< मुकाशफ़ा 9 >

1 जब पाँचवें फ़रिश्ते ने नरसिंगा फूँका, तो मैंने आसमान से ज़मीन पर एक सितारा गिरा हुआ देखा, और उसे अथाह गड्ढे की कूंजी दी गई। (Abyssos g12)
ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା। (Abyssos g12)
2 और जब उसने अथाह गड्ढे को खोला तो गड्ढे में से एक बड़ी भट्टी का सा धुवाँ उठा, और गड्ढे के धुवें के ज़रिए से सूरज और हवा तारीक हो गई। (Abyssos g12)
ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା। (Abyssos g12)
3 और उस धुवें में से ज़मीन पर टिड्डियाँ निकल पड़ीं, और उन्हें ज़मीन के बिच्छुओं की सी ताक़त दी गई।
ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।
4 और उससे कहा गया कि उन आदमियों के सिवा जिनके माथे पर ख़ुदा की मुहर नहीं, ज़मीन की घास या किसी हरियाली या किसी दरख़्त को तकलीफ़ न पहुँचे।
ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।
5 और उन्हें जान से मारने का नहीं, बल्कि पाँच महीने तक लोगों को तकलीफ़ देने का इख़्तियार दिया गया; और उनकी तकलीफ़ ऐसी थी जैसे बिच्छू के डंक मारने से आदमी को होती है।
ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।
6 उन दिनों में आदमी मौत ढूँडेंगे मगर हरगिज़ न पाएँगे, और मरने की आरज़ू करेंगे और मौत उनसे भागेगी।
ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।
7 उन टिड्डियों की सूरतें उन घोड़ों की सी थीं जो लड़ाई के लिए तैयार किए गए हों, और उनके सिरों पर गोया सोने के ताज थे, और उनके चहरे आदमियों के से थे,
ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;
8 और बाल 'औरतों के से थे, और दाँत बबर के से।
ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;
9 उनके पास लोहे के से बख़्तर थे, और उनके परों की आवाज़ ऐसी थी रथों और बहुत से घोड़ों की जो लड़ाई में दौड़ते हों।
ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।
10 और उनकी दुमें बिच्छुओं की सी थीं और उनमें डंक भी थे, और उनकी दुमों में पाँच महीने तक आदमियों को तकलीफ़ पहुँचाने की ताक़त थी।
ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।
11 अथाह गड्ढे का फ़रिश्ता उन पर बादशाह था; उसका नाम 'इब्रानी अबदून और यूनानी में अपुल्ल्योन है। (Abyssos g12)
ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍। (Abyssos g12)
12 पहला अफ़सोस तो हो चुका, देखो, उसके बाद दो अफ़सोस और होने हैं।
ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।
13 जब छठे फ़रिश्ते ने नरसिंगा फूँका, तो मैंने उस सुनहरी क़ुर्बानगाह के चारों कोनों के सींगों में से जो ख़ुदा के सामने है, ऐसी आवाज़ सुनी
ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
14 कि उस छठे फ़रिश्ते से जिसके पास नरसिंगा था, कोई कह रहा है, बड़े दरिया, “या'नी फ़ुरात के पास जो चार फ़रिश्ते बँधे हैं उन्हें खोल दे।”
ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।
15 पस वो चारों फ़रिश्ते खोल दिए गए, जो ख़ास घड़ी और दिन और महीने और बरस के लिए तिहाई आदमियों के मार डालने को तैयार किए गए थे;
ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।
16 और फ़ौजों के सवार में बीस करोड़ थे; मैंने उनका शुमार सुना।
ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।
17 और मुझे उस रोया में घोड़े और उनके ऐसे सवार दिखाई दिए जिनके बख़्तर से आग और धुवाँ और गंधक निकलती थी।
ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।
18 इन तीनों आफ़तों यानी आग, धुआं, और गंधक, सी जो उनके मुँह से निकलती थी, तिहाई लोग मारे गए।
ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।
19 क्यूँकि उन घोड़ों की ताक़त उनके मुँह और उनकी दुमों में थी, इसलिए कि उनकी दुमें साँपों की तरह थीं और दुमों में सिर भी थे, उन्हीं से वो तकलीफ़ पहुँचाते थे।
କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।
20 और बाक़ी आदमियों ने जो इन आफ़तों से न मरे थे, अपने हाथों के कामों से तौबा न की, कि शयातीन की और सोने और चाँदी और पीतल और पत्थर लकड़ी के बुतों की इबादत करने से बा'ज़ आते, जो न देख सकती हैं न सुन सकती हैं न चल सकती हैं;
ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
21 और जो ख़ून और जादूगरी और हरामकारी और चोरी उन्होंने की थी, उनसे तौबा न की।
ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।

< मुकाशफ़ा 9 >