे बिल्लौर की तरह चमकता हुआ आब — ए — हयात का एक दरिया दिखाया, जो ख़ुदा और बर्रे के तख़्त से निकल कर उस शहर की सड़क के बीच में बहता था।
ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।
2 और दरिया के पार ज़िन्दगी का दरख़्त था। उसमें बारह क़िस्म के फल आते थे और हर महीने में फलता था, और उस दरख़्त के पत्तों से क़ौमों को शिफ़ा होती थी।
ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।
3 और फिर ला'नत न होगी, और ख़ुदा और बर्रे का तख़्त उस शहर में होगा, और उसके बन्दे उसकी इबादत करेंगे।
କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।
4 और वो उसका मुँह देखेंगे, और उसका नाम उनके माथों पर लिखा हुआ होगा।
ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।
5 और फिर रात न होगी, और वो चिराग़ और सूरज की रौशनी के मुहताज न होंगे, क्यूँकि ख़ुदावन्द ख़ुदा उनको रौशन करेगा और वो हमेशा से हमेशा तक बादशाही करेंगे। (aiōn )
ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ। (aiōn )
6 फिर उसने मुझ से कहा, “ये बातें सच और बरहक़ हैं; चुनाँचे ख़ुदावन्द ने जो नबियों की रूहों का ख़ुदा है, अपने फ़रिश्ते को इसलिए भेजा कि अपने बन्दों को वो बातें दिखाए जिनका जल्द होना ज़रूर है।”
ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।
7 “और देख मैं जल्द आने वाला हूँ। मुबारिक़ है वो जो इस किताब की नबुव्वत की बातों पर 'अमल करता है।”
“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”
8 मैं वही युहन्ना हूँ, जो इन बातों को सुनता और देखता था; और जब मैंने सुना और देखा, तो जिस फ़रिश्ते ने मुझे ये बातें दिखाई, मैं उसके पैर पर सिज्दा करने को गिरा।
ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।
9 उसने मुझ से कहा, ख़बरदार! ऐसा न कर, मैं भी तेरा और तेरे नबियों और इस किताब की बातों पर 'अमल करनेवालों का हम ख़िदमत हूँ। ख़ुदा ही को सिज्दा कर।
କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।
10 फिर उसने मुझ से कहा, इस किताब की नबुव्वत की बातों को छुपाए न रख; क्यूँकि वक़्त नज़दीक है,
ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।
11 “जो बुराई करता है, वो बुराई ही करता जाए; और जो नजिस है, वो नजिस ही होता जाए; और जो रास्तबाज़ है, वो रास्तबाज़ी करता जाए; और जो पाक है, वो पाक ही होता जाए।”
ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।
12 “देख, मैं जल्द आने वाला हूँ; और हर एक के काम के मुताबिक़ देने के लिए बदला मेरे पास है।
“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।
13 मैं अल्फ़ा और ओमेगा, पहला और आख़िर, इब्तिदा और इन्तिहा हूँ।
ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।
14 मुबारिक़ है वो जो अपने जामे धोते हैं, क्यूँकि ज़िन्दगी के दरख़्त के पास आने का इख़्तियार पाएँगे, और उन दरवाज़ों से शहर में दाख़िल होंगे।
ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।
15 मगर कुत्ते, और जादूगर, और हरामकार, और ख़ूनी, और बुत परस्त, और झूठी बात का हर एक पसन्द करने और गढ़ने वाला बाहर रहेगा।
କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।
16 मुझ ईसा ने, अपना फ़रिश्ता इसलिए भेजा कि कलीसियाओं के बारे में तुम्हारे आगे इन बातों की गवाही दे। मैं दाऊद की अस्ल — ओ — नस्ल और सुबह का चमकता हुआ सितारा हूँ।”
ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”
17 और रूह और दुल्हन कहती हैं, “आ!” और सुननेवाला भी कहे, “आ!” “आ!” और जो प्यासा हो वो आए, और जो कोई चाहे आब — ए — हयात मुफ़्त ले।
ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।
18 मैं हर एक आदमी के आगे, जो इस किताब की नबुव्वत की बातें सुनता है, गवाही देता हूँ: अगर कोई आदमी इनमें कुछ बढ़ाए, तो ख़ुदा इस किताब में लिखी हुई आफ़तें उस पर नाज़िल करेगा।
ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;
19 और अगर कोई इस नबुव्वत की किताब की बातों में से कुछ निकाल डाले, तो ख़ुदा उस ज़िन्दगी के दरख़्त और मुक़द्दस शहर में से, जिनका इस किताब में ज़िक्र है, उसका हिस्सा निकाल डालेगा।
ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।
20 जो इन बातों की गवाही देता है वो ये कहता है, “बेशक, मैं जल्द आने वाला हूँ।” आमीन! ऐ ख़ुदावन्द ईसा आ!
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।
21 ख़ुदावन्द ईसा का फ़ज़ल मुक़द्दसों के साथ रहे। आमीन।
ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।