< II Sa-mu-ên 12 >

1 Chúa Hằng Hữu sai Na-than đến gặp Đa-vít. Ông kể cho Đa-vít nghe câu chuyện này: “Trong thành kia có hai người, một giàu một nghèo.
ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।
2 Người giàu có vô số bò và chiên;
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;
3 còn người nghèo chẳng có gì ngoài một con chiên cái người ấy mua được và nuôi nó lớn lên trong nhà cùng với con cái mình. Người cho nó ăn thứ gì mình ăn, uống thứ gì mình uống, và cho ngủ trong lòng mình, như con gái nhỏ của mình vậy.
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।
4 Hôm nọ, người giàu có khách đến thăm. Người này không muốn bắt bò, chiên mình đãi khách, nên bắt con chiên của người nghèo làm thịt khoản đãi.”
ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”
5 Nghe chuyện, Đa-vít rất tức giận người giàu, và nói: “Ta thề trước Chúa Hằng Hữu hằng sống, một người hành động tàn nhẫn như thế đáng chết lắm.
ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;
6 Ngoài ra người ấy còn phải bồi thường bốn con chiên cho người kia.”
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”
7 Na-than nói: “Vua chính là người ấy. Chúa Hằng Hữu, Đức Chúa Trời của Ít-ra-ên, phán: ‘Ta xức dầu cho ngươi làm vua Ít-ra-ên, cứu ngươi khỏi tay Sau-lơ,
ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
8 cho ngươi nhà và cả vợ của chủ ngươi, cho ngươi cai trị cả Giu-đa và Ít-ra-ên. Nếu vẫn chưa đủ, Ta còn sẽ cho thêm nhiều thứ nữa.
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।
9 Tại sao ngươi dám coi thường điều răn của Chúa Hằng Hữu, làm điều tà ác, mượn lưỡi gươm người Am-môn giết U-ri, người Hê-tít, rồi cướp vợ người.
ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
10 Vậy, vì ngươi coi thường Ta, cướp vợ U-ri, người Hê-tít, nên gươm sẽ không tha gia đình ngươi.
ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’
11 Chúa Hằng Hữu còn cho chính người trong gia đình ngươi nổi lên làm hại ngươi. Vợ ngươi sẽ bị bắt đi làm vợ người khác, người ấy sẽ ngủ với vợ ngươi giữa thanh thiên bạch nhật.
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
12 Ngươi làm chuyện này thầm kín, nhưng Ta sẽ phạt ngươi công khai, trước mắt mọi người Ít-ra-ên.’”
ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”
13 Đa-vít thú tội với Na-than: “Ta có tội với Chúa Hằng Hữu.” Na-than nói: “Chúa Hằng Hữu tha tội cho vua, vua không chết đâu.
ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
14 Tuy nhiên, vì vua đã tạo cơ hội cho kẻ thù xúc phạm Danh Chúa, nên đứa bé vừa sinh phải chết.”
ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
15 Nói xong, Na-than ra về. Chúa Hằng Hữu khiến con Bát-sê-ba mới sinh bị đau ốm.
ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
16 Đa-vít cầu xin Đức Chúa Trời chữa cho đứa bé. Vua nhịn ăn, suốt đêm nằm dưới đất.
ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
17 Những người lớn tuổi trong hoàng gia đến đỡ vua dậy, nhưng vua cứ nằm dưới đất và không chịu ăn.
ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।
18 Đến ngày thứ bảy, đứa bé chết. Các cận thần không dám cho Đa-vít hay, vì họ bảo nhau: “Khi đứa bé còn sống, ta nói, vua quay lưng đi. Nay ta nói nó chết rồi, không biết vua còn phản ứng thế nào, sợ có hại cho vua.”
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”
19 Nhưng khi Đa-vít thấy họ thầm thì bàn tán, vua biết đứa bé đã chết, liền hỏi: “Nó chết rồi phải không?” Họ thưa: “Dạ, phải.”
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।”
20 Đa-vít dậy tắm rửa, xức dầu, thay áo, lên Đền Tạm thờ lạy Chúa Hằng Hữu, rồi về cung, bảo dọn thức ăn cho mình.
ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।
21 Các cận thần ngạc nhiên, hỏi: “Vua hành động như thế có nghĩa gì? Khi đứa bé còn sống, vua nhịn ăn, khóc lóc; nhưng khi nó chết, vua dậy, ăn uống.”
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
22 Vua đáp: “Khi nó còn sống, ta nhịn ăn, khóc lóc vì nghĩ rằng biết đâu Chúa Hằng Hữu sẽ thương tình, cho nó sống.
ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।
23 Nay nó chết rồi, ta còn nhịn ăn làm gì? Có đem nó trở lại được đâu? Ta sẽ đến với nó, chứ nó không về với ta.”
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”
24 Đa-vít an ủi Bát-sê-ba vợ mình, ăn ở với nàng, nàng thụ thai và sinh một đứa con trai khác. Vua đặt tên nó là Sa-lô-môn. Chúa Hằng Hữu thương yêu đứa bé
ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍‍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍‍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।
25 nên sai Tiên tri Na-than đến thăm và đặt tên đứa bé là Giê-đi-đia, (nghĩa là “Chúa Hằng Hữu thương yêu”).
ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।
26 Lúc ấy, Giô-áp đang tấn công thành Ráp-ba, đế đô của người Am-môn.
ଏଥିମଧ୍ୟରେ ଯୋୟାବ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।
27 Ông sai sứ giả về trình với Đa-vít: “Tôi đánh thành Ráp-ba, và chiếm được nguồn nước.
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।
28 Bây giờ, xin vua đem quân còn lại đến chiếm nốt thành để tôi khỏi chiếm thành và người ta khỏi lấy tên tôi đặt cho thành.”
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”
29 Đa-vít đem quân tới chiếm thành Ráp-ba, thu được vô số chiến lợi phẩm.
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।
30 Đa-vít còn lấy vương miện của vua Am-môn đang đội, đặt lên đầu mình. Vương miện này bằng vàng chạm ngọc, rất nặng.
ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।
31 Đa-vít bắt dân thành này về làm lao công, sử dụng cưa, cuốc, và làm việc trong lò gạch. Dân các thành khác của người Am-môn cũng chịu chung số phận. Rồi Đa-vít kéo quân về Giê-ru-sa-lem.
ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

< II Sa-mu-ên 12 >